Advertisment

ଆଜି ଇଦ୍‌ ଉଲ ଫିତର; ଚଳଚଞ୍ଚଳ ସବୁ ମସଜିଦ

ମଙ୍ଗଳବାର ଆକାଶରେ ଚାନ୍ଦ(ଚନ୍ଦ୍ର) ଦେଖାନଯିବା କାରଣରୁ ଗୁରୁବାର ଇଦ୍ ପାଳନ ପାଇଁ ନିଷ୍ପତ୍ତି ନିଆଯାଇଥିଲା।

author-image
Tapaswini Nayak
Eid ul fitr

Eid ul fitr

ଆନନ୍ଦ ଉତ୍ସାହର ସହ ଆଜି ପାଳିତ ହେବ ଇଦ୍‌-ଉଲ-ଫିତର। କଟକସ୍ଥିତ ଅଞ୍ଜୁମନ ଇସଲାମିୟା ଚାନ୍ଦ କମିଟି ଆଜି ଇଦ୍ ପାଳନ ପାଇଁ ନିଷ୍ପତ୍ତି ନେଇଥିଲା।

Advertisment

ଇଦ୍ ନେଇ ଭାଇଚାରର ସହର କଟକରେ ଇସଲାମ ଧର୍ମାବଲମ୍ବୀଙ୍କ ଭିତରେ ବେଶ ଉତ୍ସାହ ଦେଖିବାକୁ ମିଳିଛି। ବିଭିନ୍ନ ମସଜିଦରେ ସମୂହ ନମାଜ ପାଠ ପଢିବା ପାଇଁ ପ୍ରସ୍ତୁତି କରାଯାଇଛି। ନିଷ୍ଠାର ସହ ପୂରା ମାସ ପବିତ୍ର ରୋଜା ବା ଉପବାସ ପାଳିଥିଲେ ଇସଲାମ ଧର୍ମାବଲମ୍ବୀ। ଅନ୍ୟପକ୍ଷରେ ଭଦ୍ରକ ସହରରେ ବି ଜିଲ୍ଲା ପ୍ରଶାସନ ପକ୍ଷରୁ ବ୍ୟପକ ବ୍ୟବସ୍ଥା ଗ୍ରହଣ କରାଯାଇଛି ।

ସୂଚନାଯୋଗ୍ୟ, ମଙ୍ଗଳବାର ଆକାଶରେ ଚାନ୍ଦ(ଚନ୍ଦ୍ର) ଦେଖାନଯିବା କାରଣରୁ ଗୁରୁବାର ଇଦ୍ ପାଳନ ପାଇଁ ନିଷ୍ପତ୍ତି ନିଆଯାଇଥିଲା। ଇସଲାମିକ ପରମ୍ପରା ଅନୁସାରେ, ଇଦ୍ ପର୍ବ ପାଳନ ପାଇଁ ଚାନ୍ଦ ଦୃଶ୍ୟମାନ ହେବା ଜରୁରୀ । ଯଦି ପବିତ୍ର ରମଜାନ୍ ମାସର ୨୯ତମ ଦିନରେ ଚାନ୍ଦ ଦୃଶ୍ୟମାନ ନହୁଏ ତା’ହେଲେ ୩୦ତମ ଦିନ ଉପବାସ କରାଯାଏ ଓ ତା’ର ପରଦିନ ଇଦ୍ ଉଲ-ଫିତର ପାଳନ କରାଯାଏ ।

Advertisment
Eid Al-Fitr Cuttack