ଭିଜିଲାନ୍ସ ଜାଲରେ ଦାରିଙ୍ଗବାଡି ବିଇଓ। ନ୍ୟାସନାଲ ପେନସନ୍ ସ୍କିମ୍ ଟଙ୍କା ହଡ଼ପ ଅଭିଯୋଗରେ ବିଇଓ ରସାନନ୍ଦ କରଙ୍କୁ ଉଠାଇ ନେଇଛି ଭିଜିଲାନ୍ସ । ବିଇଓ ପ୍ରାୟ ୨୦ ଲକ୍ଷ ଟଙ୍କା ହେରଫେର କରି ସେୟାର ମାର୍କେଟରେ ନିବେଶ କରିଥିବା ଅଭିଯୋଗ ହୋଇଛି। ବ୍ରହ୍ମପୁର ଓ ଫୁଲବାଣୀ ଭିଜିଲାନ୍ସ ପକ୍ଷରୁ ରସାନନ୍ଦଙ୍କୁ ପଚରାଉଚରା କରାଯାଇଥିବା ସୂଚନା ମିଳିଛି।
ଶିକ୍ଷକମାନେ ନ୍ୟାସନାଲ ସ୍କିମ ପେନସନ୍ ଜରିଆରେ ଲୋନ ଉଠାଇଥାନ୍ତି। ଏହି ଲୋନ୍ ଟଙ୍କା ଉଠାଇବା ପାଇଁ ଶିକ୍ଷକଙ୍କ ବଦଳରେ ନିଜର ଇମେଲ ଓ ଫୋନ ନମ୍ବର ଦେଇନଥାନ୍ତି ବିଇଓ। ଶିକ୍ଷକମାନେ ଏହି ଲୋନ ଉଠାଇବା ବେଳେ ଓଟିପି ବିଇଓଙ୍କ ପାଖକୁ ଆସିଥାଏ। ବିଇଓ ଏହି ସୁଯୋଗରେ ଶିକ୍ଷକଙ୍କ ନାଁରେ ଲୋନ୍ ଟଙ୍କା ହଡ଼ପ କରିଥାନ୍ତି।
Also Read
ଏହାସହ ଲୋନ୍ ଟଙ୍କା ଉଠାଇବା ପାଇଁ ବିଇଓ ମଧ୍ୟ ଶିକ୍ଷକମାନଙ୍କୁ ଲାଞ୍ଚ ମାଗିଥାନ୍ତି। ଏନେଇ ଭିଜିଲାନ୍ସ ନିକଟରେ ଅଭିଯୋଗ ହୋଇଥିଲା। ଭିଜିଲାନ୍ସ ତଦନ୍ତ କରି ଗତକାଲି ବିଇଓଙ୍କୁ ଘରୁ ଉଠାଇ ନେଇ ପଚରାଉଚରା କରିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ବିଲରେ ଧାନ ଗଜା ଦେଖି ସହି ପାରୁନି ଚାଷୀ; ଜଣେ ଝୁଲି ପଡ଼ିଲେ, ଜଣେ ଟଳିପଡ଼ିଲେ
ଦୁଇ ଦିନ ହେଲା ବର୍ଷା ଯୋଗୁ ବିଲରେ ପାଚିଲା ଧାନ ଗଜା ହେଲାଣି। ଓଦା ଧାନକୁ ଦେଖି ଚାଷୀର ଆଖି ବି ଓଦା ହୋଇ ଯାଉଛି।
Crime
ବିବାହିତ ହୋଇ ବି ପାଲଟିଥିଲେ ପ୍ରେମ ପକ୍ଷୀ; ଦେଖାଦେଲା ଝଡ଼, ମିଳିଲା ଝୁଲନ୍ତା ମୃତଦେହ
ଘର ସଂସାର ଥାଇ ବି ଅନ୍ୟ ପ୍ରେମରେ ହେଉଥିଲେ ମତୁଆଲା। ମାତ୍ର ଦୁନିଆ ଏହି କଳଙ୍କିତ ପ୍ରେମକୁ ଗ୍ରହଣ କରି ନ ଥିଲା। ଫଳରେ ଉଭୟ ଫେରାର ହୋଇ ଯାଇଥିଲେ। ଆଉ ଫେରାର ହେବାର ପ୍ରାୟ ସପ୍ତାହେ ପରେ ମିଳିଛି ଉଭୟଙ୍କ ଝୁଲନ୍ତା ମୃତଦେହ।
Crime
ଭିଜିଲାନ୍ସ ପଞ୍ଝାରେ ARI; ୮ଟି ସ୍ଥାନରେ ଚାଲିଛି ଚଢାଉ
ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବୋରିଗୁମ୍ମା ତହସିଲ ARI ସୁରେନ୍ଦ୍ର କୁମାର ତନ୍ତିଙ୍କ ଘରେ ହୋଇଛି ଭିଜିଲାନ୍ସ ରେଡ୍ ।
Crime
ପୁଲିସ ସ୍ତ୍ରୀକୁ ମାରି ସ୍ୱାମୀର ଆତ୍ମହତ୍ୟା ଉଦ୍ୟମ
ମୃତ ମହିଳା କନଷ୍ଟେବଲ କଟକ ସାଇବର ଥାନାରେ କାର୍ଯ୍ୟ କରୁଥିଲେ।