Advertisment

ଗର୍ଭବତୀ ମହିଳାଙ୍କ ମୃତଦେହ ଉଦ୍ଧାର; ହତ୍ୟା ଅଭିଯୋଗ

ତପସ୍ୱିନୀଙ୍କୁ ହତ୍ୟା କରାଯାଇଛି ବୋଲି ପରିବାର ଲୋକେ ଅଭିଯୋଗ କରିଛନ୍ତି।

author-image
Tapaswini Nayak
Bhadrak

Bhadrak

ରାସ୍ତାକଡ଼ରୁ ଗର୍ଭବତୀ ମହିଳାଙ୍କ ମୃତଦେହ ଉଦ୍ଧାର କରାଯାଇଛି। ଘଟଣା ଘଟିଛି ଭଦ୍ରକ ଜିଲ୍ଲା ଭଣ୍ଡାରିପୋଖରୀ ଥାନା ଅନ୍ତର୍ଗତ ନପଂଗ କବି ସାହି ନିକଟରେ। ମୃତ ମହିଳା ଜଣଙ୍କ ହେଲେ ତପସ୍ୱିନୀ ଦାସ। ତପସ୍ୱିନୀଙ୍କୁ ଶ୍ୱଶୁର ଘର ଲୋକେ ହତ୍ୟା କରି ଫିଙ୍ଗି ଦେଇଥିବା ତାଙ୍କ ମା’ ଅଭିଯୋଗ କରିଛନ୍ତି।

Advertisment

ତପସ୍ୱିନୀ କିଛି ଦିନ ତଳେ ସେହି ଗାଁରେ ଜଣେ ଯୁବକଙ୍କୁ ପ୍ରେମ ବିବାହ କରିଥିଲେ। ବିବାହ ପରେ ପାରିବାରିକ କଳହ ଲାଗି ରହୁଥିଲା। ଆଜି ସକାଳେ ରାସ୍ତାକଡ଼ରୁ ତପସ୍ୱିନୀଙ୍କ ମୃତଦେହ ଉଦ୍ଧାର କରାଯାଇଥିଲା।

ତପସ୍ୱିନୀଙ୍କୁ ହତ୍ୟା କରାଯାଇଛି ବୋଲି ପରିବାର ଲୋକେ ଅଭିଯୋଗ କରିଛନ୍ତି। ପୁଲିସ ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି ଓ ଘଟଣାର ତଦନ୍ତ କରୁଛି।

Advertisment
Bhadrak