ବାରିପଦା: ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ମୟୂରଭଞ୍ଜ ଜିଲ୍ଲା ଶିକ୍ଷା ଅଧିକାରୀ (ଡିଇଓ)ଙ୍କ କାର୍ଯ୍ୟାଳୟର ବରିଷ୍ଠ କିରାଣି ବୈଦନାଥ ରଥଙ୍କ ଘରେ ଆଜି ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢ଼ାଉ କରାଯାଇଛି। ଯାଞ୍ଚ ବେଳେ ରଥଙ୍କ ଘରୁ କିଛି ଫିକ୍ସ ଡିପୋଜିଟ ଓ ଲକର ସମ୍ପର୍କରେ ତଥ୍ୟ ମିଳିଥିବା ବେଳେ ସୁନାଗହଣା ଜବତ କରାଯାଇଛି। ସହରରେ ବୈଦନାଥଙ୍କ ଦୁଇ ମହଲା କୋଠା, ତକତପୁର ଅଞ୍ଚଳରେ ଜମି ଓ ବିଭିନ୍ନ ବ୍ୟାଙ୍କ, ପୋଷ୍ଟ ଅଫିସରେ ୨୦ରୁ ଅଧିକ ଜମାଖାତା ଥିବା ଜଣାପଡିଛି।
ରଥଙ୍କ ସ୍ଥାବର, ଅସ୍ଥାବର ସମ୍ପତ୍ତିର ମୂଲ୍ୟ ୧ କୋଟିରୁ ଊର୍ଦ୍ଧ୍ୱ ହେବ ବୋଲି ଜଣାପଡ଼ିଛି। ବାଲେଶ୍ୱର ଭିଜିଲାନ୍ସ ଡିଏସପି ମଧୁସୂଦନ ବେହେରାଙ୍କ ନେତତୃତ୍ୱରେ ଏହି ଚଢ଼ାଉ କରାଯାଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ନାବାଳିକାକୁ ଗଣଦୁଷ୍କର୍ମ ମାମଲାରେ ଦୁଇ ଜଣଙ୍କୁ ଆଜୀବନ କାରାଦଣ୍ଡ
ପରିବାର ଲୋକେ ଖବର ପାଇ ଝିଅକୁ ରାସ୍ତାକଡ଼ରୁ ଉଦ୍ଧାର କରିଥିଲେ।
Crime
୫ ବର୍ଷର ଶିଶୁକନ୍ୟାକୁ ଦୁଷ୍କର୍ମ ଅଭିଯୋଗରେ ୫୫ ବର୍ଷୀୟ ବ୍ୟକ୍ତି ଗିରଫ
ଅଭିଯୋଗ ପାଇବା ପରେ ପୁଲିସ ଅଭିଯୁକ୍ତଙ୍କୁ ଥାନାକୁ ଆଣି ପଚରାଉଚରା କରିଥିଲା। ତା’ପରେ ତାଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିଲା।
Crime
ଶିଶୁ ବିକ୍ରି ଘଟଣା: ନିଲମ୍ବିତ ଏଏନ୍ଏମ୍ ଗିରଫ, ଆଉ ୨ ଜଣଙ୍କୁ ବି ବାନ୍ଧିଲା ପୁଲିସ
ଏହି ଘଟଣାରେ ନିଜେ ଉପ-ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଗ୍ରାଉଣ୍ଡଜିରୋକୁ ଯାଇ ଘଟଣାର ତନାଘନା କରିଥିଲେ।
Crime
ବବିଙ୍କ ଭାଇ ଭବଙ୍କ ନାଁରେ ମାମଲା ରୁଜୁ
ଦୁଇ ଦିନ ତଳେ ଧର୍ମଶାଳା ବିଧାୟକଙ୍କୁ ଆକ୍ରମଣ ଘଟଣାରେ ବିବାଦୀୟ ହୋଇପଡ଼ିଥିବା ବବିଙ୍କ ଭାଇଙ୍କ ବିରୋଧରେ ଜଣେ ପରିବା ବ୍ୟବସାୟୀ ଦେଇଥିଲେ ଏତଲା।