କେନ୍ଦୁଝର: ଉଲିବୁରୁ ଖଣି ମହାଦୁର୍ନୀତି ମାମଲାର ସମସ୍ତ ୨୬ ଜଣ ଅଭିଯୁକ୍ତଙ୍କୁ ହାଜର ହେବାକୁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। କେନ୍ଦୁଝର ସ୍ୱତନ୍ତ୍ର ଭିଜିଲାନ୍ସ କୋର୍ଟ ଆଜି ଏହି ନିର୍ଦ୍ଦେଶ ଦେଇଛନ୍ତି। ମୁଖ୍ୟ ଅଭିଯୁକ୍ତ ଦୀପକ ଗୁପ୍ତା, ପୂର୍ବତନ ଖଣି ନିର୍ଦ୍ଦେଶକ ମାନସ ରଞ୍ଜନ ମହାନ୍ତି ପ୍ରମୁଖ ସମସ୍ତ ୨୬ ଜଣଙ୍କୁ ଡିସେମ୍ୱର ୨ ତାରିଖରେ କୋର୍ଟରେ ହାଜର ହେବାକୁ ନିର୍ଦ୍ଦେଶ ଦେଇଛନ୍ତି। ଉଲିବୁରୁ ଖଣି ଦୁର୍ନୀତିରେ ମୋଟ୍ ୨୯ ଜଣ ଅଭିଯୁକ୍ତ ଅଛନ୍ତି। ତେବେ ସେମାନଙ୍କ ଭିତରୁ ସରକାରଙ୍କ ଅନୁମତି ପରେ ଆଜି ୩ଜଣ ସରକାରୀ କର୍ମଚାରୀଙ୍କ ନାଁରେ ଭିଜିଲାନ୍ସ ପକ୍ଷରୁ ସପ୍ଲିମେଣ୍ଟାରୀ ଚାର୍ଜସିଟ୍ ଦାଖଲ କରାଯାଇଛି। ଏହି ତିନିଜଣ ହେଲେ ଖଣି ସର୍ଭେୟର ଲଙ୍କଧର ଦାଶ, ପୂର୍ବତନ କେନ୍ଦୁଝର ଡିଏଫ୍ଓ ପ୍ରଦୀପ ରାଜ କରାଟ ଓ ପୂର୍ବତନ କେନ୍ଦୁଝର ଏସିଏଫ୍ଓ ବିମଳ ପ୍ରସନ୍ନ ଆଚାର୍ଯ୍ୟ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ସଫେଇ କର୍ମଚାରୀଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ
ବାବୁଲି କାକ ରାଣିବଗିଚା ବାଇପାସ୍ ନିକଟରେ ସଫେଇ କାମର ତଦାରଖ କରିବା ପାଇଁ ଯାଇଥିଲେ। କାମ ତଦାରଖ କରିବା ପରେ ସେଠାରେ ସେ ଠିଆ ହୋଇଥିଲେ। ଠିକ୍ ସେତିକି ବେଳେ ତାଙ୍କ ଉପରେ ଆକ୍ରମଣ ହୋଇଥିଲା।
Crime
ଲୁଟେରାଙ୍କ ଗୁଳିରେ ୨ ମୃତ; ଗୋଡ଼ାଇ ଗୋଡ଼ାଇ ଗାଡ଼ିଆରେ ମାଡ଼ି ବସିଲେ ଲୋକେ
ଲୁଟ୍ କରିବା ପରେ ଦୋକାନକୁ ଗହଣା କିଣିବାକୁ ଆସିଥିବା ଜଣେ ବ୍ୟକ୍ତିଙ୍କ ବାଇକ୍ ଧରି ଚମ୍ପଟ ମାରୁଥିଲେ ୩ ଦୁର୍ବୃତ୍ତ। ଆଉ ସେମାନଙ୍କୁ କାର୍ରେ ପିଛା କରିଥିଲେ ଗହଣା ଦୋକାନର କର୍ମଚାରୀ ସୁନୀଲ୍ ରାୟ ଓ ତାଙ୍କ ସାଥୀ।
Crime
ମାଆ ଚାକିରି ଗଲା ବୋଲି ସର୍କିଟ୍ ହାଉସ୍ରେ ଥିବା ଗାଡ଼ିରେ ନିଆଁ ଲଗାଇଦେଲା ପୁଅ
କେନ୍ଦୁପତ୍ର ଫରେଷ୍ଟର ଭାବେ କାର୍ଯ୍ୟ କରନ୍ତି ସୁଜିତ କୁମାର ବେହେରା। ତାଙ୍କ ମାଆ ସର୍କିଟ୍ ହାଉସ୍ରେ ସୁଇପର ଭାବେ କାମ କରୁଥିଲେ। କିଛି ମାସ ତଳେ କୌଣସି କାରଣରୁ ତାଙ୍କୁ ସର୍କିଟ ହାଉସରୁ ବାହାର କରିଦିଆଯାଇଥିଲା।
Crime
ଲୁଟ୍ ପାଇଁ ପିଛା କରୁଥିଲେ; ଧକ୍କା ଦେବାରୁ ବିଦ୍ୟୁତ୍ କର୍ମଚାରୀଙ୍କୁ ଗୁଳି କଲେ
ଚୋରମାନେ ଉତ୍କ୍ଷିପ୍ତ ହୋଇ ବାଇକ୍ ଉଠାଇ ପ୍ରଥମେ ନୀଳମାଧବଙ୍କୁ ଗୁଳି କରିଥିଲେ। ଗୁଳି ତାଙ୍କ ପେଟ ଓ ଅଣ୍ଟାରେ ବାଜିଥିଲେ। ପରେ ଅଳଙ୍କାର ଦୋକାନୀ ସୁନୀଲ୍ ଓ ତାଙ୍କ ସାଥୀଙ୍କ ଉପରକୁ ଗୁଳି ଚଳାଇଥିଲେ। ସେମାନଙ୍କ ଦେହରେ ମଧ୍ୟ ଗୁଳି ବାଜିଥିଲା।
Crime
ସିକ୍ୟୁରିଟି ଗାର୍ଡଙ୍କ ହାତଗୋଡ଼ ବାନ୍ଧିଲେ, ଶୋ’ ରୁମ୍ ଲୁଟିଲେ
ସିକ୍ୟୁରିଟି ଗାର୍ଡଙ୍କ ହାତଗୋଡ଼ ବାନ୍ଧି ଲୁଟ କରିଛନ୍ତି ୩ ମୁଖାପିନ୍ଧା ଦୁର୍ବୃତ୍ତ। ବିଳମ୍ବିତ ରାତିରେ ଏହି ଡକାୟତି ହୋଇଛି।