ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭବାନୀପାଟଣା ଜଳ ଯୋଗାଣ ସହକାରୀ ଯନ୍ତ୍ରୀ କିଶୋର ଚନ୍ଦ୍ର ସାହୁଙ୍କ ଘରେ ଭିଜଲାନ୍ସ ବିଭାଗ ପକ୍ଷରୁ ଚଢାଉ କରାଯାଇଛି। କିଶୋରଙ୍କ ଭବାନୀପାଟଣା ସହରର ଜଳେଶ୍ଵର ମନ୍ଦିର ରାସ୍ତାରେ ଥିବା ତିନି ମହଲା ବିଶିଷ୍ଟ ବାସଭବନ ସମେତ ସରକାରୀ କାର୍ଯ୍ୟାଳୟ ଓ ପୈତୃକ ଘରେ ଭିଜିଲାନ୍ସ ଅଧିକାରୀ ଏକ କାଳୀନ ଚଢ଼ାଉ କରିଛନ୍ତି।
ଚଢ଼ାଉ ବେଳେ ବିଭିନ୍ନ ବ୍ୟାଙ୍କରେ କିଶୋରଙ୍କର ୧କୋଟି ୮୦ଲକ୍ଷ ଟଙ୍କା ଡିପୋଜିଟ୍ ଥିବା ଜଣାପଡ଼ିଛି। ଯାହାକୁ ଦେଖି ଭିଜିଲାନ୍ସ ଅଧିକାରୀ ତାଜୁବ ହୋଇଯାଇଛନ୍ତି। କୋରାପୁଟ ଓ ଜୟପୁର ଡିଭିଜନର ଭିଜିଲାନ୍ସର ୩୦ଜଣିଆ ଟିମ୍ ଏହି ଚଢ଼ାଉରେ ସାମିଲ ହୋଇଛନ୍ତି।
Also Read
କିଶୋର ଆୟ ବର୍ହିଭୂତ ସମ୍ପତ୍ତି ଠୁଳ କରିଥିବା ଭିଜିଲାନ୍ସ ନିକଟରେ ଅଭିଯୋଗ ହୋଇଥିଲା। ଭିଜିଲାନ୍ସ ଅଧିକାରୀ ତଦନ୍ତ କରି ଆଜି ସକାଳେ କିଶୋରଙ୍କ ଘରେ ଚଢ଼ାଉ କରିଥିଲେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ଜନ୍ମଦିନରେ ମୋବାଇଲ ଗିଫ୍ଟ ଦେବାକୁ ମନା କଲେ ମାଆ; ଜୀବନ ହାରିଲେ ନାବାଳକ
ଆର୍ଥିକ ଅସୁବିଧା କାରଣରୁ ପୁଅକୁ ମୋବାଇଲ କିଣିଦେବାକୁ ମନା କରିଥିଲେ ମାଆ।
Crime
ଅଭିନେତ୍ରୀଙ୍କୁ ଠକେଇ ମାମଲାରେ ଯାତ୍ରା ପାର୍ଟି ମାଲିକ ଗିରଫ
ଯାତ୍ରା ପାର୍ଟି ମାଲିକ ଅମରେଶ ଯେ ତାଙ୍କୁ ଠକୁଛନ୍ତି ତାହା ବୁଝିଲା ବେଳକୁ ବହୁ ବିଳମ୍ବ ହୋଇଯାଇଥିଲା।
Crime
ଅଙ୍ଗାରଖ ଗାଁରେ ସଶସ୍ତ୍ର ଡକାୟତି ଘଟଣାରେ ୭ ଗିରଫ
ଗୋଟିଏ ଦେଶୀ ବନ୍ଧୁକ ଓ ନଗଦ ୪୬ ହଜାର ଟଙ୍କା ସହିତ ସେମାନଙ୍କଠାରୁ ଅନ୍ୟାନ୍ୟ ଜିନିଷ ଜବତ କରାଯାଇଛି।
Crime
ମାରାଥନ୍ କାର୍ଯ୍ୟକ୍ରମ ବେଳେ ଫୁଟିଲା ଗୁଳି; ଯୁବକ ଗୁରୁତର
ତେବେ କିଏ ଓ କାହିଁକି ଯୁବକଙ୍କୁ ଗୁଳିମାଡ଼ କଲା ତାର କାରଣ ଅସ୍ପଷ୍ଟ ରହିଛି।