Advertisment

ପରିବାରର ୩ ଜଣଙ୍କ ଆତ୍ମହତ୍ୟା ଉଦ୍ୟମ, ବାପା-ମା’ଙ୍କ ଅବସ୍ଥା ସଙ୍କଟାପନ୍ନ

ଜଣେ ସଫ୍ଟୱେର ଇଞ୍ଜିନିୟର ଓ ତାଙ୍କ ବାପାମା’ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି।

Suicide

Suicide

Advertisment

ଗୋଟିଏ ପରିବାରର ୩ ଜଣ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ଗୁରୁତର ଅବସ୍ଥାରେ ବାପା, ମାଆ ଓ ପୁଅ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି। ଘଟଣାଟି ଘଟିଛି କଟକ ସିଡିଏ ସେକ୍ଟର ୬ ଅଞ୍ଚଳରେ।

Advertisment

ବେଙ୍ଗାଲୁରୁର ଏକ ଆଇଟି କମ୍ପାନୀରେ ସଫ୍ଟୱେର ଇଞ୍ଜିନିୟର ଥିବା ସୌମ୍ୟ ରଞ୍ଜନ ପଣ୍ଡାଙ୍କ ସହିତ ତାଙ୍କ ବାପା ଉମାଚରଣ ପଣ୍ଡା ଓ ମା' ସରୋଜିନୀ ପଣ୍ଡା ବିଷ ପିଇ ଆତ୍ମହତ୍ୟା ଉଦ୍ୟମ କରିଥିବା ପ୍ରାଥମିକ ତଦନ୍ତରୁ ଜଣାପଡ଼ିଛି।

ଗୁରୁବାର ବିଳମ୍ବିତ ରାତିରେ ବନ୍ଦ ଘରୁ ଗୁରୁତର ଅବସ୍ଥାରେ ସେମାନଙ୍କୁ ଉଦ୍ଧାର କରାଯାଇ ଏସ୍‌ସିବି ମେଡିକାଲ କଲେଜ ଓ ହସ୍‌ପିଟାଲରେ ଭର୍ତ୍ତି କରାଯାଇଛି। ସୌମ୍ୟଙ୍କ ବାପା ଉମାଚରଣ ପଣ୍ଡା ଓ ମା’ ସରୋଜିନୀ ପଣ୍ଡାଙ୍କ ସ୍ୱାସ୍ଥ୍ୟାବସ୍ଥା ସଂକଟାପନ୍ନ ରହିଛି।

Advertisment

ତେବେ କାହିଁକି ଗୋଟିଏ ପରିବାରର ତିନି ଜଣ ସଦସ୍ୟ ଆତ୍ମହତ୍ୟା ଉଦ୍ୟମ କଲେ, ତାହା ସ୍ପଷ୍ଟ ହୋଇନାହିଁ। ମର୍କତ ନଗର ଥାନା ପୁଲିସ ଏହି ମାମଲାର ତଦନ୍ତ କରୁଛି।

Suicide Attempt
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe