Advertisment

କୋଟିପତି ସିଏସ୍‌ଓଙ୍କୁ ବାନ୍ଧିଲା ଭିଜିଲାନ୍ସ

ଗତକାଲି ସୁରେଶଙ୍କ ସୋନପୁର ସ୍ଥିତ ଭଡ଼ାଘର,କାର୍ଯ୍ୟାଳୟ ଓ ପୈତୃକ ଘର ସମେତ ୧୧ଟି ସ୍ଥାନରେ ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢ଼ାଉ କରାଯାଇଥିଲା।

CSO

CSO

Advertisment

କୋଟିପତି ସିଏସ୍‌ଓଙ୍କୁ ବାନ୍ଧିଲା ଭିଜିଲାନ୍ସ। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ସୁବର୍ଣ୍ଣପୁର ସିଏସ୍‌ଓ ସୁରେଶ କୁମାର ପାଣିଗ୍ରାହୀଙ୍କୁ ଗିରଫ କରିଛି ଭିଜିଲାନ୍ସ।

Advertisment

ଗତକାଲି ସୁରେଶଙ୍କ ସୋନପୁର ସ୍ଥିତ ଭଡ଼ାଘର,କାର୍ଯ୍ୟାଳୟ ଓ ପୈତୃକ ଘର ସମେତ ୧୧ଟି ସ୍ଥାନରେ ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢ଼ାଉ କରାଯାଇଥିଲା। ଭୁବନେଶ୍ୱର, ସମ୍ବଲପୁର, ବଲାଙ୍ଗିର, ସୋନପୁର ଓ ବରଗଡ଼ର ୧୧ଟି ସ୍ଥାନରେ ଏହି ରେଡ୍‌ କରାଯାଇଥିଲା।

ଚଢ଼ାଉ ବେଳେ ସୁରେଶଙ୍କର ୨ଟି କୋଠା, ଗୋଟିଏ ଫାର୍ମ ଓ ୧୯ ପ୍ଲଟ୍‌ ଜବତ କରିଥିଲା ଭିଜିଲାନ୍ସ। ଏଥିସହ ୫ ଶହ ଶାଗୁଆନ ଗଛ ଥିବା ୪ ଏକର ଜମି, ୧.୭୨ କୋଟିର ବ୍ୟାଙ୍କ ଜମା ଓ ୧.୪୯ ଲକ୍ଷ ନଗଦ ଟଙ୍କା ଜବତ କରିଥିଲା ଭିଜିଲାନ୍ସ।

Advertisment

ସିଏସ୍‌ଓ ଠୁଳ କରିଥିବା ସମ୍ପତ୍ତି ବାବଦରେ ଭିଜିଲାନ୍ସ ତାଙ୍କୁ ପଚରାଉଚରା କରିଥିଲା। ହେଲେ ସେ ସମସ୍ତ ସମ୍ପତ୍ତି ବିଷୟରେ ସନ୍ତୋଷଜନକ ଉତ୍ତର ଦେଇ ପାରି ନଥିଲେ। ଭିଜିଲାନ୍ସ ଆଜି ତାଙ୍କୁ ଗିରଫ କରିଛି।

Vigilance Raid CSO
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe