Advertisment

OSRTC ସିଏଓଙ୍କ ଘରେ ପଶିଲା ଭିଜିଲାନ୍ସ; ୭ଟି ସ୍ଥାନରେ ଚଢ଼ାଉ

ବିଜୟଙ୍କ ଭୁବନେଶ୍ୱରରେ ଥିବା ଅଫିସ ସହ ନନ୍ଦନ ବିହାର ଓ ପଳାଶୁଣୀରେ ଥିବା ଘର ସମେତ ୬ଟି ସ୍ଥାନରେ ଚଢ଼ାଉ କରାଯାଇଛି।

ଅଦ୍ୟତନ ହୋଇଛି
Vigilance Raid

Vigilance Raid

Advertisment

ଚିଫ୍ ଆକାଉଣ୍ଟ ଅଫିସରଙ୍କ ଘରେ ପଶିଲା ଭିଜିଲାନ୍ସ। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ OSRTC ଚିଫ୍ ଆକାଉଣ୍ଟ ଅଫିସର ବିଜୟ ମଙ୍ଗରାଜଙ୍କ ଘରେ ଆଜି ଭିଜିଲାନ୍ସ ଚଢ଼ାଉ କରିଛି। ଭୁବନେଶ୍ୱରର ୬ଟି ଓ ବାରିପଦାର ଗୋଟିଏ ସ୍ଥାନରେ ଚଢ଼ାଉ କରାଯାଇଛି।

Advertisment

ଭୁବନେଶ୍ୱର ଭିଜିଲାନ୍ସ ସ୍ପେଶାଲ ଜଜଙ୍କ ସର୍ଚ୍ଚ ୱାରେଣ୍ଟ ବଳରେ ଏହି ଚଢ଼ାଉ କରାଯାଇଛି। ଭୁବନେଶ୍ୱର ନନ୍ଦନ ବିହାର ସ୍ଥିତ ଆପାର୍ଟମେଣ୍ଟରେ ଥିବା ଫ୍ଲାଟ, ପଳାଶୁଣୀରେ ଥିବା ଦୁଇଟି ଦୁଇମହଲା କୋଠା,ବାରିପଦା ଷ୍ଟେସନ ରୋଡରେ ଥିବା ଘର, ଭୁବନେଶ୍ୱର OSRTC ଅଫିସ ଚ୍ୟାମ୍ବର, ଖାରବେଳ ଭବନରେ ଥିବା କାର୍ଯ୍ୟାଳୟ, ଭୁବନେଶ୍ୱର IDCO ଟାୱାରରେ ଥିବା ଅଫିସରେ ଚଢ଼ାଉ କରାଯାଇଛି।  

 ବିଜୟ ଆୟ ବର୍ହିଭୂତ ସମ୍ପତ୍ତି ଠୁଳ କରିଥିବା ଅଭିଯୋଗ ହୋଇଥିଲା। ଭିଜିଲାନ୍ସ ତଦନ୍ତ କରି ଆଜି ସକାଳେ ଚଢ଼ାଉ କରିଥିଲା। ଏହି ଚଢ଼ାଉରେ ୮ ଜଣ DSP, ୮ଜଣ ଇନ୍ସପେକ୍ଟରଙ୍କ ସମେତ ଅନ୍ୟ ଅଧିକାରୀ ସାମିଲ ହୋଇଛନ୍ତି।

Advertisment

Vigilance Raid Osrtc
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe