ଖାଦ୍ୟ ଯୋଗାଣ ଅଧିକାରୀଙ୍କ ଘରେ ପଶିଲା ଭିଜିଲାନ୍ସ;୧୧ଟି ସ୍ଥାନରେ ଚଢ଼ାଉ

ସୁରେଶ ଆୟ ବର୍ହିଭୂତ ସମ୍ପତ୍ତି ଠୁଳ କରିଥିବା ଅଭିଯୋଗ ହୋଇଥିଲା।

ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ଅଧିକାରୀ ସୁରେଶ ପାଣିଗ୍ରାହୀ

  • Published: Wednesday, 20 November 2024
  • , Updated: 20 November 2024, 10:19 AM IST

ଖାଦ୍ୟ ଯୋଗାଣ ଅଧିକାରୀଙ୍କ ଘରେ ପଶିଲା ଭିଜିଲାନ୍ସ। ଆୟ ବର୍ହିଭୂତ ସମ୍ପତି ଠୁଳ ଅଭିଯୋଗରେ ସୁବର୍ଣ୍ଣପୁର ଜିଲ୍ଲା ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ଅଧିକାରୀ ସୁରେଶ ପାଣିଗ୍ରାହୀଙ୍କ ଘରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଛି।

ସୁରେଶଙ୍କ ସୋନପୁର ସ୍ଥିତ ଭଡ଼ାଘର,କାର୍ଯ୍ୟାଳୟ ଓ ପୈତୃକ ଘର ସମେତ ୧୧ଟି ସ୍ଥାନରେ ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢ଼ାଉ କରାଯାଇଛି। ଭୁବନେଶ୍ୱର, ସମ୍ବଲପୁର, ବଲାଙ୍ଗିର, ସୋନପୁର ଓ  ବରଗଡ଼ର ୧୧ଟି ସ୍ଥାନରେ ଏହି ରେଡ୍‌ କରାଯାଇଛି।

ସୁରେଶ ଆୟ ବର୍ହିଭୂତ ସମ୍ପତ୍ତି ଠୁଳ କରିଥିବା ଅଭିଯୋଗ ହୋଇଥିଲା। ଭିଜିଲାନ୍ସ ଘଟଣାର ତଦନ୍ତ କରି ଆଜି ସକାଳେ ଚଢ଼ାଉ କରିଛି। ଚଢ଼ାଉ ବେଳେ   ପୁଳା ପୁଳା ସୁନା ଅଳଙ୍କାର ଓ  ଜମିବାଡ଼ି କାଗଜ ପତ୍ର ଭିଜିଲାନ୍ସ ଜବତ କରିଥିବା ଜଣାଯାଇଛି। 

Related story