ଅଦ୍ୟତନ ହୋଇଛି
Jail
Advertisment
ଭବାନୀପାଟଣା ଜେଲ୍ରୁ ଦୁଇ ଜଣ ବିଚାରାଧୀନ କଏଦୀ ଫେରାର ହୋଇ ଯାଇଥିବା ସୂଚନା ମିଳିଛି। ଆଜି ସକାଳେ ଉଭୟେ ଜେଲ୍ରେ ନ ଥିବା ଜଣାପଡ଼ିଥିଲା। ବହୁ ଖୋଜାଖୋଜି କରି ସେମାନଙ୍କୁ ପାଇ ନ ଥିଲେ ଜେଲ୍ କର୍ତ୍ତୃପକ୍ଷ।
Advertisment
ଫେରାର ବିଚାରାଧୀନ କଏଦୀମାନେ ହେଉଛନ୍ତି ସିକନ୍ଦର ଜାଲ ଓ ନୀଳମଣି ମାଝି। ସିକନ୍ଦର ନୂଆପଡ଼ା ଜିଲ୍ଲାର ହୋଇଥିବା ବେଳେ ନୀଳମଣି ଧର୍ମଗଡ ଅଞ୍ଚଳର ବୋଲି ଜଣାପଡ଼ିଛି। ସେମାନଙ୍କ ବିରୋଧରେ ପୋକ୍ସୋ ଆକ୍ଟରେ ମାମଲା ରୁଜୁ ହୋଇଥିବା ବେଳେ ବିଚାରାଧୀନ କଏଦୀ ଭାବେ ଜେଲ୍ରେ ଥିଲେ। ହେଲେ ସେମାନେ କିପରି ଓ କେତେବେଳେ ଫେରାର ହେଲା, ସେ ନେଇ କିଛି ସ୍ପଷ୍ଟ ସୂଚନା ମିଳିପାରି ନାହିଁ।
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
Follow Us/odisha-reporter/media/post_attachments/uploadimage/library/16_9/16_9_0/Jail_1712472408.jpg)