ପୂର୍ବ ଶତ୍ରୁତାରୁ ଗାଆଁରେ ଖେଳିଗଲା ଆତଙ୍କ ରାଜ । ଘଣ୍ଟାଏ କାଳ ଗାଁ ଦାଣ୍ଡରେ ବୁଲିଲା ଖଣ୍ଡା। ଯୁବକଙ୍କ ଘର ଦାଣ୍ଡରେ ଥିବା ବାଇକ୍ ପୋଡ଼ିଦେଲେ । ପ୍ରାୟ ୫,୬ ଯୁବକ ସମ୍ପୃକ୍ତ ଯୁବକଙ୍କୁ ୩୦ରୁ ଊର୍ଦ୍ଧ୍ୱ ଥର ଆକ୍ରମଣ କରିଥିବା ବେଳେ ତାଙ୍କ ଅବସ୍ଥା ଗୁରୁତର ରହିଛି ।
ଗଞ୍ଜାମ ଜିଲ୍ଲା ଗୋଳନ୍ଥରା ଥାନା ଅନ୍ତର୍ଗତ ରାଳବ ଗ୍ରାମରେ ଘଟିଛି ଏହି ଘଟଣା। ଆହତ ଜଣକ ହେଲେ ବି ସନ୍ତୋଷ ପାତ୍ର।
Also Read
ସନ୍ତୋଷଙ୍କର ଗାଁର କିଛି ଯୁବକଙ୍କ ସହ କିଛି ଦିନ ହେବ ଗଣ୍ଡଗୋଳ ଲାଗି ରହିଥିଲା। ଏହାକୁ କେନ୍ଦ୍ର କରି ଗ୍ରାମର ୫ରୁ ୬ ଜଣ ଯୁବକ ଗତ ରାତିରେ ତାଙ୍କୁ ଗୋଡ଼ାଇ ଗୋଡ଼ାଇ ଖଣ୍ଡାରେ ଆକ୍ରମଣ କରିଥିଲେ। ଏପରିକି ତାଙ୍କ ବାଇକ୍କୁ ବି ପୋଡ଼ିଦେଲେ ।
ଅଭିଯୁକ୍ତମାନେ ସନ୍ତୋଷଙ୍କୁ ଖଣ୍ଡାରେ ୩୦ରୁ ଅଧିକ ଚୋଟ ମାରିବାରୁ ତାଙ୍କ ଶରୀରର ବିଭିନ୍ନ ସ୍ଥାନରେ ଗଭୀର କ୍ଷତ ସୃଷ୍ଟି ହୋଇଛି। ଗୁରୁତର ଅବସ୍ଥାରେ ତାଙ୍କୁ ଏମକେସିଜି ମେଡ଼ିକାଲରେ ଭର୍ତ୍ତି କରାଯାଇଛି । ଖବର ପାଇ ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରୁଛି।
TAGS
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ଓଡ଼ିଶା-ଛତିଶଗଡ଼ ସୀମାରେ ନକ୍ସଲ କ୍ୟାମ୍ପ୍ ଠାବ; ବିପୁଳ ନକ୍ସଲ ସାମଗ୍ରୀ ଜବତ
ନକ୍ସଲ କ୍ୟାମ୍ପରୁ ବନ୍ଧୁକ ସମେତ ଅନ୍ୟ ନକ୍ସଲ ସାମଗ୍ରୀ ଜବତ ହୋଇଛି।
Crime
ଆୟଠାରୁ ୨୮୦% ଅଧିକ ସମ୍ପତ୍ତି ଠୁଳ କରି ବନ୍ଧା ହେଲେ ଖାଦ୍ୟ ଯୋଗାଣ ଅଧିକାରୀ
ସିଏସ୍ଓ ସୁରେଶ କୁମାର ପାଣିଗ୍ରାହୀଙ୍କ ସମସ୍ତ ସମ୍ପତ୍ତି ଠାବ କରି ତା’ର ହିସାବ କଲାପରେ ତାଙ୍କ ଆୟ ଓ ବ୍ୟୟର ହିସାବ କରାଯାଇଥିଲା ଏବଂ ସେ ତାଙ୍କ ଆୟଠାରୁ ୨୮୦% ସଂପତ୍ତି ଠୁଳ କରିଥିବା ଜଣାପଡ଼ିଛି।
Crime
କୋଟିପତି ଯୋଗାଣ ଅଧିକାରୀ ଗିରଫ
ବ୍ୟାଙ୍କରେ ସୁରେଶ କୁମାର ପାଣିଗ୍ରାହୀଙ୍କର କେବଳ ୧.୭୨ କୋଟି ଟଙ୍କାର ଜମା ରହିଛି।
Crime
ନାବାଳକ ଛାତ୍ର ସହ ସେକ୍ସ କରିଥିଲେ ଶିକ୍ଷୟିତ୍ରୀ, ମିଳିଲା ୩୦ ବର୍ଷ ଜେଲ୍
ଅଷ୍ଟମ ଶ୍ରେଣୀ ଛାତ୍ରକୁ ମଦ, ଗଞ୍ଜେଇ ଭଳି ନିଶାଦ୍ରବ୍ୟ ଦେଇ ତା' ସହ ବାରମ୍ବାର ଶାରିରୀକ ସମ୍ପର୍କ ରଖିଥିଲେ ଶିକ୍ଷୟିତ୍ରୀ। ଅଭିଯୋଗ ପରେ କରିଥିଲେ ଆତ୍ମସମର୍ପଣ।
Crime
ଡିଜିଟାଲ ଆରେଷ୍ଟର ଧମକ; ବିଲ୍ଡରଙ୍କ ଠାରୁ କୋଟିଏ ଟଙ୍କା ଲୁଟ୍
ଅହମ୍ମଦାବାଦର ଜଣେ ବିଲ୍ଡରଙ୍କ ଠାରୁ କୋଟିଏ ଟଙ୍କା ଲୁଟି ନେଇଛନ୍ତି ସାଇବର ଲୁଟେରା।