Advertisment

୩ରୁ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ

ଓଡ଼ିଆ ଭାଷା ଓ ଭାଷା ବିଜ୍ଞାନରେ ଅନନ୍ୟ ଅବଦାନ ପାଇଁ ଡକ୍ଟର ଦେବୀପ୍ରସନ୍ନ ପଟ୍ଟନାୟକଙ୍କୁ ଜୀବନବ୍ୟାପୀ ସାଧନା ପୁରସ୍କାରରେ ସମ୍ବର୍ଦ୍ଧିତ କରାଯିବ।

author-image
Manoj Swain

ଆସନ୍ତା ୩ ତାରିଖରୁ ଭୁବନେଶ୍ୱରର ଜନତା ମଇଦାନରେ ୩ଦିନିଆ ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ ଆୟୋଜନ ହେବ। ଉଦଘାଟନୀ ଉତ୍ସବ ଅବସରରେ ପୂର୍ବାହ୍ନ ସାଢ଼େ ୧୧ଟା ସମୟରେ ରାଜ୍ୟ ତଥା ଦେଶବିଦେଶରେ ରହୁଥିବା ଓଡ଼ିଆ ଭାଇଭଉଣୀମାନେ ଏକକାଳୀନ ‘ବନ୍ଦେ ଉତ୍କଳ ଜନନ’ ସଙ୍ଗୀତ ଗାନ କରିବେ । ଓଡ଼ିଆ ଭାଷା ଓ ଭାଷା ବିଜ୍ଞାନରେ ଅନନ୍ୟ ଅବଦାନ ପାଇଁ ଡକ୍ଟର ଦେବୀପ୍ରସନ୍ନ ପଟ୍ଟନାୟକଙ୍କୁ ଜୀବନବ୍ୟାପୀ ସାଧନା ପୁରସ୍କାରରେ ସମ୍ବର୍ଦ୍ଧିତ କରାଯିବ। ଏନେଇ ସାମ୍ବାଦିକ ସମ୍ମିଳନୀରେ ଓଡ଼ିଆ ଭାଷା,ସାହିତ୍ୟ ଓ ସଂସ୍କୃତି ମନ୍ତ୍ରୀ ଅଶ୍ୱିନୀ କୁମାର ପାତ୍ର ସୂଚନା ଦେଇଛନ୍ତି। 

Advertisment
First World Odia Language Conference Bhubaneswar Odisha