Advertisment

ବାଲେଶ୍ୱର ପୌରାଞ୍ଚଳରେ କୋହଳ ହେଲା କଟକଣା; ଆଜିଠୁ ରାତିରେ ରହିବ କର୍ଫ୍ୟୁ

କିଛିଦିନ ତଳେ ସହରର ଭୁଜାଖିଆ ପୀର ନିକଟରେ କୌଣସି କାରଣକୁ ନେଇ ଦୁଇ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ ହୋଇଥିଲା।

ଅଦ୍ୟତନ ହୋଇଛି
Balasore

Balasore

Advertisment

ବାଲେଶ୍ୱର ପୌରାଞ୍ଚଳରେ ଆହୁରି କୋହଳ ହେଲା କର୍ଫ୍ୟୁ। ଆଜିଠୁ କେବଳ ରାତିରେ ହିଁ ରହିବ କର୍ଫ୍ୟୁ କଟକଣା। ସହଦେବଖୁଣ୍ଟା, ଟାଉନ ଥାନା ଅଞ୍ଚଳରେ କଟକଣା କୋହଳ ହୋଇଛି। ସକାଳ ୫ଟାରୁ ରାତି ୯ଟା ଯାଏଁ କର୍ଫ୍ୟୁ କଟକଣା କୋହଳ ହୋଇଛି। ମାତ୍ର ଏହି ଅଞ୍ଚଳରେ ରାତ୍ରୀକାଳୀନ କର୍ଫ୍ୟୁକଟକଣା ବଳବତ୍ତର ରହିବ। ଏନେଇ ସୂଚନା ଦେଇଛନ୍ତି ବାଲେଶ୍ୱର ଜିଲ୍ଲାପାଳ ଆଶିଷ ଠାକରେ।

Advertisment

ସେହିପରି ମୋବାଇଲ ଇଣ୍ଟରନେଟ ମଧ୍ୟ ସ୍ୱାଭାବିକ ହୋଇଛି। ଗୋଷ୍ଠୀ ସଂଘର୍ଷ ଘଟଣାରେ ୨୪ଟି ମାମଲା ରୁଜୁ କରାଯାଇଥିବା ବେଳେ ୯୧ ଜଣଙ୍କୁ ଗିରଫ କରାଯାଇଛି।

ସୂଚନାଯୋଗ୍ୟ, କିଛିଦିନ ତଳେ ସହରର ଭୁଜାଖିଆ ପୀର ନିକଟରେ କୌଣସି କାରଣକୁ ନେଇ ଦୁଇ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ ହୋଇଥିଲା। ଏହାପରେ ଉଭୟ ଗୋଷ୍ଠୀ ମୁହାଁମୁହିଁ ହେବା ସହ ଫୋର୍ସ ଉପରକୁ ପଥର ମାଡ଼ ଅଭିଯୋଗ ହୋଇଥିଲା। ସ୍ଥିତି ନିୟନ୍ତ୍ରଣ ପାଇଁ ଲାଠିଚାର୍ଜ କରିଥିଲା ପୁଲିସ। ଗଣ୍ଡଗୋଳରେ ୪ରୁ ୫ ଜଣ ଆହତ ହୋଇଥିବା ବେଳେ ୧୫ରୁ ୨୦ଟି ଗାଡ଼ି ଭଙ୍ଗାରୁଜା ହୋଇଥିଲା।

Advertisment

ବିଳମ୍ବିତ ରାତିରେ ମଧ୍ୟ ସୁଏଲପୁର ଓ ଦପ୍ତରସାହିର ଅଞ୍ଚଳର କିଛି ସ୍ଥାନରେ ଗାଡ଼ି ଭଙ୍ଗାରୁଜା ଓ ଦୋକାନ ଆସବାବପତ୍ରରେ ନିଆଁ ଲଗାଯିବା ଭଳି ଘଟଣା ସାମ୍ନାକୁ ଆସିଥିଲା। ପୁଲିସ୍‌ ଉପସ୍ଥିତିରେ ଦୁଇ ଗୋଷ୍ଠୀ ମୁହାଁମୁହିଁ ହେବା ସହ। ପରସ୍ପରକୁ ଢେଲା ପଥର ମାଡ଼ କରିଥିଲେ। ଢେଲା ପଥର ମାଡ଼ରେ ସାଧାରଣ ଜନତା, ପୁଲିସ୍‌ ଓ କିଛି ଗଣମାଧ୍ୟମ ପ୍ରତିନିଧି ଆହତ ହୋଇଥିଲେ । ଏହାପରେ ସମଗ୍ର ବାଲେଶ୍ୱର ପୌରାଞ୍ଚଳରେ ଅନିର୍ଦ୍ଦିଷ୍ଟ କାଳ ପାଇଁ କର୍ଫ୍ୟୁ ଜାରି କରାଯାଇଥିଲା।

Balasore Night Curfew
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe