Advertisment

ରାଜଧାନୀର ରାସ୍ତାକଡ଼ରୁ ମିଳିଲା ଯୁବକଙ୍କ ମୃତଦେହ

ଆଜି ସକାଳେ ଲିଙ୍ଗରାଜ ଷ୍ଟେସନ ରୋଡ଼ ନିକଟରେ ଜଣେ ଯୁବକଙ୍କ ମୃତଦେହ ପଡ଼ିଥିବା ସ୍ଥାନୀୟ ଲୋକେ ଦେଖିଥିଲେ।

author-image
Tapaswini Nayak
DeadBody

DeadBody

 ଭୁବନେଶ୍ୱର ଲିଙ୍ଗରାଜ ଷ୍ଟେସନ ରୋଡ଼ ସ୍ଥିତ ରାସ୍ତା କଡ଼ରୁ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତ ଯୁବକ ଜଣଙ୍କ ହେଲେ ୟୁନିଟ ୮ ଅଂଚଳର ନବ ନାୟକ।

Advertisment

ଆଜି ସକାଳେ ଲିଙ୍ଗରାଜ ଷ୍ଟେସନ ରୋଡ଼ ନିକଟରେ ଜଣେ ଯୁବକଙ୍କ ମୃତଦେହ ପଡ଼ିଥିବା ସ୍ଥାନୀୟ ଲୋକେ ଦେଖିଥିଲେ। ଯୁବକଙ୍କ ବେକରେ ରଶି ଲାଗିଥିବା ଦେଖିବାକୁ ମିଳିଥିଲା। ଏନେଇ ସ୍ଥାନୀୟ ଲୋକେ ପୁଲିସକୁ ଖବର ଦେଇଥିଲେ। ପୁଲିସ ପହଞ୍ଚି ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ କ୍ୟାପିଟାଲ ହସପିଟାଲକୁ ପଠାଇଛି।  

ତେବେ ଯୁବକ ଜଣଙ୍କ ଆତ୍ମହତ୍ୟା କରିଛନ୍ତି ନା ତାଙ୍କୁ ହତ୍ୟା କରାଯାଇଛି ତାହା ଜଣାପଡ଼ି ନାହିଁ। ମୃତକଙ୍କ ପରିବାର ଲୋକଙ୍କୁ ଘଟଣା ସଂପର୍କରେ ଖବର ଦିଆଯାଇଛି। ପୁଲିସ ଘଟଣାର ତଦନ୍ତ କରୁଛି। 

Advertisment

Odisha Police Bhubaneswar Deadbody