ଟିଟିଲାଗଡ଼: ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଟିଟିଲାଗଡ଼ ଗ୍ରାମ୍ୟ ଉନ୍ନୟନ ବିଭାଗର କାର୍ଯ୍ୟନିର୍ବାହୀ ଯନ୍ତ୍ରୀ ଦେବେନ୍ଦ୍ର ପଟ୍ଟନାୟକଙ୍କୁ ଆଜି ବଲାଙ୍ଗିର ଭିଜିଲାନ୍ସ ଶାଖା ଗିରଫ କରିଛି। ବେଆଇନ ଟଙ୍କା ନେଇ ଏକ ସ୍କର୍ପିଓରେ ଦେବେନ୍ଦ୍ର ନିଜର ଘର ଅନୁଗୋଳକୁ ଯାଉଥିବା ବେଳେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଥିଲା। ଯାଞ୍ଚ ବେଳେ ତାଙ୍କ ନିକଟରୁ ୪ ଲକ୍ଷ ୫୮ ହଜାର ଟଙ୍କା ଜବତ କରାଯାଇଛି।
ଜବତ ଟଙ୍କା ସମ୍ପର୍କରେ ଦେବେନ୍ଦ୍ର ଭିଜିଲାନ୍ସକୁ କୌଣସି ସନ୍ତୋଷଜନକ ଉତ୍ତର ଦେଇପାରି ନ ଥିଲେ। ଟଙ୍କା କେଉଁଠୁ ଆସିଛି ଓ କାହା ପାଖରୁ ଆଦାୟ ହୋଇଛି ସେ ନେଇ ତଦନ୍ତ କରାଯିବ ବୋଲି ଭିଜିଲାନ୍ସ ଡିଏସ୍ପି ଅଭିରାମ କର କହିଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ମଦ ପିଇ ତିନି ସାଙ୍ଗଙ୍କ ବେପରୁଆ ଗାଡ଼ି ଚାଳନା; ଅଟକାଇବାରୁ ପୁଲିସକୁ ମାରିଦେଲେ
ପୁଲିସ ଏନକାଉଣ୍ଟରରେ ଜଣେ ଅଭିଯୁକ୍ତ ମୃତ।
Crime
ବନ୍ଦ କୋଠରୀରୁ ୮ ଦିନ ପରେ ସ୍ୱାମୀ ଉଦ୍ଧାର, ଖାଇବାକୁ ନଦେଇ ନିସ୍ତୁକ ମାଡ଼ ମାରି ବନ୍ଦୀ କରିଥିଲେ ସ୍ତ୍ରୀ
କସ୍ତାନ୍ତିନ ପରିଛା ଓ ତାଙ୍କ ପତ୍ନୀ ପ୍ରାଣ ରଞ୍ଜନି ପରିଛାଙ୍କ ମଧ୍ୟରେ ଦୀର୍ଘ ଦିନ ଧରି ଝଗଡ଼ା ଲାଗି ରହିଥିଲା।
Crime
ନାବାଳିକାକୁ ଗଣଦୁଷ୍କର୍ମ ମାମଲାରେ ଦୁଇ ଜଣଙ୍କୁ ଆଜୀବନ କାରାଦଣ୍ଡ
ପରିବାର ଲୋକେ ଖବର ପାଇ ଝିଅକୁ ରାସ୍ତାକଡ଼ରୁ ଉଦ୍ଧାର କରିଥିଲେ।