Advertisment

ଆତଙ୍କୀ ପନ୍ନୁର ଧମକପୂର୍ଣ୍ଣ ଇ-ମେଲ୍; ଆସନ୍ତାକାଲି ଭୁବନେଶ୍ୱର ବିମାନ ବନ୍ଦରରୁ ଉଡ଼ାଣ ନ ଭରିବାକୁ ଚେତାବନୀ

ବରିଷ୍ଠ ସାମ୍ବାଦିକ ଅକ୍ଷୟ ସାହୁଙ୍କୁ ଖଲିସ୍ତାନୀ ଆତଙ୍କୀ ପନ୍ନୁ ଧମକ ପୂର୍ଣ୍ଣ ଇ-ମେଲ୍ ପଠାଇଛି ।

author-image
Tapaswini Nayak
ଅଦ୍ୟତନ ହୋଇଛି
Pannun

Pannun

ଭୁବନେଶ୍ୱରରେ ଚାଲିଥିବା DGP କନଫରେନ୍ସକୁ ପୁଣି ଖଲିସ୍ତାନୀ ଆତଙ୍କୀ ପନ୍ନୁ ଟାର୍ଗେଟ କରଛି। ବରିଷ୍ଠ ସାମ୍ବାଦିକ ଅକ୍ଷୟ ସାହୁଙ୍କୁ ଖଲିସ୍ତାନୀ ଆତଙ୍କୀ ପନ୍ନୁ ଧମକ ପୂର୍ଣ୍ଣ ଏକ ଇ-ମେଲ୍ ପଠାଇଛି । 

Advertisment

ଇ-ମେଲରେ ପଠାଇଥିବା ଅଡ଼ିଓ ମେସେଜରେ ଭୁବନେଶ୍ୱର ବିଜୁ ପଟ୍ଟନାୟକ ବିମାନବନ୍ଦରକୁ ଟାର୍ଗେଟ କରାଯାଇଛି।  ଆସନ୍ତକାଲି ଭୁବନେଶ୍ୱର ବିମାନ ବନ୍ଦରରୁ ଉଡ଼ାଣ ନ ଭରିବାକୁ ଇ-ମେଲ୍ ଅଡିଓ ମେସେଜ କରି ଚେତାବନୀ ଦେଇଛି ଖଲିସ୍ତାନୀ ଆତଙ୍କୀ ପନ୍ନୁ। ଏଥିସହ ଡିଜିପି ସମ୍ମିଳନୀକୁ ଭଣ୍ଡୁର କରିବାକୁ ଧମକ ଦିଆଯାଇଛି।  ଖଲିସ୍ତାନୀ ପତାକା ଉଡ଼ାଇଲେ ୨୫ ଲକ୍ଷର ପୁରସ୍କାର ଘୋଷଣା କରାଯିବ ବୋଲି ଇ-ମେଲ୍ ଅଡିଓ ମେସେଜରେ ଉଲ୍ଲେଖ ରହିଛି। 

ଆଜି ସକାଳ ୯ ଟା ୪ମିନିଟ୍‌ ସମୟରେ ଏହି ଧମକପୂର୍ଣ୍ଣ ଇ-ମେଲ୍ ବରିଷ୍ଠ ସାମ୍ବାଦିକ ଅକ୍ଷୟ ସାହୁଙ୍କ ପାଖକୁ ଆସିଥିଲା। ଏନେଇ  ଅକ୍ଷୟ କମିଶନରେଟ୍ ପୁଲିସକୁ ଅବଗତ କରାଇଥିଲେ ଓ  ଥାନାରେ ମଧ୍ୟ ଏତଲା ଦେବେ ବୋଲି କହିଥିଲେ। 

Advertisment

ଅନ୍ୟପକ୍ଷରେ ପନ୍ନୁ ପଠାଉଥିବା ଧମକପୂର୍ଣ୍ଣ ମେସେଜରେ ଓଡ଼ିଆରେ ଥମ୍ବନେଲ୍ ନେଇ ସନ୍ଦେହ ବଢ଼ିଛି। ଆତଙ୍କୀ ପନ୍ନୁ ପାଇଁ ଓଡ଼ିଶାରେ କିଏ କାମ କରୁଛି?ରାଜ୍ୟରେ ଖଲିସ୍ତାନୀ ଆତଙ୍କୀଙ୍କ ସ୍ଲିପର ସେଲ ଚାଲିଛି କି ?  ତାକୁ ନେଇ ଖୋଳତାଡ଼ ଆରମ୍ଭ ହୋଇଯାଇଛି।

ବରିଷ୍ଠ ସାମ୍ବାଦିକ ଅକ୍ଷୟ ସାହୁ କହିଛନ୍ତି, ଘଟଣା ସଂପର୍କରେ ପୁଲିସ କମିଶନରଙ୍କୁ ଜଣାଇଛି। ଏନେଇ ଥାନାରେ ଏତଲା ଦେବି।

ପନ୍ନୁର ଧମକ ପୂର୍ଣ୍ଣ ଇ-ମେଲ୍ ପରେ ଲୋକସେବା ଭବନରେ ଚାଲିଥିବା ଡିଜିପି ସମ୍ମିଳନୀରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି। କେନ୍ଦ୍ରୀୟ ସୁରକ୍ଷା ବ୍ୟବସ୍ଥା ଓ ଗୋଇନ୍ଦା ବିଭାଗକୁ ଆହୁରି ସଜାଗ ରହିବାକୁ କୁହାଯାଇଛି।  

ଲୋକସେବା ଭବନରେ ଚାଲିଛି ଡିଜିପି ସମ୍ମିଳନୀ। ଡିଜିପି ସମ୍ମିଳନୀର ଆଜି ଦ୍ୱିତୀୟ ଦିନରେ ସାମିଲ ହୋଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ, NSA ଅଜିତ ଡୋଭାଲ।  ଆଜି  ସକାଳେ ଯୋଗ ସେସନରୁ ଡିଜିପି କନଫରେନ୍ସ ଆରମ୍ଭ ହୋଇଛି। ସମ୍ମିଳନୀରେ ରହିଛି ବିଜନେସ ସେସନ, ବ୍ରେକ ଆଉଟ୍ ସେସନ, ଥିମାଟିକ୍ ଡାଇନିଂ ଟେବୁଲ ସେସନର ନୂଆ ବ୍ୟବସ୍ଥା। ଯେଉଁଥିରେ ଖାଇବା ଟେବୁଲରେ ବି ଭିନ୍ନ ଭିନ୍ନ ବିଷୟ ଭିତ୍ତିକ ଆଲୋଚନା ହେବ।

ଯାହାଦ୍ୱାରା ଆଭ୍ୟନ୍ତରୀଣ ସୁରକ୍ଷା, ଜରୁରିକାଳୀନ ସ୍ଥିତିରେ ଆଇନଶୃଙ୍ଖଳା ବଜାୟ ରଖିବା ଭଳି ସ୍ଥିତି ନେଇ ବରିଷ୍ଠ ପୁଲିସ ଅଧିକାରୀମାନେ ପ୍ରଧାନମନ୍ତ୍ରୀଙ୍କ ଆଗରେ ନିଜର ବହୁମୂଲ୍ୟ ମତ ରଖିବେ।

Bhubaneswar