Advertisment

ଉପ ଜିଲ୍ଲାପାଳଙ୍କ ଘରେ ପଶିଲା ଭିଜିଲାନ୍ସ; ୧୦ଟି ସ୍ଥାନରେ ଚଢ଼ାଉ

ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଓ ସରକାରୀ ବାସଭବନ ସମେତ ଏକାକାଳୀନ ୧୦ଟି ସ୍ଥାନରେ ଚଢ଼ାଉ କରାଯାଇଛି।

author-image
Tapaswini Nayak
ଅଦ୍ୟତନ ହୋଇଛି
Vigilance Raid

Vigilance Raid

ଉପ ଜିଲ୍ଲାପାଳଙ୍କ ଘରେ ପଶିଲା ଭିଜିଲାନ୍ସ। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ କାମାକ୍ଷାନଗର ଉପଜିଲ୍ଲାପାଳ ନାରାୟଣ ଚନ୍ଦ୍ର ନାୟକଙ୍କ ଘରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଛି।

Advertisment

ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଓ ସରକାରୀ ବାସଭବନ ସମେତ ଏକାକାଳୀନ ୧୦ଟି ସ୍ଥାନରେ ଚଢ଼ାଉ କରାଯାଇଛି। ଭୁବନେଶ୍ୱର, ଭଦ୍ରକ, ମୟୂରଭଞ୍ଜ ଓ ଢେଙ୍କାନାଳ ଜିଲ୍ଲାର ବିଭିନ୍ନ ସ୍ଥାନରେ ଚଢାଉ କରାଯାଇଛି। ଚଢାଉରେ ୭ ଡିଏସପି, ୩ ଜଣ ଇନସପେକ୍ଟର ଏବଂ ୮ ଜଣ ଆଇଆଇସି ସାମିଲ ଅଛନ୍ତି।  ଉପଜିଲ୍ଲାପାଳଙ୍କର ଭୁବନେଶ୍ୱର ଝାରପଡ଼ାରେ ୩ ତାଲା କୋଠା, ଭଦ୍ରକ କୁଆଁଶରେ ୩ ତାଲା କୋଠା, ଭଦ୍ରକ ଗେଲପୁରରେ ଏକ ଦୁଇ ମହଲା ବିଶିଷ୍ଟ କୋଠା ଥିବା ସୂଚନା ମିଳିଛି।

ଉପଜିଲ୍ଲାପାଳ ଆୟବର୍ହିଭୂତ ସମ୍ପତ୍ତି ଠୁଳ କରିଥିବା ଅଭିଯୋଗ ହୋଇଥିଲା। ଭିଜିଲାନ୍ସ ଘଟଣାର ତଦନ୍ତ କରି ଆଜି ସକାଳେ ତାଙ୍କ ଘର ଚଢ଼ାଉ କରିଛି।

Advertisment
Vigilance Raid Kamakhyanagar Sub Collector