ପାରିବାରିକ କଳହର କରୁଣ ପରିଣତି। ଶ୍ଵଶୁରକୁ ଜଣେ ବ୍ୟକ୍ତି ଛୁରୀ ଭୁସି ହତ୍ୟା କରିଥିବା ଅଭିଯୋଗ ହୋଇଛି। କୋରାପୁଟ ଜିଲ୍ଲା ନାରାୟଣପାଟଣା ଥାନା ଅନ୍ତର୍ଗତ ବାସନା ପୁଟ ଗାଁରେ ଏପରି ଘଟଣା ଘଟିଛି। ମୃତ ବ୍ୟକ୍ତି ଜଣଙ୍କ ହେଲେ ରାମଚନ୍ଦ୍ର ଉଲୁକା। ଅଭିଯୁକ୍ତ ଜ୍ୱାଇଁ ଶାତୁ ପ୍ରାସ୍କାଙ୍କୁ ପୁଲିସ ଗିରଫ କରିଛି।
ଶାତୁଙ୍କ ସ୍ତ୍ରୀ ଗର୍ଭବତୀ ଥିଲେ। ସେ ତାଙ୍କ ବାପଘରେ ଆସି ରହୁଥିଲେ। ଗତକାଲି ବିଳମ୍ବିତ ରାତିରେ ଶାତୁଙ୍କ ସ୍ତ୍ରୀର ପ୍ରସବ ଯନ୍ତ୍ରଣା ହୋଇଥିଲା। ଶାତୁଙ୍କ ଶ୍ଵଶୁର ରାମଚନ୍ଦ୍ର ଝିଅକୁ ମେଡିକାଲରେ ଭର୍ତ୍ତି କରିଥିଲେ।
Also Read
ଶାତୁ ଖବର ପାଇ ମେଡିକାଲରେ ପହଞ୍ଚିଥିଲେ। ମୋତେ ନ ପଚାରି କାହିଁକି ମୋ ସ୍ତ୍ରୀକୁ ମେଡିକାଲ ଆଣିଲ ବୋଲି ଶ୍ଵଶୁରଙ୍କୁ ପ୍ରଶ୍ନ କରିଥିଲେ। ଏହି କଥାକୁ ନେଇ ଉଭୟ ଶ୍ଵଶୁର ଓ ଜ୍ୱାଇଁଙ୍କ ମଧ୍ୟରେ ବଚସା ହୋଇଥିଲ। ପରେ ଶାତୁ ଏକ ଛୁରୀ ଆଣି ଶ୍ଵଶୁରଙ୍କୁ ଭୁସି ଦେଇଥିଲେ। ଶ୍ଵଶୁରଙ୍କର ଚିକିତ୍ସାଧୀନ ଅବସ୍ଥାରେ ଡାକ୍ତରଖାନାରେ ମୃତ୍ୟୁ ଘଟିଥିଲା। ପୁଲିସ ଘଟଣାର ତଦନ୍ତ କରୁଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ଆୟଠାରୁ ୨୮୦% ଅଧିକ ସମ୍ପତ୍ତି ଠୁଳ କରି ବନ୍ଧା ହେଲେ ଖାଦ୍ୟ ଯୋଗାଣ ଅଧିକାରୀ
ସିଏସ୍ଓ ସୁରେଶ କୁମାର ପାଣିଗ୍ରାହୀଙ୍କ ସମସ୍ତ ସମ୍ପତ୍ତି ଠାବ କରି ତା’ର ହିସାବ କଲାପରେ ତାଙ୍କ ଆୟ ଓ ବ୍ୟୟର ହିସାବ କରାଯାଇଥିଲା ଏବଂ ସେ ତାଙ୍କ ଆୟଠାରୁ ୨୮୦% ସଂପତ୍ତି ଠୁଳ କରିଥିବା ଜଣାପଡ଼ିଛି।
Crime
କୋଟିପତି ଯୋଗାଣ ଅଧିକାରୀ ଗିରଫ
ବ୍ୟାଙ୍କରେ ସୁରେଶ କୁମାର ପାଣିଗ୍ରାହୀଙ୍କର କେବଳ ୧.୭୨ କୋଟି ଟଙ୍କାର ଜମା ରହିଛି।
Crime
ନାବାଳକ ଛାତ୍ର ସହ ସେକ୍ସ କରିଥିଲେ ଶିକ୍ଷୟିତ୍ରୀ, ମିଳିଲା ୩୦ ବର୍ଷ ଜେଲ୍
ଅଷ୍ଟମ ଶ୍ରେଣୀ ଛାତ୍ରକୁ ମଦ, ଗଞ୍ଜେଇ ଭଳି ନିଶାଦ୍ରବ୍ୟ ଦେଇ ତା' ସହ ବାରମ୍ବାର ଶାରିରୀକ ସମ୍ପର୍କ ରଖିଥିଲେ ଶିକ୍ଷୟିତ୍ରୀ। ଅଭିଯୋଗ ପରେ କରିଥିଲେ ଆତ୍ମସମର୍ପଣ।
Crime
ଡିଜିଟାଲ ଆରେଷ୍ଟର ଧମକ; ବିଲ୍ଡରଙ୍କ ଠାରୁ କୋଟିଏ ଟଙ୍କା ଲୁଟ୍
ଅହମ୍ମଦାବାଦର ଜଣେ ବିଲ୍ଡରଙ୍କ ଠାରୁ କୋଟିଏ ଟଙ୍କା ଲୁଟି ନେଇଛନ୍ତି ସାଇବର ଲୁଟେରା।
Crime
ମୋବାଇଲ ହେଲା କାଳ; ଝୁଲି ପଡ଼ିଲେ ଦମ୍ପତି
ଘର ବାହାରେ ୧୧ମାସର ଶିଶୁ କନ୍ୟାଟି କାନ୍ଦୁ ଥିବା ଶୁଣି ପାଖ ପଡ଼ୋଶୀ ଛୁଆ ପାଖକୁ ଧାଇଁ ଆସିଥିଲେ।