ପାରିବାରିକ କଳହର କରୁଣ ପରିଣତି। ବୁଢ଼ା ବାପାଙ୍କୁ ପିଟି ପିଟି ହତ୍ୟା କଲା ପୁଅ। ଏଭଳି ଅଭିଯୋଗ ଆସିଛି ସମ୍ବଲପୁର ଜିଲ୍ଲା ସଦର ଥାନା ଅନ୍ତର୍ଗତ ବୁଦେଲଛିଣ୍ଡା ଗାଁରୁ। ମୃତକଙ୍କ ନାଁ ରାମ ପ୍ରସାଦ ବାଗ।
ଗତକାଲି ରାତିରେ ରାମ ପ୍ରସାଦ ବାଗ ଓ ତାଙ୍କ ପୁଅ ଧୀରେନ ବାଗଙ୍କ କୌଣସି ପାରିବାରିକ ଘଟଣାକୁ ନେଇ ଝଗଡ଼ା ହୋଇଥିଲା। ଏହି ଝଗଡ଼ା ଉଗ୍ରରୂପ ନେଇଥିଲା। ଧୀରେନ ରାଗିଯାଇ ତାଙ୍କ ବାପାଙ୍କୁ ନିସ୍ତୁକ ପିଟିଥିଲେ। ଫଳରେ ରାମ ପ୍ରସାଦ ବାଗଙ୍କର ମୃତ୍ୟୁ ଘଟିଥିଲା ବୋଲି ଅଭିଯୋଗ ହୋଇଛି।
Also Read
ଘଟଣା ସଂପର୍କରେ ସ୍ଥାନୀୟ ଲୋକେ ପୁଲିସକୁ ଖବର ଦେଇଥିଲେ। ପୁଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଜବତ କରିବା ସହିତ ଧୀରେନ ବାଗଙ୍କୁ ଥାନାକୁ ନେଇ ପଚରାଉଚରା କରୁଛି। ତାଙ୍କୁ ପଚରାଉଚରା ବେଳେ ପୁଲିସ୍ ଜାଣିବାକୁ ପାଇଛି ଯେ ଧୀରେନ ମଦ ପିଇ ତାଙ୍କ ବାପାଙ୍କୁ ପିଟାପିଟି କରନ୍ତି।
TAGS
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ଯୌତୁକ ପାଇଁ ମାରିଦେଲେ! ୧୦ ମାସ ତଳେ ହୋଇଥିଲା ବାହାଘର
ବାପ ଘର ଲୋକ ଅଭିଯୋଗ କରିଛନ୍ତି ଯେ ଯୌତୁକ ପାଇଁ ଝିଅକୁ ହତ୍ୟା କରାଯାଇଛି। ଶ୍ୱଶୁର ଘର ଲୋକେ କହିଛନ୍ତି ଯେ ସେ ଆତ୍ମହତ୍ୟା କରିଛନ୍ତି। ଯଦି ଆତ୍ମହତ୍ୟା କରିଛନ୍ତି, ତା’ହେଲେ ତା’ର କାରଣ ଯୌତୁକ ନିର୍ଯାତନା ନୁହେଁ ତ?
Crime
ବିନା ଶାର୍ଟରେ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଘରକୁ ପଠାଇଲେ ପ୍ରିନ୍ସିପାଲ
ଦଶମ ପରୀକ୍ଷା ସରିଲା ବୋଲି ଖୁିସିରେ ଜଣେ ଜଣକ ଶାର୍ଟରେ ଶୁଭେଚ୍ଛା ଲେଖି ସେଲିବ୍ରେସନ କରୁଥିଲେ ଛାତ୍ରୀ। ପ୍ରିନ୍ସିପାଲଙ୍କୁ ଏହା ପସନ୍ଦ ନଆସିବାରୁ ପ୍ରାୟ ଶହେ ଛାତ୍ରୀଙ୍କୁ ଶାର୍ଟ ଖୋଲି ଘରକୁ ଯିବାକୁ ବାଧ୍ୟ କରାଯାଇଥିଲା।
Crime
ପ୍ରସୂତିଙ୍କ ଚିକିତ୍ସା ଅଧାରୁ ଛାଡ଼ି ପଳାଇଥିଲେ ଡାକ୍ତର; ୧୧ କୋଟି ଜୋରିମାନା କଲେ କୋର୍ଟ
ପ୍ରସବ ପରେ ଅତ୍ୟଧିକ ରକ୍ତସ୍ରାବ ହୋଇ ମହିଳାଙ୍କର ମୃତ୍ୟୁ ହୋଇଥିଲା। ଚିକିତ୍ସା ଅଧାରୁ ପାଣି ପିଇବାକୁ କହି କେଉଁଆଡ଼େ ପଳାଇଥିଲେ ଦୁଇ ଡାକ୍ତର।
Crime
ସରକାରୀ ଚାକିରି ବେପାର କରୁଥିଲେ 420 ଦମ୍ପତି
ରାଉରକେଲା ଟିମ୍ବର କୋଲୋନୀର ଲକ୍ଷ୍ମୀ ତନ୍ତି ଓ ତାଙ୍କ ସ୍ଵାମୀ ସଂଗ୍ରାମ ସାହୁ ପାଠଶାଠ କମ୍ ପଢ଼ିଛନ୍ତି। ତଥାପି ସରକାରୀ ଚାକିରି ବାଣ୍ଟୁଥିଲେ। ମାସର ଥରେ ବେକରେ ଆଇକାର୍ଡ ପକାଇ ରାଉରକେଲା କୋର୍ଟକୁ ଯାଉଥିଲେ।