Advertisment

କାଲିଠାରୁ ୪ ଦ୍ୱାର ଦେଇ ଶ୍ରୀମନ୍ଦିରକୁ ପ୍ରବେଶ କରିବେ ଶ୍ରଦ୍ଧାଳୁ

ସେବକ ତଥା ତାଙ୍କ ପରିବାର ବର୍ଗ ସମସ୍ତ ଦ୍ୱାର ଦେଇ ପ୍ରବେଶ ଓ ପ୍ରସ୍ଥାନ କରିପାରିବେ।

Puri Temple

Puri Temple

Advertisment

ଆସନ୍ତାକାଲି (ଶନିବାର) ଠାରୁ ସମସ୍ତ ଚାରି ଦ୍ୱାର ଦେଇ ଶ୍ରଦ୍ଧାଳୁମାନେ ଶ୍ରୀମନ୍ଦିରକୁ ପ୍ରବେଶ କରିପାରିବେ। ଆଜି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଏହି ସୂଚନା ଦିଆଯାଇଛି।

Advertisment

ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ କୁହାଯାଇଛି ଯେ, ଶ୍ରଦ୍ଧାଳୁମାନେ ସମସ୍ତ ୪ ଦ୍ୱାର ଦେଇ ଶ୍ରୀମନ୍ଦିରକୁ ପ୍ରବେଶ କରିପାରିବେ, କିନ୍ତୁ କେବଳ ୩ଟି ଦ୍ୱାର ଦେଇ ପ୍ରସ୍ଥାନ କରିବେ। ସିଂହଦ୍ୱାର ବ୍ୟତୀତ ଅନ୍ୟ ୩ ଦ୍ୱାର ଦେଇ ଶ୍ରଦ୍ଧାଳୁମାନେ ପ୍ରସ୍ଥାନ କରିପାରିବେ। ସିଂହଦ୍ୱାରରେ ଶ୍ରଦ୍ଧାଳୁଙ୍କ ପ୍ରସ୍ଥାନକୁ ସଂପୂର୍ଣ୍ଣ ବାରଣ କରାଯାଇଛି। ତେବେ ସେବକ ତଥା ତାଙ୍କ ପରିବାର ବର୍ଗ ସମସ୍ତ ଦ୍ୱାର ଦେଇ ପ୍ରବେଶ ଓ ପ୍ରସ୍ଥାନ କରିପାରିବେ।

ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ କୁହାଯାଇଛି ଯେ ଶ୍ରୀମନ୍ଦିର ନାଟମଣ୍ଡପଠାରେ ଶ୍ରଦ୍ଧାଳୁଙ୍କ ପାଇଁ ସ୍ୱତନ୍ତ୍ର ଦର୍ଶନ ବ୍ୟବସ୍ଥା ଏବେ ବିଚାରାଧୀନ ରହିଛି। ପରବର୍ତ୍ତୀ ସମୟରେ ଶ୍ରୀମନ୍ଦିର ପରିଚାଳନା କମିଟିଙ୍କ ପରାମର୍ଶ ଓ ଅନୁମୋଦନ ପରେ ଏହା କାର୍ଯ୍ୟକାରୀ ହେବ।

Advertisment

କାର୍ତ୍ତିକ ମାସ ପରବର୍ତ୍ତୀ ଦର୍ଶନ ବ୍ୟବସ୍ଥା ନେଇ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସନଙ୍କ ଅଧ୍ୟକ୍ଷତାରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଥିଲା। ସେହି ବୈଠକରେ ଜିଲ୍ଲାପାଳ, ଏସ୍‌ପିଙ୍କ ସହିତ ଶ୍ରୀମନ୍ଦିର ତଥା ପୁଲିସ ପ୍ରଶାସନର ବରିଷ୍ଠ ଅଧିକାରୀଗଣ ଉପସ୍ଥିତ ଥିଲେ। ଏହି ବୈଠକରେ ହୋଇଥିବା ନିଷ୍ପତ୍ତି ପ୍ରକାରେ ଆସନ୍ତାକାଲିଠାରୁ ସମସ୍ତ ଚାରି ଦ୍ୱାର ଦେଇ ଶ୍ରଦ୍ଧାଳୁମାନେ ଶ୍ରୀମନ୍ଦିରକୁ ପ୍ରବେଶ କରିପାରିବେ।

Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe