Advertisment

ଭୀମସାରରେ ଦୁଇ ଛାତ୍ର ଗୋଷ୍ଠୀ ମଧ୍ୟରେ ସଂଘର୍ଷ; ୩ ଆହତ

PG ଛାତ୍ରମାନେ ଆକ୍ରମଣ ପ୍ରତିବାଦରେ ହାଉସ ସର୍ଜନମାନେ କାର୍ଯ୍ୟ ବନ୍ଦ ଆନ୍ଦୋଳନ ନିଷ୍ପତ୍ତି ନେଇଛନ୍ତି।

author-image
Tapaswini Nayak
ଅଦ୍ୟତନ ହୋଇଛି
Groups clash

Groups clash

ବୁର୍ଲା ଭୀମସାରରେ ଦୁଇ ଡାକ୍ତରୀ ଛାତ୍ର ଗୋଷ୍ଠୀ ମଧ୍ୟରେ ସଂଘର୍ଷ ଘଟି ୩ ଜଣ ଆହତ ହୋଇଛନ୍ତି। ଆହତମାନଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ପ୍ରାଥମିକ ଚିକିତ୍ସାପରେ ସେମାନଙ୍କୁ ଛାଡ଼ି ଦିଆଯାଇଛି ଜଣାଯାଇଛି।

Advertisment

ଗତକାଲି ବୁର୍ଲା ଭୀମସାର ପରିସରରେ UG ଛାତ୍ର ସଂଘର ବାର୍ଷିକ ଉତ୍ସବ ଚାଲିଥଲା। ବିଳମ୍ବିତ ରାତିରେ PG ଛାତ୍ର ଓ ହାଉସ ସର୍ଜନଙ୍କ ମଧ୍ୟରେ କୌଣସି କଥାକୁ ନେଇ ବଚସା ହୋଇଥିଲା। କ୍ରମେ ଏହା ଉଗ୍ର ରୂପ ନେଇଥିଲା। ଉଭୟ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ହୋଇଥିଲା। ଏଥିରେ ୩ ଜଣ ଡାକ୍ତରୀ ଛାତ୍ର ଆହତ ହୋଇଥିଲେ।

ଭୀମସାର ନିର୍ଦ୍ଦେଶକ, ବୁର୍ଲା ଥାନା ଆଇଆଇସି ଓ SDPO  ଛାତ୍ରମାନଙ୍କ ସହ ବିଳମ୍ବିତ ରାତି ଯାଏଁ ଆଲୋଚନା କରିଥିଲେ ମଧ୍ୟ କୌଣସି ସମାଧାନ ହୋଇପାରିନାହିଁ। ଘଟଣାକୁ ନେଇ ହାଉସ ସର୍ଜନମାନେ ବୁର୍ଲା ଥାନାରେ ଲିଖିତ ଅଭିଯୋଗ କରିଛନ୍ତି। ଅନ୍ୟପକ୍ଷରେ PG ଛାତ୍ରମାନେ ଆକ୍ରମଣ ପ୍ରତିବାଦରେ ହାଉସ ସର୍ଜନମାନେ କାର୍ଯ୍ୟ ବନ୍ଦ ଆନ୍ଦୋଳନ ନିଷ୍ପତ୍ତି ନେଇଛନ୍ତି।

Advertisment

ପୂର୍ବ ତିକ୍ତତାକୁ ନେଇ PG ଛାତ୍ରମାନେ ଆକ୍ରମଣ କରିଥିବା ନେଇ ଆହତ ହୋଇଥିବା ପୂର୍ବତନ UG ଛାତ୍ର ସଂଘ ସଭାପତି କହିଛନ୍ତି। ତେବେ ଏ ନେଇ ପିଜି ଛାତ୍ର ସଂଘ କି ପୁଲିସ ପକ୍ଷରୁ କୌଣସି ପ୍ରତିକ୍ରିୟା ମିଳିପାରିନାହିଁ।

ଭୀମସାର ଭାରପ୍ରାପ୍ତ ନିର୍ଦ୍ଦେଶକ ଭାବଗ୍ରାହୀ ରଥ କହିଛନ୍ତି ,UG ଛାତ୍ର ସଂଘର ବାର୍ଷିକ ଉତ୍ସବ ଚାଲିଥିଲା। କୌସି କଥାକୁ ନେଇ ପିଲାମାନଙ୍କ ମଧ୍ୟରେ କଥାକଟାକଟି ହୋଇଥିଲା। ଆମେମାନେ ପହଞ୍ଚି ପିଲାମାନଙ୍କୁ ବୁଝାସୁଝା କରିଥିଲୁ।

VIMSAR Groups Clash