ଅନ୍ତର୍ଜାତୀୟ ଖ୍ୟାତି ସମ୍ପନ୍ନ କବି ଜୟନ୍ତ ମହାପାତ୍ର ଆଉ ନାହାନ୍ତି । ଏହି ମହାନ ସାହିତ୍ୟ ସ୍ରଷ୍ଟାଙ୍କର ଗତକାଲି ପରଲୋକ ଘଟିଛି। ସେ ନିମୋନିଆରେ ପୀଡ଼ିତ ହୋଇ SCBରେ ଚିକିତ୍ସାଧୀନ ଥିଲେ। ଗତକାଲି ସେ ୯୫ ବର୍ଷ ବୟସରେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି। ପଦ୍ମଶ୍ରୀ ଜୟନ୍ତ ମହାପାତ୍ର ବିଶେଷ କରି ଜଣେ ଇଣ୍ଡିଆନ୍ ଇଂଲିସ୍ ପୋଏଟ୍ ହିସାବରେ ବେଶ୍ ପରିଚିତ। ସେ ହେଉଛନ୍ତି ପ୍ରଥମ ଭାରତୀୟ କବି ଯିଏ କି ଇଂରାଜୀ କବିତା 'ରିଲେସନସିପ୍' ପାଇଁ ୧୯୮୧ରେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରଷ୍କାର ପାଇଥିଲେ। ପରଲୋକ ପୂର୍ବରୁ ପଦ୍ମଶ୍ରୀ କବି ଜୟନ୍ତ ମହାପାତ୍ର ଲେଖିଥିଲେ ମୋ’ ଶେଷ ଇଚ୍ଛା। ଯେଉଁଥିରେ ସେ ୩ଟି କଥା ଲେଖିଛନ୍ତି। ଇଂରାଜୀରେ ଲେଖାଥିବା ମାଇଁ ଲାଷ୍ଟ ଉଇସରେ ଲେଖାଯାଇଛି, ମୋ’ ମର ଶରୀରକୁ କଟକରେ ଦାହ କରିବ। ଏହାକୁ କେବେ ପୋତିବ ନାହିଁ। ତାଙ୍କ ସେବା କରି ଆସୁଥିବା ସରୋଜିନୀଙ୍କୁ ତାଙ୍କ ଘର ପାଖରେ ଏକ ଜମି ଦେବାକୁ ଚିଠିରେ ଉଲ୍ଲେଖ ରହିଛି। ଅପ୍ରକାଶିତ ପାଣ୍ଡୁଲିପିକୁ ମୃତ୍ୟୁ ପରେ ପୋତି ଦେବାକୁ ଚିଠିରେ ଲେଖାଯାଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Culture & Literature
ପୁଣି ସେବାୟତ ବିବାଦ; ମକର ସଂକ୍ରାନ୍ତିରେ ମହାପ୍ରଭୁ ଲିଙ୍ଗରାଜଙ୍କ ନୀତି ବନ୍ଦ
ଗତକାଲି ରାତି ସାଢେ ୮ଟାରୁ ଶ୍ରୀଲିଙ୍ଗରାଜଙ୍କ ନୀତିକାନ୍ତି ବନ୍ଦ ରହିଛି।
Culture & Literature
‘ଇନ୍ଦୁପୁର ହାଇସ୍କୁଲରେ ପଢ଼ିବା ବେଳେ ମୋ’ ଜୀବନ ଗଢ଼ି ଉଠିଥିଲା’
୧୯୩୯ ମସିହା ଫେବ୍ରୁଆରୀ ୨୭ ତାରିଖରେ ଅବିଭକ୍ତ କଟକ ଜିଲ୍ଲା ତଥା ବର୍ତ୍ତମାନର କେନ୍ଦ୍ରାପଡ଼ା ଜିଲ୍ଲାର ଚାରିଗାଁଠାରେ ଜନ୍ମ ଗ୍ରହଣ କରିଥିଲେ ପ୍ରଫେସର ବୈଷ୍ଣବ ଚରଣ ସାମଲ। ସେ କହିଛନ୍ତି, ଇନ୍ଦୁପୁର ହାଇସ୍କୁଲରେ ପାଠ ପଢ଼ିବା ବେଳେ ମୋ’ ଜୀବନ ଗଢ଼ି ଉଠିଥିଲା।
Culture & Literature
ବୈଷ୍ଣବ ଚରଣ ସାମଲ ପାଇବେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର
ଚଳିତ ବର୍ଷ ବିଶିଷ୍ଟ ସାହିତ୍ୟିକ ବୈଷ୍ଣବ ଚରଣ ସାମଲଙ୍କୁ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ମିଳିବ ବୋଲି ଘୋଷଣା ହୋଇଛି। 'ଭୂତି ଭକ୍ତି ବିଭୂତି' ପ୍ରବନ୍ଧ ପୁସ୍ତକ ପାଇଁ ତାଙ୍କୁ ଏହି ପୁରସ୍କାର ମିଳିବ।
Culture & Literature
ପ୍ରୟାଗରାଜ ମହାକୁମ୍ଭକୁ ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ
୨୦୨୫ ଜାନୁଆରୀ ୧୩ ତାରିଖରୁ ଫେବ୍ରୁଆରୀ ୨୬ ତାରିଖ ପର୍ଯ୍ୟନ୍ତ ପ୍ରୟାଗରାଜରେ ଅନୁଷ୍ଠିତ ହେବ ମହାକୁମ୍ଭ।
Culture & Literature
‘ନାଚେମଲେଇ’ ଓ ‘ସୂର୍ଯ୍ୟଲାବଣ୍ୟ’ ନୃତ୍ୟରେ ଦର୍ଶକ ମନ୍ତ୍ରମୁଗ୍ଧ
କଲିକତାର ପ୍ରତିଷ୍ଠିତ ଓଡ଼ିଶୀ ନୃତ୍ୟାଙ୍ଗନା ଗୁରୁମା ଆଲୋକା କାନୁନଗୋଙ୍କ ଶିଂଜନ ନୃତ୍ୟାଳୟର ଶିଳ୍ପୀମାନେ ଓଡ଼ିଶୀ ନୃତ୍ୟ ଶୈଳୀରେ ବନ୍ଦେ ମାତରମ୍, ତାରା ପଲ୍ଲବୀ ଓ ସୂର୍ଯ୍ୟଲାବଣ୍ୟ ପରିବେଷଣ କରିଥିଲେ।