ସୋନପୁର: ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ମଙ୍ଗଳବାର ତରଭା ସେବା ସମବାୟ ସମିତି ସୁପରଭାଇଜର ଉପେନ୍ଦ୍ର ମେହେରଙ୍କ ଘରେ ଭିଜିଲାନ୍ସ ଚଢ଼ାଉ କରାଯାଇଛି। ଆଜି ସକାଳେ ଉପେନ୍ଦ୍ରଙ୍କ ତରଭାର ୨ଟି ଘର ଓ ସମ୍ବଲପୁରର ଗୋଟିଏ ଘରେ ଭିଜିଲାନ୍ସ ଚଢ଼ାଉ କରିଛି। ଚଢ଼ାଉ ବେଳେ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ କାଗଜ ପତ୍ର ଓ ବ୍ୟାଙ୍କ ଆକାଉଣ୍ଟ ଜବତ କରାଯାଇଛି।
ମେହେର ପୁର୍ବରୁ ସୁବର୍ଣ୍ଣପୁର ଜିଲ୍ଲା ତରଭା ବ୍ଲକର ଶିବତୁଲା, ପୁଆ ଓ ଦେଉଳପଦର ସେବା ସମବାୟ ସମିତିର ସମ୍ପାଦକ ତଥା ସୁପରଭାଇଜର ଥିଲେ। ତାଙ୍କ ନାମରେ ଆର୍ଥିକ ଅନିୟମିତତା ଅଭିଯୋଗ ହେଉଥିବାରୁ ତାଙ୍କୁ ସେଇଠୁ ଅପସାରଣ କରି ନିଆଯାଇଥିଲା। ବର୍ତ୍ତମାନ ସେ ବଲାଙ୍ଗିର ଜିଲ୍ଲା ବାରପୁରୁଗିଆ ସେବା ସମବାୟ ସମିତିର ସମ୍ପାଦକ ଭାବେ କାର୍ଯ୍ୟ କରୁଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ନାବାଳିକାକୁ ଗଣଦୁଷ୍କର୍ମ ମାମଲାରେ ଦୁଇ ଜଣଙ୍କୁ ଆଜୀବନ କାରାଦଣ୍ଡ
ପରିବାର ଲୋକେ ଖବର ପାଇ ଝିଅକୁ ରାସ୍ତାକଡ଼ରୁ ଉଦ୍ଧାର କରିଥିଲେ।
Crime
୫ ବର୍ଷର ଶିଶୁକନ୍ୟାକୁ ଦୁଷ୍କର୍ମ ଅଭିଯୋଗରେ ୫୫ ବର୍ଷୀୟ ବ୍ୟକ୍ତି ଗିରଫ
ଅଭିଯୋଗ ପାଇବା ପରେ ପୁଲିସ ଅଭିଯୁକ୍ତଙ୍କୁ ଥାନାକୁ ଆଣି ପଚରାଉଚରା କରିଥିଲା। ତା’ପରେ ତାଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିଲା।
Crime
ଶିଶୁ ବିକ୍ରି ଘଟଣା: ନିଲମ୍ବିତ ଏଏନ୍ଏମ୍ ଗିରଫ, ଆଉ ୨ ଜଣଙ୍କୁ ବି ବାନ୍ଧିଲା ପୁଲିସ
ଏହି ଘଟଣାରେ ନିଜେ ଉପ-ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଗ୍ରାଉଣ୍ଡଜିରୋକୁ ଯାଇ ଘଟଣାର ତନାଘନା କରିଥିଲେ।
Crime
ବବିଙ୍କ ଭାଇ ଭବଙ୍କ ନାଁରେ ମାମଲା ରୁଜୁ
ଦୁଇ ଦିନ ତଳେ ଧର୍ମଶାଳା ବିଧାୟକଙ୍କୁ ଆକ୍ରମଣ ଘଟଣାରେ ବିବାଦୀୟ ହୋଇପଡ଼ିଥିବା ବବିଙ୍କ ଭାଇଙ୍କ ବିରୋଧରେ ଜଣେ ପରିବା ବ୍ୟବସାୟୀ ଦେଇଥିଲେ ଏତଲା।