କେନ୍ଦୁଝର: ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ କେନ୍ଦୁଝର ଜିଲ୍ଲା ଝୁମ୍ପୁରା ବ୍ଲକ ଧନୁର୍ଜୟପୁର ଗ୍ରାମ ପଞ୍ଚାୟତର ନିଲମ୍ବିତ ଭିଏଲ୍ଡବ୍ଲ୍ୟୁ ରାମଚନ୍ଦ୍ର ମହାନ୍ତିଙ୍କ ଘରେ ଆଜି ଭିଜିଲାନ୍ସ ଚଢ଼ାଉ କରିଛି। ରାମଚନ୍ଦ୍ରଙ୍କ ଉଖୁଣ୍ଡାସ୍ଥିତ ପୈତୃକ ବାସଭବନ, ଶ୍ୱଶୁରଘର, ଷ୍ଟୋନ୍ କ୍ରସର ଓ ଇଟାଭାଟିରେ ଏକକାଳୀନ ଭିଜିଲାନ୍ସ ଚଢ଼ାଉ କରିଛି। ଚଢାଉ ବେଳେ ୬ହଜାର ବର୍ଗଫୁଟରୁ ଊର୍ଦ୍ଧ୍ୱ ୨ମହଲା ଛାତଘର,୨ଟି ଜେସିବି ମେସିନ୍, ଗୋଟିଏ ଡମ୍ପର,ଗୋଟିଏ ଟ୍ରାକ୍ଟର,କାର ଓ ମଟର ସାଇକେଲ ଥିବା ପ୍ରାଥମିକ ତଦନ୍ତରୁ ଜଣାପଡ଼ିଛି। ଏହାର ଆନୁମାନିକ ମୂଲ୍ୟ ୧କୋଟିରୁ ଊର୍ଦ୍ଧ୍ୱ ହେବ।
ସୂଚନାଯୋଗ୍ୟ, ପୂର୍ବରୁ ବାରିଆ ଥାନାରେ ରାମଚନ୍ଦ୍ର ମହାନ୍ତଙ୍କ ନାଁରେ ଏକ ଦୁଷ୍କର୍ମ ଅଭିଯୋଗ ହୋଇଥିଲା। ସେଥିପାଇଁ ତାଙ୍କୁ କାର୍ଯ୍ୟରୁ ନିଲମ୍ବିତ କରାଯାଇଥିଲା । ସେହି ଦିନରୁ ରାମଚନ୍ଦ୍ର ଫେରାର୍ ଥିଲେ। ଜିଲ୍ଲା ପୋଲିସ୍ ରାମଚନ୍ଦ୍ରଙ୍କୁ ତାଙ୍କ ଶ୍ୱଶୁର ଘରୁ ଗିରଫ କରିଛି ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ନିର୍ମାଣାଧୀନ ଘରୁ ବୋମା ଭର୍ତ୍ତି ବ୍ୟାଗ୍ ଜବତ, ଅଭିଯୁକ୍ତ ଚମ୍ପଟ
ପୁଲିସ୍କୁ ଦେଖି କିଛି ଯୁବକ ବ୍ୟାଗ ଛାଡି ଦୌଡ଼ି ପଳାଇଥିବା ବେଳେ ପୁଲିସ୍ ସେମାନଙ୍କ ସନ୍ଧାନ ଆରମ୍ଭ କରିଛି।
Crime
‘ଆଇନ ଛାତ୍ର ରାଗିଂ କରିବା ଅଶୋଭନୀୟ, ଅନାଥାଶ୍ରମରେ ସପ୍ତାହେ ପାଠ ପଢ଼ାଇବେ’
ଆବେଦନର ବିଚାର କରି ଆଇନ ଛାତ୍ରଙ୍କ ବିରୋଧରେ ନିମ୍ନ ଅଦାଲରେ ରୁଜୁ ହୋଇଥିବା ଫୌଜଦାରୀ ମାମଲାକୁ ହାଇକୋର୍ଟ ଖାରଜ କରିଛନ୍ତି। ମାତ୍ର ଆଇନ ଛାତ୍ରଙ୍କ ଏପରି ଆଚରଣରେ କ୍ଷୋଭ ପ୍ରକାଶ କରିଛନ୍ତି ହାଇକୋର୍ଟ।
Crime
ରାତି ଅଧରେ ଫୁଟିଲା ବୋମା, ଦୁର୍ବୃତ୍ତ ଫେରାର
ଗତ ରାତିରେ ଫୁଟିଛି ବୋମା । ଜଣେ ବାଉଁଶ ବ୍ୟବସାୟୀଙ୍କ ଘର ଉପରକୁ ହୋଇଛି ବୋମା ମାଡ଼ ।
Crime
ହଂସିକା ଓ ଅନୀଲଙ୍କ ସମ୍ପତ୍ତି ଶହେ କୋଟି ପାର୍ କଲାଣି!
ପୂର୍ବରୁ ପୋର୍ସେ, ଜାଗୁଆର, BMW ଭଳି ୬ଟି ଦାମୀ କାର୍ ପରେ ଆଜି ୩କୋଟି ଟଙ୍କାର ଏକ ମର୍ସିଡିଜ କାର ଜବତ କରିଛି କମିସନ୍ରେଟ୍ ପୁଲିସ୍। ଏକ ପରିତ୍ୟକ୍ତ ସ୍ଥାନରେ କାରଟି ଲୁଚାଇ ରଖାଯାଇଥିଲା।
Crime
୮ ବର୍ଷ ତଳେ ଗିରଫ ହୋଇଥିଲେ, ତଥାପି ସୁଧୁରିଲେନି; ପୁଣି ଲାଞ୍ଚ ନେଇ ବନ୍ଧା ହେଲେ
ଲାଞ୍ଚ ନେଇ ଧରାପଡ଼ିବା ପରେ ଏଆରଆଇ ଶ୍ରୀ ବେହେରାଙ୍କ ଦୁଇଟି ଠିକଣାରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଥିଲା।