ଭୁବନେଶ୍ୱର: ୟୁକୋ ବ୍ୟାଙ୍କ ଡକାୟତିର ଅନ୍ୟତମ ଅଭିଯୁକ୍ତ ବିଜୟ ସାହାଙ୍କୁ ଆଜି କୋର୍ଟ ଚାଲାଣ କରାଯାଇଛି। ଆଜି ଟ୍ରାନଜିଟ୍ ରିମାଣ୍ଡ ଶେଷ ହେବା ପରେ ତାଙ୍କୁ କୋର୍ଟରେ ହାଜର କରାଯାଇଥିଲା। ତାଙ୍କୁ ଆଉ ୭ ଦିନ ରିମାଣ୍ଡରେ ନେବାକୁ ପୋଲିସ ଆବେଦନ କରିଛି।
ବିଜୟଙ୍କୁ ରିମାଣ୍ଡରେ ଅଣାଯିବା ପରେ ଡକାୟତି ଘଟଣାର ଅନ୍ୟ ଜଣେ ସହଯୋଗୀ ଭଗବାନ ଠାକୁର ସହ ମିଳିତ ଜେରା କରାଯିବ। ପ୍ରାଥମିକ ପଚରାଉଚରା ଆଧାରରେ କମିଶନରେଟ୍ ପୋଲିସର ୨ଟି ଟିମ୍ ରାଜ୍ୟ ବାହାରକୁ ଯାଇ ତଦନ୍ତ କରୁଛି।
ସେପ୍ଟେମ୍ବର ୨୮ ତାରିଖରେ ୟୁକୋ ବ୍ୟାଙ୍କ ଡକାୟତି ହୋଇଥିଲା। ଲୁଟେରାମାନେ ନଗଦ ଟଙ୍କା ଓ ସୁନାକୁ ମିଶାଇ ୫୦ ଲକ୍ଷରୁ ଅଧିକ ଟଙ୍କାର ସମ୍ପତ୍ତି ଲୁଟି ନେଇଥିଲେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ଜାମା ମସଜିଦ ସର୍ଭେ ବେଳେ ଉତ୍ତେଜନା; ୩ ମୃତ, ୩୦ ପୁଲିସ ଆହତ
ଶାହି ଜାମା ମସଜିଦ ସର୍ଭେ ସମୟରେ ସର୍ଭେ ଟିମ୍ ଉପରକୁ କିଛି ଲୋକ ପଥର ମାଡ଼ କରିଥିଲେ।
Crime
ମଦ ପିଇ ତିନି ସାଙ୍ଗଙ୍କ ବେପରୁଆ ଗାଡ଼ି ଚାଳନା; ଅଟକାଇବାରୁ ପୁଲିସକୁ ମାରିଦେଲେ
ପୁଲିସ ଏନକାଉଣ୍ଟରରେ ଜଣେ ଅଭିଯୁକ୍ତ ମୃତ।
Crime
ବନ୍ଦ କୋଠରୀରୁ ୮ ଦିନ ପରେ ସ୍ୱାମୀ ଉଦ୍ଧାର, ଖାଇବାକୁ ନଦେଇ ନିସ୍ତୁକ ମାଡ଼ ମାରି ବନ୍ଦୀ କରିଥିଲେ ସ୍ତ୍ରୀ
କସ୍ତାନ୍ତିନ ପରିଛା ଓ ତାଙ୍କ ପତ୍ନୀ ପ୍ରାଣ ରଞ୍ଜନି ପରିଛାଙ୍କ ମଧ୍ୟରେ ଦୀର୍ଘ ଦିନ ଧରି ଝଗଡ଼ା ଲାଗି ରହିଥିଲା।