Advertisment

କୋଟିପତି ସହକାରୀ ଯନ୍ତ୍ରୀ, ରହିଛି ୧. ୮୦ କୋଟି ଫିକ୍ସ ଡିପୋଜିଟ୍‌

ଚଢ଼ାଉ ବେଳେ ବିଭିନ୍ନ ବ୍ୟାଙ୍କରେ କିଶୋରଙ୍କର ୧କୋଟି ୮୦ଲକ୍ଷ ଟଙ୍କା ଡିପୋଜିଟ୍‌ ଥିବା ଜଣାପଡ଼ିଛି।

ଅଦ୍ୟତନ ହୋଇଛି
Vigilace Raid

Vigilace Raid

Advertisment

ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭବାନୀପାଟଣା ଜଳ ଯୋଗାଣ ସହକାରୀ ଯନ୍ତ୍ରୀ କିଶୋର ଚନ୍ଦ୍ର ସାହୁଙ୍କ ଘରେ ଭିଜଲାନ୍ସ ବିଭାଗ ପକ୍ଷରୁ ଚଢାଉ କରାଯାଇଛି। କିଶୋରଙ୍କ ଭବାନୀପାଟଣା ସହରର ଜଳେଶ୍ଵର ମନ୍ଦିର ରାସ୍ତାରେ ଥିବା ତିନି ମହଲା ବିଶିଷ୍ଟ ବାସଭବନ ସମେତ ସରକାରୀ କାର୍ଯ୍ୟାଳୟ ଓ ପୈତୃକ ଘରେ ଭିଜିଲାନ୍ସ ଅଧିକାରୀ ଏକ କାଳୀନ ଚଢ଼ାଉ କରିଛନ୍ତି।

Advertisment

ଚଢ଼ାଉ ବେଳେ ବିଭିନ୍ନ ବ୍ୟାଙ୍କରେ କିଶୋରଙ୍କର ୧କୋଟି ୮୦ଲକ୍ଷ ଟଙ୍କା ଡିପୋଜିଟ୍‌ ଥିବା ଜଣାପଡ଼ିଛି। ଯାହାକୁ ଦେଖି ଭିଜିଲାନ୍ସ ଅଧିକାରୀ ତାଜୁବ  ହୋଇଯାଇଛନ୍ତି। କୋରାପୁଟ ଓ ଜୟପୁର ଡିଭିଜନର ଭିଜିଲାନ୍ସର ୩୦ଜଣିଆ ଟିମ୍ ଏହି ଚଢ଼ାଉରେ ସାମିଲ ହୋଇଛନ୍ତି।

କିଶୋର ଆୟ ବର୍ହିଭୂତ ସମ୍ପତ୍ତି ଠୁଳ କରିଥିବା ଭିଜିଲାନ୍ସ ନିକଟରେ ଅଭିଯୋଗ ହୋଇଥିଲା। ଭିଜିଲାନ୍ସ ଅଧିକାରୀ ତଦନ୍ତ କରି ଆଜି ସକାଳେ କିଶୋରଙ୍କ ଘରେ ଚଢ଼ାଉ କରିଥିଲେ।

Advertisment
Vigilance Raid Kalahandi
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe