କୋଟିପତି ସିଏସ୍ଓଙ୍କୁ ବାନ୍ଧିଲା ଭିଜିଲାନ୍ସ। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ସୁବର୍ଣ୍ଣପୁର ସିଏସ୍ଓ ସୁରେଶ କୁମାର ପାଣିଗ୍ରାହୀଙ୍କୁ ଗିରଫ କରିଛି ଭିଜିଲାନ୍ସ।
ଗତକାଲି ସୁରେଶଙ୍କ ସୋନପୁର ସ୍ଥିତ ଭଡ଼ାଘର,କାର୍ଯ୍ୟାଳୟ ଓ ପୈତୃକ ଘର ସମେତ ୧୧ଟି ସ୍ଥାନରେ ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢ଼ାଉ କରାଯାଇଥିଲା। ଭୁବନେଶ୍ୱର, ସମ୍ବଲପୁର, ବଲାଙ୍ଗିର, ସୋନପୁର ଓ ବରଗଡ଼ର ୧୧ଟି ସ୍ଥାନରେ ଏହି ରେଡ୍ କରାଯାଇଥିଲା।
ଚଢ଼ାଉ ବେଳେ ସୁରେଶଙ୍କର ୨ଟି କୋଠା, ଗୋଟିଏ ଫାର୍ମ ଓ ୧୯ ପ୍ଲଟ୍ ଜବତ କରିଥିଲା ଭିଜିଲାନ୍ସ। ଏଥିସହ ୫ ଶହ ଶାଗୁଆନ ଗଛ ଥିବା ୪ ଏକର ଜମି, ୧.୭୨ କୋଟିର ବ୍ୟାଙ୍କ ଜମା ଓ ୧.୪୯ ଲକ୍ଷ ନଗଦ ଟଙ୍କା ଜବତ କରିଥିଲା ଭିଜିଲାନ୍ସ।
ସିଏସ୍ଓ ଠୁଳ କରିଥିବା ସମ୍ପତ୍ତି ବାବଦରେ ଭିଜିଲାନ୍ସ ତାଙ୍କୁ ପଚରାଉଚରା କରିଥିଲା। ହେଲେ ସେ ସମସ୍ତ ସମ୍ପତ୍ତି ବିଷୟରେ ସନ୍ତୋଷଜନକ ଉତ୍ତର ଦେଇ ପାରି ନଥିଲେ। ଭିଜିଲାନ୍ସ ଆଜି ତାଙ୍କୁ ଗିରଫ କରିଛି।
2 bldgs, 19 plots, a 4 Acre Farm House, Deposits over Rs.1.72 Crore, Cash Rs.1.49 Lakhs,etc. unearthed in ongoing DA search of Sri Suresh Kumar Panigrahi, CSO, #Subarnapur.
— Odisha Vigilance (@OdishaVigilance) November 20, 2024
Benami investments in Petrol Pump, Flyash Factory, JCB Machine & Tractors suspected & under verification.
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।