କଟକ: ଗଣ୍ଡରପୁର ଡ୍ରେନେଜ ଅଫିସ ଉପରେ ସୋମବାର ଅପରାହ୍ନରେ ବୋମାମାଡ ହୋଇଥିଲା। ଠିକାଦାରି କାମକୁ ନେଇ ଏହି ବୋମାମାଡ କରାଯାଇଥିବା ସନ୍ଦେହ କରାଯାଉଚ । ଅପରାହ୍ନ ପ୍ରାୟ ୨ଟାରେ ଦୁଇଜଣ ଦୁର୍ବୃତ୍ତ ବାଇକରେ ଆସି ଡ୍ରେନେଜ ଅଫିସ ଉପରକୁ ବୋମା ଫିଙ୍ଗି ଫେରାର ହୋଇଯାଇଥିଲେ । ବୋମାଟି ଅଫିସ ଗେଟରେ ମାଡ ହୋଇଥିଲା । ଖବର ପାଇ ସ୍ଥାନୀୟ ପୋଲିସ ଘଟଣା ସ୍ଥଳରେ ପହଞ୍ଚି ଘଟଣାର ତଦନ୍ତ ଆରମ୍ଭ କରିଛି । ଏ ନେଇ ଡ୍ରେନେଜ ବିଭାଗ ନିର୍ବାହୀ ଯନ୍ତ୍ରୀ ପ୍ରଦୀପ ସାଗର ଦୁରିଆଙ୍କୁ ଯୋଗାଯୋଗ କରାଯିବାରେ ସେ କହିଛନ୍ତି ମୁଖ୍ୟଯନ୍ତ୍ରୀଙ୍କ ରିଭ୍ୟୁ ମିଟିଂ ଚାଲିଥିବା ବେଳେ ବୋମାମାଡ ସମ୍ପର୍କରେ ସୂଚନା ପାଇଥିଲୁ । ଆଗରୁ ଏ ନେଇ ବ୍ୟାରେଜ ଡିଭିଜନ ପକ୍ଷରୁ ଥାନାରେ ଲିଖିତ ଅଭିଯୋଗ କରାଯିବ ବୋଲି ସେ କହିଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ନାବାଳିକାକୁ ଗଣଦୁଷ୍କର୍ମ ମାମଲାରେ ଦୁଇ ଜଣଙ୍କୁ ଆଜୀବନ କାରାଦଣ୍ଡ
ପରିବାର ଲୋକେ ଖବର ପାଇ ଝିଅକୁ ରାସ୍ତାକଡ଼ରୁ ଉଦ୍ଧାର କରିଥିଲେ।
Crime
୫ ବର୍ଷର ଶିଶୁକନ୍ୟାକୁ ଦୁଷ୍କର୍ମ ଅଭିଯୋଗରେ ୫୫ ବର୍ଷୀୟ ବ୍ୟକ୍ତି ଗିରଫ
ଅଭିଯୋଗ ପାଇବା ପରେ ପୁଲିସ ଅଭିଯୁକ୍ତଙ୍କୁ ଥାନାକୁ ଆଣି ପଚରାଉଚରା କରିଥିଲା। ତା’ପରେ ତାଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିଲା।
Crime
ଶିଶୁ ବିକ୍ରି ଘଟଣା: ନିଲମ୍ବିତ ଏଏନ୍ଏମ୍ ଗିରଫ, ଆଉ ୨ ଜଣଙ୍କୁ ବି ବାନ୍ଧିଲା ପୁଲିସ
ଏହି ଘଟଣାରେ ନିଜେ ଉପ-ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଗ୍ରାଉଣ୍ଡଜିରୋକୁ ଯାଇ ଘଟଣାର ତନାଘନା କରିଥିଲେ।
Crime
ବବିଙ୍କ ଭାଇ ଭବଙ୍କ ନାଁରେ ମାମଲା ରୁଜୁ
ଦୁଇ ଦିନ ତଳେ ଧର୍ମଶାଳା ବିଧାୟକଙ୍କୁ ଆକ୍ରମଣ ଘଟଣାରେ ବିବାଦୀୟ ହୋଇପଡ଼ିଥିବା ବବିଙ୍କ ଭାଇଙ୍କ ବିରୋଧରେ ଜଣେ ପରିବା ବ୍ୟବସାୟୀ ଦେଇଥିଲେ ଏତଲା।
Crime
ଉଗ୍ର ରୂପ ନେଲା ମନୋଜ ମିଶ୍ର-ବବି ଇସଲାମ କଳି; ଡିସିପି ଅଫିସ ଆଗରେ ହାଇଡ୍ରାମା
ଆଜି ଭୁବନେଶ୍ୱର ଡିସିପି ଅଫିସ ସମ୍ମୁଖରେ ପ୍ରଥମେ କଥା କଟାକଟି ଓ ପରେ ହାତାହାତି ଯାଏ କଥା ଗଲା। ପରେ ଡିସିପିଙ୍କ ଉପସ୍ଥିତିରେ ଏହି ଘଟଣାର ଆପୋଷ ସମାଧାନ ହୋଇଥିବା ଜଣାଯାଇଛି।