Advertisment

ଯୁବକଙ୍କ ମୃତଦେହ ଗାଁ ଦାଣ୍ଡରୁ ଉଦ୍ଧାର; ହତ୍ୟା ଅଭିଯୋଗ

ରମେଶଙ୍କୁ କେହି ଦୁର୍ବୃତ୍ତ ହତ୍ୟା କରି ଫିଙ୍ଗି ଦେଇଥିବା ପରିବାର ଲୋକେ ଅଭିଯୋଗ କରିଛନ୍ତି।

ଅଦ୍ୟତନ ହୋଇଛି
Deadbody

Deadbody

Advertisment

ଯୁବକଙ୍କୁ ହତ୍ୟା କରି ଗାଁ ଦାଣ୍ଡରେ ପକାଇଦେଇ ପଳାଇଲେ ଦୁର୍ବୃତ୍ତ। ଘଟଣା ଘଟିଛି ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ୍ ଅନ୍ତର୍ଗତ ତାକୁଡ ଗାଁରେ। ମୃତ ଯୁବକ ଜଣଙ୍କ ହେଲେ ଲେଣ୍ଡି ଗାଁର ରମେଶ ବାରିକ। ରମେଶଙ୍କୁ କେହି ଦୁର୍ବୃତ୍ତ ହତ୍ୟା କରି ଫିଙ୍ଗିଦେଇଥିବା ସନ୍ଦେହ କରାଯାଉଛି।

Advertisment

ସୂଚନା ଅନୁଯାୟୀ, ଆଜି ସକାଳେ ଗାଁ ଦାଣ୍ଡରେ ରମେଶଙ୍କ ମୃତଦେହ ପଡ଼ିଥିବା ଗ୍ରାମବାସୀ ଦେଖିବାକୁ ପାଇଥିଲେ। ଏ ନେଇ ବୌଦ୍ଧ ଆଦର୍ଶ ଥାନା ପୁଲିସକୁ ଖବର ଦେଇଥିଲେ। ଏହାସହ ରମେଶଙ୍କ ପରିବାର ଲୋକଙ୍କୁ ଖବର ଦେଇଥିଲେ। ପାରିପାର୍ଶ୍ୱିକ ସ୍ଥିତିକୁ ଦେଖିବାକୁ ଗଲେ ରମେଶଙ୍କୁ କେହି ଦୁର୍ବୃତ୍ତ ହତ୍ୟା କରି ଫିଙ୍ଗି ପଳାଇଥିବା ସନ୍ଦେହ କରାଯାଉଛି।

ରମେଶଙ୍କୁ କେହି ଦୁର୍ବୃତ୍ତ ହତ୍ୟା କରି ଫିଙ୍ଗି ଦେଇଥିବା ପରିବାର ଲୋକେ ଅଭିଯୋଗ କରିଛନ୍ତି। ତେବେ ରମେଶଙ୍କୁ କିଏ ଓ କାହିଁକି ହତ୍ୟା କଲା, ତାଙ୍କର କାହା ସହିତ ପୂର୍ବ ଶତ୍ରୁତା ଥିଲା ନା ଆଉ କିଛି କାରଣ ଅଛି ତାହା ଜଣାପଡ଼ି ନାହିଁ। ପୁଲିସ ମୃତଦେହକୁ ଉଦ୍ଧାର କରି ଘଟଣାର ତଦନ୍ତ କରୁଛି।

Advertisment
Murder Boudh
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe