Biswabandhu Panigrahi
ଭିଜିଲାନ୍ସ ଜାଲରେ ପିଏଚ୍ ଡିଭିଜନ ଅଧୀକ୍ଷଣ ଯନ୍ତ୍ରୀ। ଭୁବନେଶ୍ୱର ଜନସ୍ୱାସ୍ଥ୍ୟ ଡିଭିଜନ ଅଧୀକ୍ଷଣ ଯନ୍ତ୍ରୀ ବିଶ୍ୱବନ୍ଧୁ ପାଣିଗ୍ରାହୀଙ୍କ ଘରେ ଆଜି ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢ଼ାଉ କରାଯାଇଛି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଏହି ଚଢାଉ କରାଯାଇଛି। ବିଶ୍ୱବନ୍ଧୁଙ୍କର ପୈତୃକ ଘର ସମେତ ଭଦ୍ରକର ୨ଟି ସ୍ଥାନରେ ଚଢ଼ାଉ ଜାରି ରହିଥିବା ବେଳେ ଭୁବନେଶ୍ୱରର ମଧ୍ୟ ୪ଟି ସ୍ଥାନରେ ଚଢ଼ଉ କରାଯାଇଛି।
ବିଶ୍ୱବନ୍ଧୁଙ୍କ ଭୁବନେଶ୍ୱର ଭିଏସ୍ଏସ ନଗରରେ ଥିବା କୋଠା, ରୁଦ୍ରପୁର ଆସୋଟେକ ପ୍ରାଇଡ଼ରେ ଥିବା ଫ୍ଲାଟ, ଭଦ୍ରକ ମଠ ସାହିରେ ଥିବା ବିଲ୍ଡିଂ ଓ ଭଦ୍ରକ ତୋରଣପଡା ସ୍ଥିତ ପୈତୃକ ଘରେ ଚଢ଼ାଉ କରାଯାଇଛି।
ଚଢାଉରେ ୭ ଜଣ DSP, ୫ ଜଣ ଇନ୍ସପେକ୍ଟର ଓ ୮ ଏଏସଆଇ ସାମିଲ ହୋଇଛନ୍ତି । ଭୁବନେଶ୍ୱର ସ୍ପେଶାଲ ଜଜ୍ ଭିଜିଲାନ୍ସଙ୍କ ନିର୍ଦ୍ଦେଶ କ୍ରମେ ଏହି ଚଢ଼ାଉ କରାଯାଇଥିବା ସୂଚନା ମିଳିଛି। ଚଢ଼ାଉ ବେଳେ କିଛି ଗୁରୁତ୍ୱପୂର୍ଣ୍ଣ କାଗଜ ପତ୍ର ଓ କିଛି ନଗଦ ଟଙ୍କା ଜବତ ହୋଇଛି।
ବିଶ୍ୱବନ୍ଧୁ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ କରିଥିବା ଅଭିଯୋଗ ହୋଇଥିଲା। ଭିଜିଲାନ୍ସ ବିଭାଗ ଘଟଣାର ତଦନ୍ତ କରି ଏହି ଚଢ଼ାଉ କରିଛି।
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
Follow Us/odisha-reporter/media/post_attachments/uploadimage/library/16_9/16_9_0/IMAGE_1699420613.jpg)