ରାୟଗଡ଼ା: ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ରାୟଗଡ଼ା ଜିଲ୍ଲା ଆଞ୍ଚଳିକ ଅଧିକାରୀ ଅଶୋକ ଚାଟାର୍ଜୀ ଘରେ ଆଜି ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢ଼ାଉ କରାଯାଇଛି। ଅଶୋକଙ୍କ ରାୟଗଡ଼ାର ନେହେରୁ ନଗର ସ୍ଥିତ ଭଡ଼ାଘର ଓ କାର୍ଯ୍ୟାଳୟ ସମେତ ୭ଟି ସ୍ଥାନରେ ଏକାକାଳୀନ ଚଢ଼ାଉ କରାଯାଇଛି।
କେନ୍ଦୁଝର ଭିଜିଲାନ୍ସ ବିଭାଗର ଜଣେ ଡିଏସପିଙ୍କ ନେତୃତ୍ୱରେ ୩ ଜଣିଆ ଟିମ୍ ଏହି ଚଢ଼ାଉ କରୁଛନ୍ତି। ଚଢ଼ାଉ ବେଳେ ତାଙ୍କ ଘରୁ ୨ ଲକ୍ଷ ୮୭ ହଜାର ନଗଦ ଟଙ୍କା ସହ ବ୍ୟାଙ୍କ ଲକର ଓ ବହୁ ଗୁରୁତ୍ୱପୂର୍ଣ୍ଣ କାଗଜପତ୍ର ଭିଜିଲାନ୍ସ ଜବତ କରିଛି।
ସେହିପରି ଅଶୋକଙ୍କ ବାଲେଶ୍ୱର ସ୍ଥିତ ବାସଭବନ ସହ ପୁଅ ଅଭିଜିତ୍ ଚାଟାର୍ଜୀ ବିଲା ଟାୟାର୍ସ କମ୍ପାନୀରେ ମଧ୍ୟ ଭିଜିଲାନ୍ସ ଚଢ଼ାଉ କରିଛି।
ଭିଜିଲାନ୍ସ ବିଭାଗର ସୂଚନା ଅନୁସାରେ ଅଶୋକଙ୍କ ବାଲେଶ୍ୱର ସ୍ଥିତ ଭିମପୁରା ଓ ବଡ଼ରଘୁନାଥପୁରରେ ଦୁଇଟି ଦୁଇ ମହଲା କୋଠାଘର ସହ ଭୁବନେଶ୍ୱରର ନୟାପଲ୍ଲୀର ନିରୁପମା ଆପାର୍ଟମେଣ୍ଟରେ ଏକ ଫ୍ଳାଟ ରହିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ପୁଣି ଶ୍ରୀମନ୍ଦିର ଭିତର ଫଟୋ ଭାଇରାଲ୍
ଶ୍ରୀମନ୍ଦିର ପରିସର କୀର୍ତ୍ତନ ଚକଡ଼ା ଫଟୋ ଭାଇରାଲ୍ ହୋଇଛି। ଶ୍ରୀମନ୍ଦିର ଭିତରେ ଫଟୋ ଉଠାଇ ସୋଶାଲ୍ ମିଡିଆରେ ଭାଇରାଲ୍ କରିଛନ୍ତି ଗୌରବ କୁମାର ସାହୁ ନାମକ ଯୁବକ।
Crime
୨ ମାସ ଧରି ଚଳାଇଥିଲେ ଲୁଟ, ୬ ଲୁଟେରାଙ୍କୁ ଧରିଲା ପୁଲିସ
ବାଲେଶ୍ୱର ଏସ୍ପି ରାଜ ପ୍ରସାଦ କହିଛନ୍ତି ଯେ ପୁଲିସ୍ ସ୍ୱତନ୍ତ୍ର ଅପରେସନ ଜରିଆରେ ୬ ଜଣ ଭଦ୍ରକରୁ ଗିରଫ କରିଛି।
Crime
ଗୁଳିମାଡ଼ କରି ୮ ଜଣଙ୍କୁ ଛଡ଼ାଇ ନେଲେ ମାଛ ମାଫିଆ
ବେଆଇନ ଭାବେ ମାଛ ମାରୁଥିବା 'ତାରିଣୀ-୩' ଟ୍ରଲର ସହିତ ୯ ମତ୍ସ୍ୟଜୀବୀଙ୍କୁ ବନବିଭାଗ କାବୁ କରି ଆଣୁଥିଲା। ୬ଟି ଟ୍ରଲର ବନବିଭାଗର କର୍ମଚାରୀଙ୍କ ଉପରକୁ ସଂଘବଦ୍ଧ ଆକ୍ରମଣ କରି ୮ ମତ୍ସ୍ୟଜୀବୀଙ୍କୁ ଛଡାଇ ନେଲେ ମାଛ ମାଫିଆ।
Crime
ଆଶ୍ରମ ବିଦ୍ୟାଳୟରୁ ଛାତ୍ର ନିଖୋଜ, ୬ ଦିନ ହେଲା ମିଳୁନି ପତ୍ତା
ଘଟଣା ସମ୍ପର୍କରେ ବିଦ୍ୟାଳୟ କର୍ତ୍ତୃପକ୍ଷ ବଡ଼ମ୍ବା ଥାନାରେ ଲିଖିତ ଅଭିଯୋଗ କରିଛନ୍ତି। ଅନ୍ୟପଟେ ବିଦ୍ୟାଳୟ କର୍ତ୍ତୃପକ୍ଷଙ୍କ ଦାୟିତ୍ୱହୀନତାକୁ ଦାୟୀ କରିଛନ୍ତି ଛାତ୍ରଙ୍କ ପରିବାର।
Crime
ଯୌତୁକ ପାଇଁ ମାରିଦେଲେ! ୧୦ ମାସ ତଳେ ହୋଇଥିଲା ବାହାଘର
ବାପ ଘର ଲୋକ ଅଭିଯୋଗ କରିଛନ୍ତି ଯେ ଯୌତୁକ ପାଇଁ ଝିଅକୁ ହତ୍ୟା କରାଯାଇଛି। ଶ୍ୱଶୁର ଘର ଲୋକେ କହିଛନ୍ତି ଯେ ସେ ଆତ୍ମହତ୍ୟା କରିଛନ୍ତି। ଯଦି ଆତ୍ମହତ୍ୟା କରିଛନ୍ତି, ତା’ହେଲେ ତା’ର କାରଣ ଯୌତୁକ ନିର୍ଯାତନା ନୁହେଁ ତ?