ବାଲେଶ୍ୱର: ପଶ୍ଚିମବଙ୍ଗ ମେଦିନିପୁର ଜିଲ୍ଲା ନୟାଗ୍ରାମ ଥାନା ହାଜତରେ ଜଣେ ଓଡିଆ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ମୃତ ଯୁବକଙ୍କ ନାଁ ତନଜୁ କୁମାର ଦାସ। ତାଙ୍କ ଘର ବାଲେଶ୍ୱର ଜିଲ୍ଲାରେ ବୋଲି ଜଣାପଡିଛି। ରବିବାର ଦିନ ବାଲେଶ୍ୱରରୁ ପଶ୍ଚିମବଙ୍ଗ ଦାନ୍ତନୁ ଅଭିମୁଖେ ଯାଉଥିବା ଏକ ଗାଡିକୁ ପଶ୍ଚିମବଙ୍ଗର ଦୂର୍ଦ୍ଦାନ୍ତ ଅପରାଧୀ ବାବୁ ଚୌଧୁରୀ ଓ ଓଡ଼ିଶାର ତନଜୁ କୁମାର ଦାସ ଅଟକାଇ ଡ୍ରାଇଭରକୁ ମରଣାନ୍ତକ ଆକ୍ରମଣ କରିବା ପରେ ଗାଡିକୁ ନୟାଗ୍ରାମ ଅଭିମୁଖେ ନେଉଥିଲେ। ତେବେ ବାଟରେ ସେମାନଙ୍କୁ ପୋଲିସ ଗିରଫ କରିଥିଲା। କୌଣସି କାରଣରୁ ରବିବାର ଦିନ ହିଁ ପୋଲିସ୍ ହାଜତରେ ତନଜୁ ଦାସଙ୍କର ମୃତ୍ୟୁ ଘଟିଛି।
ଭଦ୍ରକ ସବ୍ ଜେଲରେ ଜଣେ ବିଚାରଧୀନ କଏଦୀର ମୃତ୍ୟୁ ଘଟିଛି। ମୃତ କଏଦୀଙ୍କ ନାଁ ପାକ ଦେହୁରୀ। ତେବେ ମୃତ୍ୟୁର କାରଣ ଜଣାପଡି ନ ଥିଲେ ମଧ୍ୟ ସେ ଶ୍ୱାସ ରୋଗରେ ପୀଡିତଥିବା ଅଭିଯୋଗ ହୋଇଛି। ପାକ ଦେହୁରୀ ଗତ ୧୭ ଜୁଲାଇ ୨୦୧୫ରେ ଗିରଫ ହୋଇ ବିଚାର ବିଭାଗୀୟ ହାଜତରେ ଥିଲେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ପୁଲିସ୍ ମାରିଛି ପୋଷ୍ଟର- ଅଭିଯୁକ୍ତକୁ ଧରାଇ ଦିଅ, ଲକ୍ଷେ ଟଙ୍କା ନିଅ
ସଂପୃକ୍ତ ଅଭିଯୁକ୍ତର ୨ଟି ଫଟୋ ଜାରି କରିଛି ସମ୍ବଲପୁର ପୁଲିସ୍। କୌଣସି ବ୍ୟକ୍ତି ଅଭିଯୁକ୍ତ ସମ୍ପର୍କରେ ସୂଚନା ଦେଲେ ତାଙ୍କୁ ଲକ୍ଷେ ଟଙ୍କା ପୁରସ୍କାର ରାଶି ଦିଆଯିବ ବୋଲି ପୁଲିସ କହିଛି।
Crime
ସେହି କାଳ ରାତି ନେଇଗଲା ୨ ବିଜେପି ନେତାଙ୍କ ଜୀବନ
କାରରେ ଥିଲେ ୬ ଜଣ। ଆଗରେ ବସିଥିଲେ ଡ୍ରାଇଭରଙ୍କ ସମେତ ୨ ଜଣ। ପଛରେ ବସିଥିଲେ ୪ ଜଣ। ହାଇୱା ୩ ଥର ଦେଇଥିଲା ଧକ୍କା। ଏଥିରେ ବିଜେପିର ଗୋଶାଳା ମଣ୍ଡଳ ସଭାପତି ଦେବେନ୍ଦ୍ର ନାୟକ ଓ ପୂର୍ବତନ ସରପଞ୍ଚ ମୁରଲୀଧର ଛୁରିଆଙ୍କ ମୃତ୍ୟୁ ଘଟିଥିଲା।
Crime
ଘରେ ଚୋରି କରିବାକୁ ପଶିଥିଲା ଚୋର, କିଛି ନମିଳିବାରୁ ମହିଳାଙ୍କୁ...
ଚୋରି କରିବାକୁ କୌଣସି ମୂଲ୍ୟବାନ ସାମଗ୍ରୀ ନପାଇବାରୁ ଘରେ ଥିବା ମହିଳାଙ୍କୁ ଚୁମ୍ବନ ଦେଇ ପଳାଇଲା ଚୋର। ମହିଳାଙ୍କ ଅଭିଯୋଗ ପରେ ଅଭିଯୁକ୍ତ ଚୋରକୁ ଧରିଛି ପୁଲିସ।
Crime
ଆଇସିୟୁରେ ରଖି କରାଯାଉଥିଲା ଚିକିତ୍ସା, ଡାକ୍ତରଖାନା ଛାତରୁ ପଡ଼ି ଚାଲିଗଲା ଜୀବନ
କଡ଼ା ସୁରକ୍ଷା ମଧ୍ୟରେ ରହୁଥିବା ଆଇସିୟୁରୁ ଜଣେ ରୋଗୀ ବାହାରକୁ ଆସିଲେ କେମିତି ?
Crime
ସାମାନ୍ୟ ବଚସା ହେଲା କାଳ; ସାଙ୍ଗ ଭୁଷି ଦେଲା ଛୁରୀ
ହଠାତ୍ ଉଭୟଙ୍କ ମଧ୍ୟରେ ପ୍ରବଳ ଝଗଡ଼ା ହୋଇଥିଲା। । ଏଥିରେ ଉତ୍ତ୍ୟକ୍ତ ହୋଇ ବିନୟ ପାଖରେ ଥିବା ଏକ ଛୁରୀରେ ଅନ୍ତିଆଙ୍କୁ ଭୁଷି ଦେଇଥିଲେ।