ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ସ୍ମୃତି ପୀଠର ନବକଳେବର ପାଇଁ ରାଜ୍ୟ ସରକାର ୨କୋଟି ଟଙ୍କା ଖର୍ଚ୍ଚ କରିବେ । ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ଅର୍ଥ ମଞ୍ଜୁର କରିଛନ୍ତି ।
ସୂଚନା ଅନୁସାରେ ବରପାଲିରେ ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ସ୍ମୃତି ପୀଠଠାରେ କବି ଭବନ, ସ୍ମୃତି ଭବନ ଓ ଗଙ୍ଗାଧର ମେହେର ପାର୍କ ନିର୍ମାଣ କରାଯିବ । ଏହାସହିତ ଓଡ଼ିଆ ସାହିତ୍ୟର ଏକ ଗବେଷଣା କେନ୍ଦ୍ର ଭାବେ ଏହାକୁ ବିକଶିତ କରାଯିବ । ଏହି ରୂପାନ୍ତର ପରେ ପ୍ରତିବର୍ଷ ଏଠାକୁ ଲକ୍ଷାଧିକ ଲୋକ ଓ ପର୍ଯ୍ୟଟକ ଆସିବେ ବୋଲି ସରକାର ଆଶା ବ୍ୟକ୍ତ କରିଛନ୍ତି । ଓଡ଼ିଆ ଭାଷା ଓ ସାହିତ୍ୟର ବିକାଶରେ ଗଙ୍ଗାଧର ମେହେରଙ୍କ ଅନବଦ୍ୟ ଅବଦାନ ଥିଲା । ତାଙ୍କ ଜନ୍ମପୀଠ ସାହିତ୍ୟପ୍ରେମୀ ତଥା ସାଧାରଣ ଲୋକଙ୍କ ପାଇଁ ଏକ ତୀର୍ଥ ସ୍ଥାନ ବୋଲି ସରକାରଙ୍କ ପକ୍ଷରୁ କୁହାଯାଇଛି ।
Also Read
ସୂଚନାଯୋଗ୍ୟ, ଜୁନ୍ ୨୬-୨୭ତାରିଖରେ ବରପାଲି ଗସ୍ତ ସମୟରେ କମିଟି ସଦସ୍ୟମାନଙ୍କ ସହ ଫାଇଭ-ଟି ସଚିବ ଭିକେ ପାଣ୍ଡିଆନ ଆଲୋଚନା କରିଥିଲେ ଓ ଆଜି ମୁଖ୍ୟମନ୍ତ୍ରୀ ଏହି ଅର୍ଥ ମଞ୍ଜୁର କରିଛନ୍ତି ।
TAGS
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Culture & Literature
ପୁଣି ସେବାୟତ ବିବାଦ; ମକର ସଂକ୍ରାନ୍ତିରେ ମହାପ୍ରଭୁ ଲିଙ୍ଗରାଜଙ୍କ ନୀତି ବନ୍ଦ
ଗତକାଲି ରାତି ସାଢେ ୮ଟାରୁ ଶ୍ରୀଲିଙ୍ଗରାଜଙ୍କ ନୀତିକାନ୍ତି ବନ୍ଦ ରହିଛି।
Culture & Literature
‘ଇନ୍ଦୁପୁର ହାଇସ୍କୁଲରେ ପଢ଼ିବା ବେଳେ ମୋ’ ଜୀବନ ଗଢ଼ି ଉଠିଥିଲା’
୧୯୩୯ ମସିହା ଫେବ୍ରୁଆରୀ ୨୭ ତାରିଖରେ ଅବିଭକ୍ତ କଟକ ଜିଲ୍ଲା ତଥା ବର୍ତ୍ତମାନର କେନ୍ଦ୍ରାପଡ଼ା ଜିଲ୍ଲାର ଚାରିଗାଁଠାରେ ଜନ୍ମ ଗ୍ରହଣ କରିଥିଲେ ପ୍ରଫେସର ବୈଷ୍ଣବ ଚରଣ ସାମଲ। ସେ କହିଛନ୍ତି, ଇନ୍ଦୁପୁର ହାଇସ୍କୁଲରେ ପାଠ ପଢ଼ିବା ବେଳେ ମୋ’ ଜୀବନ ଗଢ଼ି ଉଠିଥିଲା।
Culture & Literature
ବୈଷ୍ଣବ ଚରଣ ସାମଲ ପାଇବେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର
ଚଳିତ ବର୍ଷ ବିଶିଷ୍ଟ ସାହିତ୍ୟିକ ବୈଷ୍ଣବ ଚରଣ ସାମଲଙ୍କୁ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ମିଳିବ ବୋଲି ଘୋଷଣା ହୋଇଛି। 'ଭୂତି ଭକ୍ତି ବିଭୂତି' ପ୍ରବନ୍ଧ ପୁସ୍ତକ ପାଇଁ ତାଙ୍କୁ ଏହି ପୁରସ୍କାର ମିଳିବ।
Culture & Literature
ପ୍ରୟାଗରାଜ ମହାକୁମ୍ଭକୁ ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ
୨୦୨୫ ଜାନୁଆରୀ ୧୩ ତାରିଖରୁ ଫେବ୍ରୁଆରୀ ୨୬ ତାରିଖ ପର୍ଯ୍ୟନ୍ତ ପ୍ରୟାଗରାଜରେ ଅନୁଷ୍ଠିତ ହେବ ମହାକୁମ୍ଭ।
Culture & Literature
‘ନାଚେମଲେଇ’ ଓ ‘ସୂର୍ଯ୍ୟଲାବଣ୍ୟ’ ନୃତ୍ୟରେ ଦର୍ଶକ ମନ୍ତ୍ରମୁଗ୍ଧ
କଲିକତାର ପ୍ରତିଷ୍ଠିତ ଓଡ଼ିଶୀ ନୃତ୍ୟାଙ୍ଗନା ଗୁରୁମା ଆଲୋକା କାନୁନଗୋଙ୍କ ଶିଂଜନ ନୃତ୍ୟାଳୟର ଶିଳ୍ପୀମାନେ ଓଡ଼ିଶୀ ନୃତ୍ୟ ଶୈଳୀରେ ବନ୍ଦେ ମାତରମ୍, ତାରା ପଲ୍ଲବୀ ଓ ସୂର୍ଯ୍ୟଲାବଣ୍ୟ ପରିବେଷଣ କରିଥିଲେ।