୪୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି ଝାରସୁଗୁଡ଼ା (ଅର୍ବାନ) ସିଡିପିଓ ସରୋଜିନୀ ଏକ୍କା। ଗତ ଚାରି ମାସର ଛତୁଆ ବିଲ୍ ପାସ୍ କରି ଦେବା ପାଇଁ ଏକ ସ୍ୱୟଂ ସହାୟକ ଗୋଷ୍ଠୀ (SHG)ର ସଭାପତିଙ୍କ ଠାରୁ ସେ ଏହି ଟଙ୍କା ନେଉଥିବା ବେଳେ ଭିଜିଲାନ୍ସ ଅଧିକାରୀମାନେ ତାଙ୍କୁ ଧରିଥିଲେ।
ସିଡିପିଓ ସରୋଜିନୀ ଏକ୍କାଙ୍କ ଠାରୁ ଭିଜିଲାନ୍ସ ଅଧିକାରୀମାନେ ସମସ୍ତ ଲାଞ୍ଚ ଅର୍ଥ ଜବତ କରିଛନ୍ତି। ସରୋଜିନୀ ଏକ୍କା ଆୟ ବହିର୍ଭୂତ ସଂପତ୍ତି ଠୁଳ କରିଥିବା ସନ୍ଦେହରେ ଭିଜିଲାନ୍ସ ପକ୍ଷରୁ ତାଙ୍କର ଦୁଇଟି ଠିକଣାରେ ଚଢ଼ାଉ କରାଯାଇଛି।
Also Read
ଏହି ମାମଲାରେ ରାଉରକେଲା ଭିଜିଲାନ୍ସ ପକ୍ଷରୁ ମାମଲା ରୁଜୁ କରାଯାଇଛି। ମାମଲାର ତଦନ୍ତ ଜାରି ରହିଛି।
ଗତକାଲି ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଥିଲେ ଜଗତସିଂହପୁର ଜିଲ୍ଲା ଏରସମା ତହସିଲର ଗୋଡ଼ା ରାଜସ୍ୱ ନିରୀକ୍ଷକ (ଆରଆଇ) ନୃସିଂହ ଚରଣ ରାଉତ। ଏକ ଜମିର ମ୍ୟୁଟେସନ ପାଇଁ ସେ ଜଣେ ବ୍ୟକ୍ତିଙ୍କଠାରୁ ୬ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଧରାପଡ଼ିଥିଲେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ଦିଲ୍ଲୀରେ ୪୦୦ ସ୍କୁଲକୁ ବୋମା ଧମକ ଦେଇଥିଲା ନାବାଳକ, ଆପ୍-ବିଜେପି ମୁହାଁମୁହିଁ
ଗତ ୮ତାରିଖରେ ମିଳିଥିବା ମେଲକୁ ଟ୍ରାକ୍ କରି ଜଣେ ଯୁକ୍ତ୨ ଛାତ୍ରକୁ ଧରିଛି ପୁଲିସ। ଛାତ୍ର ଓ ଏହାର ଅଭିଭାବକ ଏକ ଏନଜିଓ ସହ ଜଡ଼ିତ। ଏନଜିଓ ଏକ ରାଜନୈତିକ ଦଳ ସହ ଜଡ଼ିତ ବୋଲି କହିଛି ପୁଲିସ।
Crime
ହଂସିତା-ଅନୀଲ୍ଙ୍କ ଠକାମିର ପୋଲ୍ ଖୋଲିଲେ ତାଙ୍କ ପୂର୍ବତନ କର୍ମଚାରୀ!
ହଂସିତା-ଅନୀଲଙ୍କ ଅଫିସ୍ରେ କାମ କରୁଥିବା ପୂର୍ବତନ କର୍ମଚାରୀ Mr X ପୁଲିସ୍କୁ ଦେଇଥିବା ବୟାନରେ ଲେଖିଛନ୍ତି, ଦୁଇ ବର୍ଷ ତଳେ କଟକରେ ଅନୀଲ ମହାନ୍ତିଙ୍କ ଜନ୍ମଦିନ ପାର୍ଟିରେ ହଂସିତା ଅଭିଲିପ୍ସାଙ୍କ ସହିତ ମୋର ଦେଖା ହୋଇଥିଲା।
Crime
ନିଜ ନିଜ ଘରେ ଝୁଲି ପଡ଼ିଲେ ପ୍ରେମୀ ଯୁଗଳ!
ବାଙ୍କୀ ଥାନା ଅନ୍ତର୍ଗତ ଅନୁଆରୀ ପଞ୍ଚାୟତ କୁରୁମଚଇନି ଗାଁର ରଞ୍ଜନ ସେଠ ବାଇଗଣୀ ଗ୍ରାମ କଲ୍ୟାଣୀ ମାଝୀଙ୍କୁ ପ୍ରେମ କରୁଥିଲେ। କଲ୍ୟାଣୀ ମଧ୍ୟ ରଞ୍ଜନଙ୍କୁ ଭଲ ପାଉଥିଲେ। ଉଭୟ ବାହା ହେବା ପାଇଁ କେତେ ସପନ ଦେଖୁଥିଲେ।
Crime
କାଲି ଘରୁ ବାହାରିଥିଲା ପୁଅ, ଆଜି ମିଳିଲା ମୃତଦେହ
କାଲି ରାତିରେ ଘରୁ ବାହାରିଥିଲେ ଯୁବକ। ହେଲେ ଆଉ ଘରକୁ ଫେରିଲେ ନାହିଁ। ଆଜି ସକାଳୁ ଗାଁ ନିକଟରୁ ମିଳିଲା ତାଙ୍କ ରକ୍ତାକ୍ତ ମୃତଦେହ ।