Advertisment

ଚିରନିଦ୍ରାରେ ପଦ୍ମଶ୍ରୀ ଜୟନ୍ତ ମହାପାତ୍ର

ପଦ୍ମଶ୍ରୀ ଜୟନ୍ତ ମହାପାତ୍ର ବିଶେଷ କରି ଜଣେ ଇଣ୍ଡିଆନ୍ ଇଂଲିସ୍ ପୋଏଟ୍ ହିସାବରେ ବେଶ୍ ପରିଚିତ। ସେ ହେଉଛନ୍ତି ପ୍ରଥମ ଭାରତୀୟ କବି ଯିଏ କି ଇଂରାଜୀ କବିତା  'ରିଲେସନସିପ୍' ପାଇଁ ୧୯୮୧ ମସିହାରେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରଷ୍କାର ପାଇଥିଲେ । ଏହି ମହାନ ସାହିତ୍ୟ ସ୍ରଷ୍ଟାଙ୍କର ଆଜି ରାଷ୍ଟ୍ରୀୟ ମର୍ଯ୍ୟାଦାର ସହ ଅନ୍ତିମ ସଂସ୍କାର କରାଯିବ।

Advertisment

ଅନ୍ତର୍ଜାତୀୟ ଖ୍ୟାତି ସମ୍ପନ୍ନ କବି ଜୟନ୍ତ ମହାପାତ୍ର ଆଉ ନାହାନ୍ତି । ଏହି ମହାନ ସାହିତ୍ୟ ସ୍ରଷ୍ଟାଙ୍କର ଗତକାଲି ପରଲୋକ ଘଟିଛି। ଗତ କିଛିଦିନ ଧରି ତାଙ୍କ ସ୍ୱାସ୍ଥ୍ୟବସ୍ଥା ବିଗିଡ଼ିବାରେ ଲାଗିଥିଲା। ସେ ନିମୋନିଆରେ ପୀଡ଼ିତ ହୋଇ SCBରେ ଚିକିତ୍ସାଧୀନ ଥିଲେ। ଗତକାଲି ସେ ୯୫ ବର୍ଷ ବୟସରେ ଶେଷ ନିଃଶ୍ୱାସ ତ୍ୟାଗ କରିଥିଲେ। ଏହି ମହାନ ସାହିତ୍ୟ ସ୍ରଷ୍ଟାଙ୍କର ଆଜି ରାଷ୍ଟ୍ରୀୟ ମର୍ଯ୍ୟାଦାର ସହ ଅନ୍ତିମ ସଂସ୍କାର କରାଯିବ। ପଦ୍ମଶ୍ରୀ ଜୟନ୍ତ ମହାପାତ୍ର ବିଶେଷ କରି ଜଣେ ଇଣ୍ଡିଆନ୍ ଇଂଲିସ୍ ପୋଏଟ୍ ହିସାବରେ ବେଶ୍ ପରିଚିତ। ସେ ହେଉଛନ୍ତି ପ୍ରଥମ ଭାରତୀୟ କବି ଯିଏ କି ଇଂରାଜୀ କବିତା  'ରିଲେସନସିପ୍'  ପାଇଁ ୧୯୮୧ରେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରଷ୍କାର ପାଇଥିଲେ। ତାଙ୍କ କୃତି ମଧ୍ୟରେ ଇଣ୍ଡିଆନ୍ ସମର୍, ହଙ୍ଗର ଓ ରିଲେସନସିପ୍ ଭଳି କାବ୍ୟ ଆଧୁନିକ ଭାରତୀୟ ଇଂରାଜୀ ସାହିତ୍ୟରେ ବେଶ୍ ପାଠକୀୟ ଆଦୃତି ଲାଭ କରିଛି।

Advertisment
Odisha Cuttack Jayanta Mahapatra
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe