Advertisment

ମୁଖ୍ୟଯନ୍ତ୍ରୀଙ୍କୁ ବାନ୍ଧିଲା ଭିଜିଲାନ୍ସ

ଭିଜିଲାନ୍ସ ଆଜି ମୁଖ୍ୟଯନ୍ତ୍ରୀଙ୍କୁ ଗିରଫ କରିଛି।

ଅଦ୍ୟତନ ହୋଇଛି
Chief engineer

Chief engineer

Advertisment

କୋଟିପତି ମୁଖ୍ୟଯନ୍ତ୍ରୀଙ୍କୁ ବାନ୍ଧିଲା ଭିଜିଲାନ୍ସ। ବାଲେଶ୍ୱର ରୁରାଲ୍‌ ୱାର୍କସ ମୁଖ୍ୟଯନ୍ତ୍ରୀ ଏନ୍‌.ଭି ହରିହର ରାଓଙ୍କୁ ଆଜି ଗିରଫ କରିଛି ଭିଜିଲାନ୍ସ। ଆୟ ବର୍ହିଭୂତ ସଂପତ୍ତି ଠୁଳ ମାମଲାରେ ଭିଜିଲାନ୍ସ ତାଙ୍କୁ ଗିରଫ କରିଥିବା ଜଣାଯାଇଛି। 

Advertisment

ଗତକାଲି ହରିହରଙ୍କ ପୈତୃକ ଘର, ଅଫିସ, ଭୁବନେଶ୍ୱର, ବ୍ରହ୍ମପୁର, ବାଲେଶ୍ୱର, କେନ୍ଦୁଝର ଓ ଫୁଲବାଣୀରେ ଥିବା ଘର ସମେତ ମୋଟ ୧୧ଟି ସ୍ଥାନରେ ଚଢଉ କରିଥିଲା ଭିଜିଲାନ୍ସ। ଚଢ଼ଉ ବେଳେ ୨ଟି କୋଠା, ଗୋଟିଏ ଫ୍ଲାଟ୍‌ ଓ ୪ଟି ପ୍ଳଟ୍‌ ଓ ଦୁଇଟି ବେନାମୀ ଫ୍ଲାଟ୍‌ ଠାବ କରିଥିଲା ଭିଜିଲାନ୍ସ।

ହରିହର ବ୍ୟାଙ୍କରେ ୧.୧୧ କୋଟି ଟଙ୍କା ଜମା ରଖିବା ସହ ତାଙ୍କର ଗୋଟିଏ ଚାରି ଚକିଆ ଓ ଗୋଟିଏ ଦୁଇ ଚକିଆ ଗାଡ଼ି ଥିବା ଭିଜିଲାନ୍ସ ପକ୍ଷରୁ ସୂଚନା ଦିଆଯାଇଥିଲା। ସେହିପରି ତାଙ୍କ ଶଳାଙ୍କ ଘରୁ ନଗଦ ୪୬.୪୫ ଲକ୍ଷ ଟଙ୍କା ଜବତ କରିଥିଲା ଭିଜିଲାନ୍ସ।

Advertisment

ହରିହର ଠୁଳ କରିଥିବା ସମ୍ପତ୍ତି ବାବଦରେ ଭିଜିଲାନ୍ସ ତାଙ୍କୁ ପଚରାଉଚରା କରିଥିଲା। ହେଲେ ସେ ସମସ୍ତ ସମ୍ପତ୍ତି ବିଷୟରେ ସନ୍ତୋଷଜନକ ଉତ୍ତର ଦେଇ ପାରି ନଥିଲେ। ଭିଜିଲାନ୍ସ ଆଜି ତାଙ୍କୁ ଗିରଫ କରିଛି।

Vigilance Raid Balasore Arrested
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe