ଫୁଲବାଣୀ ସିଡିଭିଓଙ୍କ ଘରେ ଭିଜିଲାନ୍ସ ଚଢ଼ାଉ  

ଫୁଲବାଣୀ/କେନ୍ଦୁଝର: ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ କନ୍ଧମାଳ ଜିଲ୍ଲା ମୁଖ୍ୟ ପ୍ରାଣୀଚିକିତ୍ସାଧିକାରୀ (ସିଡିଭିଓ) ଲଲାଟେନ୍ଦୁ ଆଇଚଙ୍କ ଅଫିସ୍, ସରକାରୀ ବାସଭବନ ସମେତ ମୋଟ ଚାରୋଟି ସ୍ଥାନରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଛି। କେନ୍ଦୁଝର ଜିଲ୍ଲା ଯୋଡ଼ା ସ୍ଥିତ ତାଙ୍କ ଘର ଓ ଆନନ୍ଦପୁରର ବାରୁଣାପଦି ସ୍ଥିତ ତାଙ୍କ ପୈତୃକ ଘରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଛି। କେନ୍ଦୁଝର ଭିଜିଲାନ୍ସ କୋର୍ଟଙ୍କ ସର୍ଚ୍ଚ ୱାରେଣ୍ଟ ବଳରେ ବାଲେଶ୍ୱର ଭିଜିଲାନ୍ସ ଏସ୍‌ପି ସୁନୀଲ କୁମାର ସେନାପତିଙ୍କ ନିର୍ଦ୍ଦେଶକ୍ରମେ ଏହି […]

kandhamala

kandhamala

Rakesh Mallick
  • Published: Thursday, 17 November 2016
  • Updated: 17 November 2016, 10:45 AM IST

ଫୁଲବାଣୀ/କେନ୍ଦୁଝର: ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ କନ୍ଧମାଳ ଜିଲ୍ଲା ମୁଖ୍ୟ ପ୍ରାଣୀଚିକିତ୍ସାଧିକାରୀ (ସିଡିଭିଓ) ଲଲାଟେନ୍ଦୁ ଆଇଚଙ୍କ ଅଫିସ୍, ସରକାରୀ ବାସଭବନ ସମେତ ମୋଟ ଚାରୋଟି ସ୍ଥାନରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଛି। କେନ୍ଦୁଝର ଜିଲ୍ଲା ଯୋଡ଼ା ସ୍ଥିତ ତାଙ୍କ ଘର ଓ ଆନନ୍ଦପୁରର ବାରୁଣାପଦି ସ୍ଥିତ ତାଙ୍କ ପୈତୃକ ଘରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଛି।

କେନ୍ଦୁଝର ଭିଜିଲାନ୍ସ କୋର୍ଟଙ୍କ ସର୍ଚ୍ଚ ୱାରେଣ୍ଟ ବଳରେ ବାଲେଶ୍ୱର ଭିଜିଲାନ୍ସ ଏସ୍‌ପି ସୁନୀଲ କୁମାର ସେନାପତିଙ୍କ ନିର୍ଦ୍ଦେଶକ୍ରମେ ଏହି ଚଢ଼ାଉ କରାଯାଇଥିଲା। କେନ୍ଦୁଝର ଭିଜିଲାନ୍ସ ଡିଏସ୍‌ପି ହରେକୃଷ୍ଣ ମାଝୀ କହିଛନ୍ତି ଯେ ଚଢ଼ାଉ ବେଳେ ବହୁ ଗୁରୁତ୍ୱପୂର୍ଣ୍ଣ କାଗଜପତ୍ର ଜବତ କରାଯାଇଛି।

ଆୟ ବହିର୍ଭୂତ ସଂପତ୍ତି ଠୁଳ ନେଇ ଡାକ୍ତର ଆଇଚଙ୍କ ବିରୋଧରେ ବାରମ୍ବାର ଅଭିଯୋଗ ହୋଇଆସୁଥିବା ଜଣାପଡ଼ିଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos