/odisha-reporter/media/post_attachments/uploadimage/library/16_9/16_9_0/IMAGE_1736823332.jpg)
lingaraj temple
ଆଜି ପବିତ୍ର ମକର ସଂକ୍ରାନ୍ତିରେ ମହାପ୍ରଭୁ ଲିଙ୍ଗରାଜଙ୍କ ନୀତିକାନ୍ତି ବନ୍ଦ ରହିଛି। ଗତକାଲି ରାତି ସାଢେ ୮ଟାରୁ ଶ୍ରୀଲିଙ୍ଗରାଜଙ୍କ ନୀତିକାନ୍ତି ବନ୍ଦ ରହିଛି। ସେବାୟତଙ୍କ ମଧ୍ୟରେ ବିବାଦ ଲାଗି ବନ୍ଦ ରହିଛି ନୀତି।
Advertisment
ଗତକାଲି ପବିତ୍ର ପୁଷ୍ୟାଭିଷେକରେ ସନ୍ଧ୍ୟା ଧୂପ ପରେ ମକର ମଣ୍ଡପରେ ଲିଙ୍ଗରାଜ ମହାପ୍ରଭୁ ବିଜେ ହେବା ପରେ ମାହାସୁଆରଙ୍କ ଦ୍ୱାରା ଦୁଗ୍ଧ ଆଉଟା ହୋଇ ଘୃତ କମଳ ପ୍ରସ୍ତୁତ ହୋଇଥାଏ ।
ମକର ସଂକ୍ରାନ୍ତି ନିମନ୍ତେ ଘୃତ୍ୟ କମଳ ଲାଗି ହୁଏ। କିନ୍ତୁ ବଡୁ ସେବାୟତ ଏକା ଏହି ନୀତିକୁ ନିଜେ କରିବାକୁ ଦାବି କରିଥିଲେ। ଯାହାକୁ ମାହାସୁଆର ନିଯୋଗ ବିରୋଧ କରିଥିଲେ। ଏହାକୁ ନେଇ ବିବାଦ ସୃଷ୍ଟି ହୋଇଥିଲା। ଫଳରେ ମହାପ୍ରଭୁ ଲିଙ୍ଗରାଜଙ୍କର ଗତକାଲିଠୁ ନୀତିକାନ୍ତି ବନ୍ଦ ରହିଛି। ମହାପ୍ରଭୁ ଲିଙ୍ଗରାଜ ମକର ମଣ୍ଡପରେ ଗତକାଲି ସନ୍ଧ୍ୟାରୁ ବସି ରହିଛନ୍ତି।
Advertisment
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
