Advertisment

୪ ଘଣ୍ଟା ବନ୍ଦ ରହିବ ଶ୍ରୀଜିଉଙ୍କ ଦର୍ଶନ

୪ ଘଣ୍ଟା ସାଧାରଣ ଦର୍ଶନ ବନ୍ଦ ନେଇ ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନ ପକ୍ଷରୁ ଦିଆଯାଇଛି ସୂଚନା।

Puri Temple

Puri Temple

Advertisment

ଶ୍ରୀମନ୍ଦିରରେ ଆଜି ଚତୁର୍ଦ୍ଧା ବିଗ୍ରହଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ସେଥିପାଇଁ ଆପାତତଃ ସନ୍ଧ୍ୟା ୬ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ସାଧାରଣ ଦର୍ଶନ ବନ୍ଦ ରହିବ। ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନ ପକ୍ଷରୁ ଏହି ସୂଚନା ଦିଆଯାଇଛି।

Advertisment

ଶ୍ରୀମନ୍ଦିରରେ ମଧ୍ୟାହ୍ନ ଧୂପ ସରିବା ପରେ ଦତ୍ତମହାପାତ୍ର ସେବକମାନେ ରତ୍ନବେଦୀରେ ମହାପ୍ରଭୁଙ୍କର ବନକଲାଗି ନୀତି ସଂପନ୍ନ କରିବେ। ହିଙ୍ଗୁଳ, ହରିତାଳ, ଶଙ୍ଖ, କସ୍ତୁରୀ ଓ କଳା ଆଦି ପ୍ରାକୃତିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ।

ଏହା ଏକ ଗୁପ୍ତ ସେବା ଓ ଏକ ସ୍ୱତନ୍ତ୍ର ନୀତି ହୋଇଥିବାରୁ ସନ୍ଧ୍ୟା ୬ଟାରୁ ରାତ୍ର ୧୦ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ବନକଲାଗି ନୀତି ପରେ ମହାପ୍ରଭୁଙ୍କୁ ମହାସ୍ନାନ କରାଯିବ। ଏହାପରେ ପୁନର୍ବାର ଦର୍ଶନ ଆରମ୍ଭ ହେବ।

Advertisment
Puri Shreemandir Puri Temple
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe