ସାବତ ମା’ କେବେ ଅନ୍ୟକାହାର ସନ୍ତାନ ଭଲ ଆଖିରେ ଦେଖେ ନାହିଁ। ଏହି କଥା ଆମେ କାନ ଉଠିବାଠୁ ଶୁଣିଛେ। ଏହାର ଜ୍ୱଳନ୍ତ ଉଦାହରଣ ଦେଖିବାକୁ ମିଳିଛି କେନ୍ଦୁଝର ଜିଲ୍ଲାରେ। ଘରୋଇ କଳି କାରଣରୁ ସାବତ ମା’ ସାବତ ପୁଅ ଉପରେ ଗରମ ପାଣି ପକାଇଥିବା ଅଭିଯୋଗ ହୋଇଛି। ଆହତ ଦିପୁନ ପାତ୍ରଙ୍କୁ ଗୁରୁତର ଅବସ୍ଥାରେ କଟକ ସ୍ଥାନାନ୍ତର କରାଯାଇଛି।
ଆଜି ସକାଳେ ଗ୍ରୁପ ଲୋନକୁ କେନ୍ଦ୍ରକରି ସାବତ ମା’ ଓ ପୁଅ ମଧ୍ୟରେ ବଚସା ହୋଇଥିଲା। ଏହି ବଚସା ଉଗ୍ରରୂପ ନେଇଥିଲା। ପରେ ସାବତ ମା’ ଉତ୍ତ୍ୟକ୍ତ ହୋଇ ଘରୁ ଗରମ ପାଣି ଆଣି ଦିପୁନଙ୍କ ଉପରକୁ ଛାଟି ଦେଇଥିଲେ। ଦିପୁନଙ୍କ ଦେହସାରା ଗରମ ପାଣି ପଡ଼ିଯାଇ ପୋଡ଼ି ଯାଇଥିଲା। ପରିବାର ଲୋକେ ଦିପୁନଙ୍କୁ ନିକସ୍ଥ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ପରେ ଦିପୁନଙ୍କ ଅବସ୍ଥା ଗୁରୁତର ହେବାରୁ ତାଙ୍କୁ କଟକ ସ୍ଥାନାନ୍ତର କରାଯାଇଛି।
Also Read
ଗରମ ପାଣି ଦିପୁନଙ୍କ ଦେହ ସାରା ପୋଡ଼ିଯାଇଛି। ଏନେଇ ଥାନାରେ କୌଣସି ଅଭିଯୋଗ ନାହିଁ।
TAGS
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ଦିଲ୍ଲୀରେ ୪୦୦ ସ୍କୁଲକୁ ବୋମା ଧମକ ଦେଇଥିଲା ନାବାଳକ, ଆପ୍-ବିଜେପି ମୁହାଁମୁହିଁ
ଗତ ୮ତାରିଖରେ ମିଳିଥିବା ମେଲକୁ ଟ୍ରାକ୍ କରି ଜଣେ ଯୁକ୍ତ୨ ଛାତ୍ରକୁ ଧରିଛି ପୁଲିସ। ଛାତ୍ର ଓ ଏହାର ଅଭିଭାବକ ଏକ ଏନଜିଓ ସହ ଜଡ଼ିତ। ଏନଜିଓ ଏକ ରାଜନୈତିକ ଦଳ ସହ ଜଡ଼ିତ ବୋଲି କହିଛି ପୁଲିସ।
Crime
ହଂସିତା-ଅନୀଲ୍ଙ୍କ ଠକାମିର ପୋଲ୍ ଖୋଲିଲେ ତାଙ୍କ ପୂର୍ବତନ କର୍ମଚାରୀ!
ହଂସିତା-ଅନୀଲଙ୍କ ଅଫିସ୍ରେ କାମ କରୁଥିବା ପୂର୍ବତନ କର୍ମଚାରୀ Mr X ପୁଲିସ୍କୁ ଦେଇଥିବା ବୟାନରେ ଲେଖିଛନ୍ତି, ଦୁଇ ବର୍ଷ ତଳେ କଟକରେ ଅନୀଲ ମହାନ୍ତିଙ୍କ ଜନ୍ମଦିନ ପାର୍ଟିରେ ହଂସିତା ଅଭିଲିପ୍ସାଙ୍କ ସହିତ ମୋର ଦେଖା ହୋଇଥିଲା।
Crime
ନିଜ ନିଜ ଘରେ ଝୁଲି ପଡ଼ିଲେ ପ୍ରେମୀ ଯୁଗଳ!
ବାଙ୍କୀ ଥାନା ଅନ୍ତର୍ଗତ ଅନୁଆରୀ ପଞ୍ଚାୟତ କୁରୁମଚଇନି ଗାଁର ରଞ୍ଜନ ସେଠ ବାଇଗଣୀ ଗ୍ରାମ କଲ୍ୟାଣୀ ମାଝୀଙ୍କୁ ପ୍ରେମ କରୁଥିଲେ। କଲ୍ୟାଣୀ ମଧ୍ୟ ରଞ୍ଜନଙ୍କୁ ଭଲ ପାଉଥିଲେ। ଉଭୟ ବାହା ହେବା ପାଇଁ କେତେ ସପନ ଦେଖୁଥିଲେ।
Crime
କାଲି ଘରୁ ବାହାରିଥିଲା ପୁଅ, ଆଜି ମିଳିଲା ମୃତଦେହ
କାଲି ରାତିରେ ଘରୁ ବାହାରିଥିଲେ ଯୁବକ। ହେଲେ ଆଉ ଘରକୁ ଫେରିଲେ ନାହିଁ। ଆଜି ସକାଳୁ ଗାଁ ନିକଟରୁ ମିଳିଲା ତାଙ୍କ ରକ୍ତାକ୍ତ ମୃତଦେହ ।