1ଟା 28ରେ ଖୋଲିବ ରତ୍ନଭଣ୍ଡାର | Odisha Reporter
Advertisment
ଦୀର୍ଘ ୪୬ ବର୍ଷର ପ୍ରତୀକ୍ଷାର ଅନ୍ତ ହେବ। ଆଜି ଖୋଲିବ ରତ୍ନଭଣ୍ଡାର। ସେଥିପାଇଁ ଶୁଭ ମୁହୂର୍ତ୍ତ ଧାର୍ଯ୍ୟ ହୋଇସାରିଛି। ରତ୍ନଭଣ୍ଡାର ଖୋଲିବା ପାଇଁ ଦିନ ୧ଟା ୨୮ ମିନିଟ ହେଉଛି ଶୁଭ ମୁହୂର୍ତ୍ତ। ରତ୍ନଭଣ୍ଡାର ଯାଞ୍ଚ କମିଟି ଅଧ୍ୟକ୍ଷ ଜଷ୍ଟିସ ବିଶ୍ୱନାଥ ରଥ ଏହି ସୂଚନା ଦେଇଛନ୍ତି। ସେ କହିଛନ୍ତି, ରତ୍ନଭଣ୍ଡାର ଭିତରକୁ ମୋଟ ୧୧ ଜଣ ସଦସ୍ୟ ଯିବେ। ଯାଞ୍ଚ କମିଟିରୁ ମୁଁ ଓ ଡାକ୍ତର ସିବିକେ ମହାନ୍ତି ଭିତରକୁ ଯିବୁ। ୧ଟା ୨୮ ସୁଦ୍ଧା ତାଲା ଖୋଲିବା ପ୍ରକ୍ରିୟା ଆରମ୍ଭ ହେବ। ମୁଖ୍ୟ ପ୍ରଶାସକ ଟ୍ରେଜେରୀରୁ ଚାବି ମଗାଇଛନ୍ତି।
Advertisment
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
Follow Us