Advertisment

ଶ୍ରୀମନ୍ଦିରରେ ଅଣହିନ୍ଦୁ ପ୍ରବେଶ ରୋକିବାକୁ ପଦେକ୍ଷପ, ସିଂହଦ୍ୱାରରେ ରହିବେ ପ୍ରତିହାରୀ ସେବକ

୧୪ ତାରିଖରେ ପଣା ସଂକ୍ରାନ୍ତି ବା ମହାବିଷୁବ ସଂକ୍ରାନ୍ତି ପଡୁଥିବା ବେଳେ ସେହିଦିନଠାରୁ ଏହି ବ୍ୟବସ୍ଥା ଆରମ୍ଭ କରାଯିବ।

ଅଦ୍ୟତନ ହୋଇଛି
Puri Temple

Puri Temple

Advertisment

ବିଭିନ୍ନ ସମୟରେ ଅଣହିନ୍ଦୁମାନେ ଶ୍ରୀମନ୍ଦିର ଭିତରକୁ ପ୍ରବେଶ କରୁଥିବା ଦେଖାଯାଉଛି। ନିକଟ ଅତୀତରେ ମଧ୍ୟ ଏଭଳି ଖବର ଆସିଛି। ଅଣହିନ୍ଦୁ ପ୍ରବେଶକୁ ରୋକିବା ପାଇଁ ଶ୍ରୀମନ୍ଦିର ପ୍ରଶାସନ ଏବେ ଏକ ପଦକ୍ଷେପ ନେଇଛି। ଶ୍ରୀମନ୍ଦିରର ସିଂହଦ୍ୱାରରେ ପ୍ରତିହାରୀ ସେବକମାନଙ୍କୁ ମୁତୟନ କରିବାକୁ ନିଷ୍ପତ୍ତି ନେଇଛି।

Advertisment

୧୪ ତାରିଖରେ ପଣା ସଂକ୍ରାନ୍ତି ବା ମହାବିଷୁବ ସଂକ୍ରାନ୍ତି ପଡୁଥିବା ବେଳେ ସେହିଦିନଠାରୁ ଏହି ବ୍ୟବସ୍ଥା ଆରମ୍ଭ କରାଯିବ। ପ୍ରଥମ ପର୍ଯ୍ୟାୟରେ ସକାଳେ ଦ୍ୱାର ଫିଟା ସମୟରେ ଓ ସନ୍ଧ୍ୟା ଆରତି ବେଳେ ଦୁଇ ଜଣ ଲେଖାଏଁ ପ୍ରତିହାରୀ ସେବାୟତ ସିଂହଦ୍ୱାର ସମ୍ମୁଖରେ ମୁତୟନ ହେବେ। ପରବର୍ତ୍ତୀ ସମୟରେ ପୂରା ଦିନରୁ ରାତି ପର୍ଯ୍ୟନ୍ତ ପ୍ରତିହାରୀ ସେବାୟତମାନଙ୍କୁ ମୁତୟନ କରାଯିବ।

ପ୍ରତିହାରୀ ନିଯୋଗ ସଂପାଦକ ରାମନାରାୟଣ ଗୋଚ୍ଛିକାର କହିଛନ୍ତି, ପୂର୍ବରୁ ସିଂହଦ୍ୱାର ପ୍ରତିହାରୀ ସେବା ରହିଥିଲା। କିନ୍ତୁ ପରବର୍ତ୍ତୀ ସମୟରେ ତାହା ବନ୍ଦ ହୋଇଯାଇଥିଲା। କେବଳ ରଥଯାତ୍ରା ବେଳେ ସାମୟିକ ଭାବେ ଏହି ସେବା କରାଯାଉଥିଲା। ଏବେ ଏହି ସିଂହଦ୍ୱାର ପ୍ରତିହାରୀ ସେବାକୁ ପୁନଃପ୍ରଚଳନ କରିବା ପାଇଁ ନିଷ୍ପତ୍ତି ହୋଇଛି। ଏନେଇ ପ୍ରଶାସନ ଓ ପ୍ରତିହାରୀ ନିଯୋଗ ମଧ୍ୟରେ ଆଲୋଚନା ହୋଇଛି। ମଝିରେ ମଝିରେ ଶ୍ରୀମନ୍ଦିରରେ ଅଣହିନ୍ଦୁମାନେ ପଶି ଯାଉଛନ୍ତି। ଅଣହିନ୍ଦୁମାନଙ୍କୁ କେବଳ ସେବାୟତମାନେ ହିଁ ଚିହ୍ନଟ କରିପାରୁଛନ୍ତି। ଅଣହିନ୍ଦୁମାନଙ୍କୁ ଚିହ୍ନଟ କରିବାରେ ମନ୍ଦିର ସୁରକ୍ଷା ଦାୟିତ୍ୱରେ ନିଯୁକ୍ତ ପୁଲିସ୍ ଓ ଅନ୍ୟ ସୁରକ୍ଷାକର୍ମୀଙ୍କୁ ଟିକେ କଷ୍ଟ ହେଉଛି। କିନ୍ତୁ ପ୍ରତିହାରୀ ସେବାୟତମାନେ ସଙ୍ଗେ ସଙ୍ଗେ ଅଣହିନ୍ଦୁମାନଙ୍କୁ ଚିହ୍ନଟ କରିପାରିବେ।

Advertisment
Puri Temple
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe