ରାଜନୀତିକ କାର୍ଯ୍ୟରେ ସମ୍ପୃକ୍ତିକୁ ନେଇ ବୌଦ୍ଧ ଜିଲ୍ଲାରେ ଜଣେ ଶିକ୍ଷକଙ୍କୁ ବଦଳି କରାଯାଇଛି। ଶିକ୍ଷକ ଜଣଙ୍କ ହେଲେ କଣ୍ଟାମାଳ ନିର୍ବାଚନ ମଣ୍ଡଳୀର ଆଦିବାସୀ ହାଇସ୍କୁଲର ସହକାରୀ ଶିକ୍ଷକ ଗୋବର୍ଦ୍ଧନ ପ୍ରଧାନ। ତାଙ୍କ ବଦଳି ନେଇ ଜିଲ୍ଲା ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି।
ଗୋବର୍ଦ୍ଧନ ରାଜନୀତିକ କାର୍ଯ୍ୟରେ ସମ୍ପୃକ୍ତି ରହୁଥିବା ନେଇ ନିର୍ବାଚନ ଅଧିକାରୀଙ୍କ ନିକଟରେ ଅଭିଯୋଗ ହୋଇଥିଲା। ନିର୍ବାଚନ ଅଧିକାରୀ ତାଙ୍କୁ ବଦଳି କରିବା ପାଇଁ ଜିଲ୍ଲା ଶିକ୍ଷା ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଥିଲେ। ଏପ୍ରିଲ ୧୩ ତାରିଖ ଦିନ ଉକ୍ତ ନିର୍ଦ୍ଦେଶନାମାକୁ କାର୍ଯ୍ୟକାରୀ କରି ଜିଲ୍ଲା ଶିକ୍ଷା ଅଧିକାରୀ ଶିକ୍ଷକ ଗୋବର୍ଦ୍ଧନ ପ୍ରଧାନଙ୍କୁ ବଦଳି କରିଥିଲେ।
Also Read
ଶ୍ରୀ ପ୍ରଧାନଙ୍କୁ ବୌଦ୍ଧ ନିର୍ବାଚନ ମଣ୍ଡଳୀର ମଥୁରା ପଞ୍ଚାୟତ କେଲାକଟା ହାଇସ୍କୁଲକୁ ବଦଳି କରାଯାଇଛି। ଏହାସହ ତୁରନ୍ତ ସେଠାରେ ଯୋଗଦାନ କରିବାକୁ ଆଦେଶ ଦିଆଯାଇଥିବା ସୂଚନା ରହିଛି।
TAGS
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ଧର୍ମଶାଳା ବିଧାୟକଙ୍କୁ ଆକ୍ରମଣ ମାମଲା; କ୍ରାଇମବ୍ରାଞ୍ଚ ତଦନ୍ତ ନିର୍ଦ୍ଦେଶ ଦେଲେ ଡିଜିପି
୨୦ ତାରିଖ ସନ୍ଧ୍ୟାରେ ଧର୍ମଶାଳା ବିଧାୟକ ହିମାଂଶୁ ସାହୁଙ୍କୁ ଯାଜପୁର ସଦର ଥାନା ବୁଢ଼ାପୋଲ ନିକଟରେ ଆକ୍ରମଣ ହୋଇଥିଲା। ପୂରା ଘଟଣାର ତଦନ୍ତ କରିବ କ୍ରାଇମବ୍ରାଞ୍ଚ। ତଦନ୍ତ ପାଇଁ ଜଣେ DSPଙ୍କ ନେତୃତ୍ୱରେ ୬ ଜଣିଆ ଟିମ୍ ଗଠନ କରାଯାଇଛି।
Crime
ବାଂଲାଦେଶୀ ଦେହଜୀବୀଙ୍କ କବ୍ଜାରେ ଟ୍ୱିନ୍ ସିଟି!
କଟକରୁ ଉଦ୍ଧାର ବାଂଲାଦେଶୀ ନାବାଳିକାଙ୍କ ବୟାନ ପରେ ପୁଣି ସତେଜ ହୋଇଛି ବାଂଲାଦେଶୀ ସେକ୍ସ ରାକେଟ୍ ପ୍ରସଙ୍ଗ। କଟକ ଆଉ ଭୁବନେଶ୍ୱରରେ ଆଡ୍ଡା ଜମାଇଲେଣି ବାଂଲାଦେଶୀ ଦେହଜୀବୀ।
Crime
ଜାମା ମସଜିଦ ସର୍ଭେ ବେଳେ ଉତ୍ତେଜନା; ୩ ମୃତ, ୩୦ ପୁଲିସ ଆହତ
ଶାହି ଜାମା ମସଜିଦ ସର୍ଭେ ସମୟରେ ସର୍ଭେ ଟିମ୍ ଉପରକୁ କିଛି ଲୋକ ପଥର ମାଡ଼ କରିଥିଲେ।
Crime
ମଦ ପିଇ ତିନି ସାଙ୍ଗଙ୍କ ବେପରୁଆ ଗାଡ଼ି ଚାଳନା; ଅଟକାଇବାରୁ ପୁଲିସକୁ ମାରିଦେଲେ
ପୁଲିସ ଏନକାଉଣ୍ଟରରେ ଜଣେ ଅଭିଯୁକ୍ତ ମୃତ।