ପଦ୍ମଶ୍ରୀ ଜୟନ୍ତଙ୍କ ଶେଷଇଚ୍ଛା, କଟକରେ ହେଉ..| Odisha Reporter
ଅନ୍ତର୍ଜାତୀୟ ଖ୍ୟାତି ସମ୍ପନ୍ନ କବି ଜୟନ୍ତ ମହାପାତ୍ର ଆଉ ନାହାନ୍ତି । ଏହି ମହାନ ସାହିତ୍ୟ ସ୍ରଷ୍ଟାଙ୍କର ଗତକାଲି ପରଲୋକ ଘଟିଛି। ସେ ନିମୋନିଆରେ ପୀଡ଼ିତ ହୋଇ SCBରେ ଚିକିତ୍ସାଧୀନ ଥିଲେ। ଗତକାଲି ସେ ୯୫ ବର୍ଷ ବୟସରେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି। ପଦ୍ମଶ୍ରୀ ଜୟନ୍ତ ମହାପାତ୍ର ବିଶେଷ କରି ଜଣେ ଇଣ୍ଡିଆନ୍ ଇଂଲିସ୍ ପୋଏଟ୍ ହିସାବରେ ବେଶ୍ ପରିଚିତ। ସେ ହେଉଛନ୍ତି ପ୍ରଥମ ଭାରତୀୟ କବି ଯିଏ କି ଇଂରାଜୀ କବିତା 'ରିଲେସନସିପ୍' ପାଇଁ ୧୯୮୧ରେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରଷ୍କାର ପାଇଥିଲେ। ପରଲୋକ ପୂର୍ବରୁ ପଦ୍ମଶ୍ରୀ କବି ଜୟନ୍ତ ମହାପାତ୍ର ଲେଖିଥିଲେ ମୋ’​ ଶେଷ ଇଚ୍ଛା। ଯେଉଁଥିରେ ସେ ୩ଟି କଥା ଲେଖିଛନ୍ତି। ଇଂରାଜୀରେ ଲେଖାଥିବା ମାଇଁ ଲାଷ୍ଟ ଉଇସରେ ଲେଖାଯାଇଛି, ମୋ’ ମର ଶରୀରକୁ କଟକରେ ଦାହ କରିବ। ଏହାକୁ କେବେ ପୋତିବ ନାହିଁ। ତାଙ୍କ ସେବା କରି ଆସୁଥିବା ସରୋଜିନୀଙ୍କୁ ତାଙ୍କ ଘର ପାଖରେ ଏକ ଜମି ଦେବାକୁ ଚିଠିରେ ଉଲ୍ଲେଖ ରହିଛି। ଅପ୍ରକାଶିତ ପାଣ୍ଡୁଲିପିକୁ ମୃତ୍ୟୁ ପରେ ପୋତି ଦେବାକୁ ଚିଠିରେ ଲେଖାଯାଇଛି।
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
Follow Us