ଚାକିରି ଦେବା ନାଁରେ ମୁମ୍ବାଇରେ ଲୋକମାନଙ୍କଠାରୁ ଲକ୍ଷ ଲକ୍ଷ ଟଙ୍କା ଠକି ଭୁବନେଶ୍ୱରେ ଲୁଚିଥିଲେ। ସହିଦନଗର ଥାନା ଅଞ୍ଚଳରୁ ୨ ଠକଙ୍କୁ ଗିରଫ କରିଛି ମୁମ୍ବାଇ ପୁଲିସ। ଗିରଫ ଦୁଇ ଠକ ହେଲେ ଯାଜପୁରର ରାଜେନ୍ଦ୍ର ମଲ୍ଲିକ ଓ କନ୍ଧମାଳର ସଚିନ୍ ଦିଗଲ।
ରାଜେନ୍ଦ୍ର ଓ ସଚିନ୍ ଫେକ୍ ୱେବସାଇଟ୍ ଖୋଲି ମୁମ୍ବାଇରେ ଚାକିରି ଦେବା ନାଁରେ ଲୋକଙ୍କୁ ଠକେଇ କରିଥିଲେ। ଏନେଇ ଦୁଇ ଅଭିଯୁକ୍ତଙ୍କ ନାଁରେ ମୁମ୍ବାଇ ଥାନେ ପୁଲିସ ଷ୍ଟେସନରେ ଏତଲା ହୋଇଥିଲା। ଥାନେ ପୁଲିସ ଦୁଇ ଠକଙ୍କୁ ମୁମ୍ବାଇରେ ଖୋଜିଥିଲା, ହେଲେ ପାଇ ନଥିଲା। ପରେ ସେମାନେ ଭୁବନେଶ୍ୱରର ଥିବା ଜଣାପଡ଼ିଥିଲା। ଏନେଇ ଥାନେ ପୁଲିସ ଭୁନେଶ୍ୱରର କମିଶନରେଟ୍ ପୁଲିସ ସହ ଯୋଗାଯୋଗ କରିଥିଲା। କମିଶନରେଟ୍ ପୁଲିସ ସହାୟତାରେ ସହିଦନଗର ଥାନା ଅଞ୍ଚଳରୁ ୨ ଠକଙ୍କୁ ଗିରଫ କରିଥିଲା।
Also Read
ଗିରଫ ପରେ ଉଭୟଙ୍କ ଠାରୁ ୩୭ଟି ମୋବାଇଲ ଫୋନ, ୧୨ଟି ପାନ କାର୍ଡ, ୩୮ଟି ଏଟିଏମ କାର୍ଡ, ୨୫ଟି ସିମକାର୍ଡ ଓ ଲାପଟପ୍ ଜବତ କରିଛି ପୁଲିସ । ଗିରଫ ପରେ ଦୁଇ ଅଭିଯୁକ୍ତକୁ ଟ୍ରାଞ୍ଜିଟ ରିମାଣ୍ଡରେ ନେଇଛି ଥାନେ ପୁଲିସ।
TAGS
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ଦିଲ୍ଲୀରେ ୪୦୦ ସ୍କୁଲକୁ ବୋମା ଧମକ ଦେଇଥିଲା ନାବାଳକ, ଆପ୍-ବିଜେପି ମୁହାଁମୁହିଁ
ଗତ ୮ତାରିଖରେ ମିଳିଥିବା ମେଲକୁ ଟ୍ରାକ୍ କରି ଜଣେ ଯୁକ୍ତ୨ ଛାତ୍ରକୁ ଧରିଛି ପୁଲିସ। ଛାତ୍ର ଓ ଏହାର ଅଭିଭାବକ ଏକ ଏନଜିଓ ସହ ଜଡ଼ିତ। ଏନଜିଓ ଏକ ରାଜନୈତିକ ଦଳ ସହ ଜଡ଼ିତ ବୋଲି କହିଛି ପୁଲିସ।
Crime
ହଂସିତା-ଅନୀଲ୍ଙ୍କ ଠକାମିର ପୋଲ୍ ଖୋଲିଲେ ତାଙ୍କ ପୂର୍ବତନ କର୍ମଚାରୀ!
ହଂସିତା-ଅନୀଲଙ୍କ ଅଫିସ୍ରେ କାମ କରୁଥିବା ପୂର୍ବତନ କର୍ମଚାରୀ Mr X ପୁଲିସ୍କୁ ଦେଇଥିବା ବୟାନରେ ଲେଖିଛନ୍ତି, ଦୁଇ ବର୍ଷ ତଳେ କଟକରେ ଅନୀଲ ମହାନ୍ତିଙ୍କ ଜନ୍ମଦିନ ପାର୍ଟିରେ ହଂସିତା ଅଭିଲିପ୍ସାଙ୍କ ସହିତ ମୋର ଦେଖା ହୋଇଥିଲା।
Crime
ନିଜ ନିଜ ଘରେ ଝୁଲି ପଡ଼ିଲେ ପ୍ରେମୀ ଯୁଗଳ!
ବାଙ୍କୀ ଥାନା ଅନ୍ତର୍ଗତ ଅନୁଆରୀ ପଞ୍ଚାୟତ କୁରୁମଚଇନି ଗାଁର ରଞ୍ଜନ ସେଠ ବାଇଗଣୀ ଗ୍ରାମ କଲ୍ୟାଣୀ ମାଝୀଙ୍କୁ ପ୍ରେମ କରୁଥିଲେ। କଲ୍ୟାଣୀ ମଧ୍ୟ ରଞ୍ଜନଙ୍କୁ ଭଲ ପାଉଥିଲେ। ଉଭୟ ବାହା ହେବା ପାଇଁ କେତେ ସପନ ଦେଖୁଥିଲେ।
Crime
କାଲି ଘରୁ ବାହାରିଥିଲା ପୁଅ, ଆଜି ମିଳିଲା ମୃତଦେହ
କାଲି ରାତିରେ ଘରୁ ବାହାରିଥିଲେ ଯୁବକ। ହେଲେ ଆଉ ଘରକୁ ଫେରିଲେ ନାହିଁ। ଆଜି ସକାଳୁ ଗାଁ ନିକଟରୁ ମିଳିଲା ତାଙ୍କ ରକ୍ତାକ୍ତ ମୃତଦେହ ।