ଭିଜିଲାନ୍ସ ଜାଲରେ ଏସଆଇ। ଜଗତସିଂପୁର ଜିଲ୍ଲା କୁଜଙ୍ଗ ଥାନା ସବ ଏସଆଇ ବିବେକାନନ୍ଦ ସାହୁ ୮ ହଜାର ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି।
କୁଜଙ୍ଗ ଥାନା ଷଣ୍ଢପୁର ଗାଁର ସରୋଜ ସ୍ଵାଇଁଙ୍କୁ ଜାମିନ ଦେବା ପାଇଁ ଟଙ୍କା ଦାବି କରିବା ସହିତ ଦୁଇ ମାସ ହେଲା ଥାନାକୁ ଅକାରଣେ ଦୌଡ଼ାଉଥିଲେ। ଆଜି ଥାନା ଭିତରେ ସରୋଜଙ୍କ ଜାମିନଦାର ମାଧ୍ୟମରେ ଟଙ୍କା ନେଇ ଯାଉଥିଲେ। ସେଇସମୟରେ ଏସଆଇ ବିବେକାନନ୍ଦ ସାହୁଙ୍କୁ ଷଣ୍ଢପୁର ଛକ ନିକଟରେ ଭିଜିଲାନ୍ସ ଟିମ୍ ମାଡ଼ିବସିଥିଲା।
Also Read
ଏସଆଇ ବିବେକାନନ୍ଦ ସାହୁତାଙ୍କ ଠାରୁ ନଗଦ ଟଙ୍କା ଜବତ କରିବା ସହିତ ତାଙ୍କୁ ଭିଜିଲାନ୍ସ ଟିମ୍ ଗିରଫ କରିଛି। ଏହି ଘଟଣାକୁ ନେଇ ବିବେକାନନ୍ଦ ସାହୁଙ୍କର ତିନୋଟି ସ୍ଥାନରେ ଭିଜିଲାନ୍ସ ରେଡ୍ ଜାରି ରହିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ଅଙ୍ଗାରଖ ଗାଁରେ ସଶସ୍ତ୍ର ଡକାୟତି ଘଟଣାରେ ୭ ଗିରଫ
ଗୋଟିଏ ଦେଶୀ ବନ୍ଧୁକ ଓ ନଗଦ ୪୬ ହଜାର ଟଙ୍କା ସହିତ ସେମାନଙ୍କଠାରୁ ଅନ୍ୟାନ୍ୟ ଜିନିଷ ଜବତ କରାଯାଇଛି।
Crime
ମାରାଥନ୍ କାର୍ଯ୍ୟକ୍ରମ ବେଳେ ଫୁଟିଲା ଗୁଳି; ଯୁବକ ଗୁରୁତର
ତେବେ କିଏ ଓ କାହିଁକି ଯୁବକଙ୍କୁ ଗୁଳିମାଡ଼ କଲା ତାର କାରଣ ଅସ୍ପଷ୍ଟ ରହିଛି।
Crime
ହାଇକୋର୍ଟଙ୍କ ନିର୍ଦ୍ଦେଶ ନମାନି ହରଡ଼ଘଣାରେ ଜିଲ୍ଲା ଶିକ୍ଷା ଅଧିକାରୀ
ବାରିପଦା ଟାଉନ ଥାନା ପୁଲିସ ମଧ୍ୟ କହିଛି ଯେ ଜିଲ୍ଲା ଶିକ୍ଷା ଅଧିକାରୀଙ୍କୁ ଠିକ୍ ସମୟରେ ନେଇ ହାଇକୋର୍ଟରେ ହାଜର କରାଯିବ।
Accident
ବାଇକ ଚାଳକଙ୍କୁ ଧକ୍କା ଦେଇ ୩୦କିମି ଯାଏଁ ଘୋଷାଡ଼ି ନେଲା ତହସିଲଦାରଙ୍କ ଗାଡ଼ି
ଉତ୍ତରପ୍ରଦେଶର ବହରାଇଚରେ ଏଭଳି ଏକ ଭୟଙ୍କର ସଡ଼କ ଦୁର୍ଘଟଣାରେ ଜଣେ ୩୫ ବର୍ଷୀୟ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଛି। ଗାଡ଼ି ଭିତରେ ଥିବା ତହସିଲଦାର ନିଲମ୍ବିତ, ଡ୍ରାଇଭର ଗିରଫ।