ବିଶିଷ୍ଟ କବି ଆଶୁତୋଷ ପରିଡ଼ା ପାଇବେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର। ତାଙ୍କ କବିତା ସଙ୍କଳନ ‘ଅପ୍ରସ୍ତୁତ ମୃତ୍ୟୁ’ ପାଇଁ ତାଙ୍କୁ ଏହି ପୁରସ୍କାର ପ୍ରଦାନ କରାଯିବ। କେନ୍ଦ୍ର ସାହିତ୍ୟ ଏକାଡେମୀ ପକ୍ଷରୁ ବୁଧବାର ଏହି ଘୋଷଣା କରାଯାଇଛି।
କେନ୍ଦ୍ର ସାହିତ୍ୟ ଏକାଡେମୀ ପକ୍ଷରୁ ଆଜି ୨୦୨୩ ବର୍ଷ ପାଇଁ ୨୪ଟି ଭାରତୀୟ ଭାଷା ପାଇଁ ଏହି ପରୁସ୍କାର ଘୋଷଣା କରାଯାଇଛି। ଓଡ଼ିଆ ଭାଷାରେ କବି ଆଶୁତୋଷ ପରିଡ଼ା ଏହି ପୁରସ୍କାର ପାଇବାକୁ ମନୋନୀତ ହୋଇଛନ୍ତି।
Also Read
୧୯୪୬ରେ କେନ୍ଦ୍ରାପଡ଼ାରେ ଜନ୍ମ ହୋଇଥିଲେ ଆଶୁତୋଷ ପରିଡ଼ା। ସେ ରାଉରକେଲା ଆରଇସି (ବର୍ତ୍ତମାନର ନିଟ୍)ରୁ ଇଞ୍ଜିନିୟରିଂରେ ସ୍ନାତକ ଡିଗ୍ରୀ ହାସଲ କରିଥିଲେ। ଖଡ଼ଗପୁର ଆଇଆଇଟିରେ ସେ ପିଏଚ୍ଡି କରିଥିଲେ। ସେ ଭୁବନେଶ୍ୱର ଆଞ୍ଚଳିକ ଗବେଷଣା କେନ୍ଦ୍ର (ବର୍ତ୍ତମାନର ଇନ୍ଷ୍ଟିଚ୍ୟୁଟ୍ ଅଫ୍ ମିନେରାଲ ଆଣ୍ଡ ମ୍ୟାଟେରିଆଲ୍ସ ଟେକ୍ନୋଲୋଜି ବା ଆଇଏମ୍ଏମ୍ଟି)ରେ ଜଣେ ବୈଜ୍ଞାନିକ ଭାବେ କାର୍ଯ୍ୟ କରୁଥିଲେ। ୧୯୯୦ରେ ସେ ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ। ତା’ ସହିତ ଆହୁରି ଅନେକ ପୁରସ୍କାର ସେ ପାଇଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Culture & Literature
‘ଇନ୍ଦୁପୁର ହାଇସ୍କୁଲରେ ପଢ଼ିବା ବେଳେ ମୋ’ ଜୀବନ ଗଢ଼ି ଉଠିଥିଲା’
୧୯୩୯ ମସିହା ଫେବ୍ରୁଆରୀ ୨୭ ତାରିଖରେ ଅବିଭକ୍ତ କଟକ ଜିଲ୍ଲା ତଥା ବର୍ତ୍ତମାନର କେନ୍ଦ୍ରାପଡ଼ା ଜିଲ୍ଲାର ଚାରିଗାଁଠାରେ ଜନ୍ମ ଗ୍ରହଣ କରିଥିଲେ ପ୍ରଫେସର ବୈଷ୍ଣବ ଚରଣ ସାମଲ। ସେ କହିଛନ୍ତି, ଇନ୍ଦୁପୁର ହାଇସ୍କୁଲରେ ପାଠ ପଢ଼ିବା ବେଳେ ମୋ’ ଜୀବନ ଗଢ଼ି ଉଠିଥିଲା।
Culture & Literature
ବୈଷ୍ଣବ ଚରଣ ସାମଲ ପାଇବେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର
ଚଳିତ ବର୍ଷ ବିଶିଷ୍ଟ ସାହିତ୍ୟିକ ବୈଷ୍ଣବ ଚରଣ ସାମଲଙ୍କୁ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ମିଳିବ ବୋଲି ଘୋଷଣା ହୋଇଛି। 'ଭୂତି ଭକ୍ତି ବିଭୂତି' ପ୍ରବନ୍ଧ ପୁସ୍ତକ ପାଇଁ ତାଙ୍କୁ ଏହି ପୁରସ୍କାର ମିଳିବ।
Culture & Literature
ପ୍ରୟାଗରାଜ ମହାକୁମ୍ଭକୁ ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ
୨୦୨୫ ଜାନୁଆରୀ ୧୩ ତାରିଖରୁ ଫେବ୍ରୁଆରୀ ୨୬ ତାରିଖ ପର୍ଯ୍ୟନ୍ତ ପ୍ରୟାଗରାଜରେ ଅନୁଷ୍ଠିତ ହେବ ମହାକୁମ୍ଭ।
Culture & Literature
‘ନାଚେମଲେଇ’ ଓ ‘ସୂର୍ଯ୍ୟଲାବଣ୍ୟ’ ନୃତ୍ୟରେ ଦର୍ଶକ ମନ୍ତ୍ରମୁଗ୍ଧ
କଲିକତାର ପ୍ରତିଷ୍ଠିତ ଓଡ଼ିଶୀ ନୃତ୍ୟାଙ୍ଗନା ଗୁରୁମା ଆଲୋକା କାନୁନଗୋଙ୍କ ଶିଂଜନ ନୃତ୍ୟାଳୟର ଶିଳ୍ପୀମାନେ ଓଡ଼ିଶୀ ନୃତ୍ୟ ଶୈଳୀରେ ବନ୍ଦେ ମାତରମ୍, ତାରା ପଲ୍ଲବୀ ଓ ସୂର୍ଯ୍ୟଲାବଣ୍ୟ ପରିବେଷଣ କରିଥିଲେ।
Culture & Literature
‘ସିନେମାର ଟାଇଟଲକୁ ନେଇ ମୋର ଇସ୍ୟୁ ଥିଲା, ଆଉ ସେହି ଇସ୍ୟୁ ରହିବ’
ମୁଁ ଜଣେ ଅଭିନେତା। ଅଭିନେତା ହିସାବରେ ସାହିତ୍ୟରେ ଯେତିକି ଜ୍ଞାନ ରହିବା କଥା, ତା’ଠାରୁ ବି କମ୍ ଜ୍ଞାନ ମୋର ଅଛି।