Advertisment

ନବବଧୂଙ୍କ ସନ୍ଦେହ ଜନକଙ୍କ ମୃତ୍ୟୁ; ହତ୍ୟା ଅଭିଯୋଗ

ଗତ ମାର୍ଚ୍ଚ ମାସରେ ମାମି ବିଷ ପିଇ ଆତ୍ମହତ୍ୟା କରିବା ପାଇଁ ଉଦ୍ୟମ କରିଥିଲେ।

police station

police station

Advertisment

ଜଣେ ନବବଧୂଙ୍କ ସନ୍ଦେହ ଜନକଙ୍କ ମୃତ୍ୟୁ ଘଟିଛି। ଏପରି ଘଟଣା ଘଟିଛି ବଲାଙ୍ଗିର ଜିଲ୍ଲା ସଇଁତଳା ଥାନା ଅନ୍ତର୍ଗତ ଡୁଙ୍ଗୁରି ପାଲି ପଞ୍ଚାୟତ କୁଆର ଗାଁରେ। ମୃତ ମହିଳା ଜଣଙ୍କ ହେଲେ ମାମି କଲତା। ମାମିଙ୍କୁ ଶ୍ୱଶୁର ଘର ଲୋକେ ହତ୍ୟା କରିଥିବା ତାଙ୍କ ପରିବାର ଲୋକେ ଅଭିଯୋଗ କରିଛନ୍ତି।

Advertisment

ମାମିଙ୍କ ସ୍ୱାମୀଙ୍କ କହିବା ଅନୁସାରେ, ଗୁରୁବାର ସନ୍ଧ୍ୟାରେ ମାମିଙ୍କ ସ୍ୱାସ୍ଥ୍ୟବସ୍ଥା ହଠାତ୍ ଗୁରୁତର ହୋଇପଡ଼ି ଥିଲା। ତାଙ୍କୁ ସଇଁତଳା ଗୋଷ୍ଠି ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ମାମିଙ୍କର ମୃତ୍ୟୁ ଘଟିଥିଲା। ଅନ୍ୟପକ୍ଷରେ ମାମିଙ୍କୁ ହତ୍ୟା କରାଯାଇଥିବା ପରିବାର ଲୋକେ ଅଭିଯୋଗ ଆଣିଛନ୍ତି।

ସୂଚନାଯୋଗ୍ୟ, ଗତ ମାର୍ଚ୍ଚ ମାସରେ ମାମି ବିଷ ପିଇ ଆତ୍ମହତ୍ୟା କରିବା ପାଇଁ ଉଦ୍ୟମ କରିଥିଲେ। ତାଙ୍କୁ ସଇଁତଳା ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ଚିକିତ୍ସାପରେ ସେ ସୁସ୍ଥ ହୋଇଯାଇଥିଲେ। ପୁଲିସ ପରିବାର ଲୋକଙ୍କୁ ପଚରାଉଚରା କରିବା ସହ ଘଟଣାର ତଦନ୍ତ କରୁଛି।

Advertisment
Bolangiri
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe