ଝାରପଡ଼ା ଜେଲରେ ଗ୍ୟାଙ୍ଗୱାର ଘଟଣାରେ କାର୍ଯ୍ୟରେ ଅବହେଳା ପାଇଁ ୨ଜଣ କର୍ମଚାରୀଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ୱାର୍ଡର ପ୍ରଭାତ ମହାରଣାଙ୍କୁ ସସ୍ପେଣ୍ଡ କରିଛନ୍ତି ଜେଲ୍ କର୍ତ୍ତୃପକ୍ଷ। ସେହିପରି ରାତି ଡ୍ୟୁଟିରେ ଦାୟିତ୍ୱରେ ଥିବା ଚିଫ୍ ୱାର୍ଡର ମଙ୍ଗୁଳି ସେଠୀଙ୍କୁ ବଦଳି କରାଯାଇଛି।
ମାର୍ଚ୍ଚ ୧୯ ତାରିଖ ରାତିରେ ଝାରପଡ଼ା ଜେଲରେ ଗ୍ୟାଙ୍ଗୱାର ହୋଇଥିଲା। ଚକରା ଓ ଶମ୍ଭୁ ଗ୍ୟାଙ୍ଗ ମଧ୍ୟରେ ତୀବ୍ର ଗଣ୍ଡଗୋଳରୁ ରକ୍ତପାତ ହୋଇଥିଲା। ଘଟଣାକୁ ନେଇ ଜେଲ କର୍ତ୍ତୃପକ୍ଷଙ୍କ ଏତଲା ପରେ ଲକ୍ଷ୍ମୀସାଗର ଥାନାରେ ମାମଲା ରୁଜୁ ହୋଇଥିଲା। ଘଟଣାର ବିଭାଗୀୟ ତଦନ୍ତ ନିର୍ଦ୍ଦେଶ ଦେଇଥିଲେ ଜେଲ ବିଭାଗ।
Also Read
ମାର୍ଚ୍ଚ ୨୦ ତାରିଖରେ କମିଶନରେଟ୍ ପୁଲିସ ପକ୍ଷରୁ ଝାରପଡ଼ା ଜେଲରେ ଚଢ଼ାଉ କରାଯାଇଥିଲା। ଚଢ଼ାଉ ବେଳେ କମନ୍ ଏରିଆରୁ କିଛି ଗଂଜେଇ, ବିଡ଼ି, ସିଗାରେଟ ଓ ଲାଇଟର୍ ମିଳିଥିବା ଡିସିପି ସୂଚନା ଦେଇଥିଲେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ନାବାଳିକାକୁ ଗଣଦୁଷ୍କର୍ମ ମାମଲାରେ ଦୁଇ ଜଣଙ୍କୁ ଆଜୀବନ କାରାଦଣ୍ଡ
ପରିବାର ଲୋକେ ଖବର ପାଇ ଝିଅକୁ ରାସ୍ତାକଡ଼ରୁ ଉଦ୍ଧାର କରିଥିଲେ।
Crime
୫ ବର୍ଷର ଶିଶୁକନ୍ୟାକୁ ଦୁଷ୍କର୍ମ ଅଭିଯୋଗରେ ୫୫ ବର୍ଷୀୟ ବ୍ୟକ୍ତି ଗିରଫ
ଅଭିଯୋଗ ପାଇବା ପରେ ପୁଲିସ ଅଭିଯୁକ୍ତଙ୍କୁ ଥାନାକୁ ଆଣି ପଚରାଉଚରା କରିଥିଲା। ତା’ପରେ ତାଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିଲା।
Crime
ଶିଶୁ ବିକ୍ରି ଘଟଣା: ନିଲମ୍ବିତ ଏଏନ୍ଏମ୍ ଗିରଫ, ଆଉ ୨ ଜଣଙ୍କୁ ବି ବାନ୍ଧିଲା ପୁଲିସ
ଏହି ଘଟଣାରେ ନିଜେ ଉପ-ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଗ୍ରାଉଣ୍ଡଜିରୋକୁ ଯାଇ ଘଟଣାର ତନାଘନା କରିଥିଲେ।
Crime
ବବିଙ୍କ ଭାଇ ଭବଙ୍କ ନାଁରେ ମାମଲା ରୁଜୁ
ଦୁଇ ଦିନ ତଳେ ଧର୍ମଶାଳା ବିଧାୟକଙ୍କୁ ଆକ୍ରମଣ ଘଟଣାରେ ବିବାଦୀୟ ହୋଇପଡ଼ିଥିବା ବବିଙ୍କ ଭାଇଙ୍କ ବିରୋଧରେ ଜଣେ ପରିବା ବ୍ୟବସାୟୀ ଦେଇଥିଲେ ଏତଲା।